ବିଷ ପିଇଥିଲେ ଆଇଟିଆଇ ଛାତ୍ର: ଏସ୍‌ସିବିରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ

କଟକ ଅଫିସ,୧୨ା୯: ବିଷ ପିଇ କଟକ ବଡ଼ ମେଡିକାଲରେ ଚିକିତ୍ସାଧୀନ ଥିବା ଆଇଟିଆଇ ଛାତ୍ର ଆଶୁତୋଷ ମଲ୍ଲିକଙ୍କ ମୃତ୍ୟୁ ଘଟିଛି। ଆଶୁତୋଷ ଭଦ୍ରକର ଏକ ଘରୋଇ ଆଇଟିଆଇ କଲେଜରେ ପ୍ରଥମ ବର୍ଷ ଇଲେକ୍ଟ୍ରି ବିଭାଗର ଛାତ୍ର ଥିଲେ। ଚିକିତ୍ସାଧୀନ ଅବସ୍ଥାରେ ରବିବାର ତାଙ୍କର ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, କଲେଜରେ ରାଗିଂ ଯୋଗୁ ଆଶୁତୋଷ ବିଷ ପିଇଥିବା ତାଙ୍କ ପରିବାର ଲୋକେ ଅଭିଯୋଗ କରିଥିଲେ। ଗତ ୯ତାରିଖରେ କଲେଜରୁ ଫେରି ଆଶୁତୋଷ ବିଷ ପିଇଦେଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ତିହିଡ଼ି ଏବଂ ପରେ ଭଦ୍ରକ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ଅବସ୍ଥା ଏଠାରେ ଆହୁରି ଖରାପ ହେବାରୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା।