ଘରୋଇ ହଷ୍ଟେଲର ୩ ମହଲା ଛାତରୁ ପଡି ସ୍କୁଲ ଛାତ୍ର ଗୁରୁତର, କଟକ ମେଡିକାଲରେ ଭର୍ତ୍ତିି

ନୀଳଗିରି, ୨୧।୫(ପ୍ରଶାନ୍ତ କୁମାର ବିଶ୍ବାଳ): ଘରୋଇ ମେସର ୩ ମହଲା ଛାତରୁ ଖସି ଛାତ୍ର ଗୁରୁତର ହୋଇ କଟକ ମେଡିକାଲକୁ ସ୍ଥାନାନ୍ତର ହୋଇଛନ୍ତି। ଛାତତ୍ର ଜଣଙ୍କ ନୀଳଗିରି ବ୍ଲକ ଜାମୁଡ଼ିହା ଆଦର୍ଶ ବିଦ୍ୟାଳୟର ଅଷ୍ଟମ ଶ୍ରେଣୀରେ ପଢୁଛନ୍ତି। ଛାତ୍ରଟିର ଘର ବରହମପୁର ଥାନା ଗରିଡିହି ପଞ୍ଚାୟତ ବାଙ୍କିସାହି ଗ୍ରାମରେ। ତାଙ୍କ ନାମ ତନ୍ମୟ ଜେନା। ଛାତ୍ରଙ୍କୁ ପ୍ରଥମେ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟକୁ ଓ ପରେ ଅବସ୍ଥା ଗୁରୁତର ହେବାରୁ କଟକ ସ୍ଥାନାନ୍ତର କରାଯାଇଛି। ଜାମୁଡିହା ସ୍ଥିତ ଆଦର୍ଶ ବିଦ୍ୟାଳୟରେ ପାଠ ପଢୁଥିବା ବେଳେ ବିଦ୍ୟାଳୟ ନିକଟ ଏକ ଘରୋଇ ହଷ୍ଟେଲରରେ ରହି ପାଠ ପଢୁଥିଲେ। ବୁଧବାର ରାତିରେ କୌଣସି କାରଣରୁ ସେ ୩ ମହଲାରୁ ଖସିପଡ଼ିଥିଲେ। ଜାମୁଡିହା ସ୍ଥିତ ଆଦର୍ଶ ବିଦ୍ୟାଳୟ ପାଖ ଗ୍ରାମରେ ଛତୁ ଫୁଟିଲା ଭଳି ଘରୋଇ ମେସ୍‌ ରହିଥିବାବେଳେ ସରକାରଙ୍କ ନଜର ନାହଁ। ଏପରିକି ଘରୋଇ ମେସ୍‌ର ମାଲିକମାନଙ୍କ ପାଖରେ କୌଣସି କାଗଜ ପତ୍ର ନଥିବା ବେଳେ ଜାମୁଡିହା ଗ୍ରାମରେ ବେଆଇନ ଭାବେ ପୁଅ, ଝିଅ ଛାତ୍ରଙ୍କୁ ରଖି ଏକାଧିକ ଘରୋଇ ମେସ୍‌ ଚଳାଉଛନ୍ତି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ICC ବିଶ୍ୱକପରୁ ବାଦ ପଡ଼ିବେ ରୋହିତ ଶର୍ମା ! ସାମ୍‌ନାକୁ ଆସିଲା ବଡ଼ ଖବର, ଚିନ୍ତାରେ BCCI

ନୂଆଦିଲ୍ଲୀ,୨୧।୫: ICC ODI ବିଶ୍ୱକପରେ ପୂର୍ବତନ ଭାରତୀୟ ଅଧିନାୟକ ରୋହିତ ଶର୍ମା ଏବଂ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଂଶଗ୍ରହଣକୁ ନେଇ ପ୍ରଶ୍ନ ଉଠିଛି। ଚୟନକର୍ତ୍ତାମାନେ ଆସନ୍ତା ବର୍ଷ…

ଓଡ଼ିଶାକୁ ଅବହେଳା: ଖୋର୍ଦ୍ଧା-ନୟାଗଡ଼ ୪ ଲେନ୍‌ ପ୍ରସ୍ତାବ ଖାରଜ କଲେ ସରକାର

ଖୋର୍ଦ୍ଧା,୨୧ା୫: ଓଡ଼ିଶା ପ୍ରତି କେନ୍ଦ୍ର ସରକାରଙ୍କ ଅବହେଳା। ଖୋର୍ଦ୍ଧା-ନୟାଗଡ଼ ୪ ଲେନ୍‌ ଜାତୀୟ ରାଜପଥ ପ୍ରକଳ୍ପ ପ୍ରସ୍ତାବକୁ ଖାରଜ କରିଦେଇଛନ୍ତି କେନ୍ଦ୍ର ସରକାର। ରାସ୍ତାକୁ ୨ରୁ ୪-ଲେନ୍‌…

ଇବୋଲାକୁ ନେଇ ଆଡଭାଇଜରୀ ଜାରି କଲେ କେନ୍ଦ୍ର ସରକାର, ଲକ୍ଷଣ ଦେଖାଗଲେ….

ନୂଆଦିଲ୍ଲୀ,୨୧।୫: ଆଫ୍ରିକାରେ ଇବୋଲା ଭାଇରସ ପ୍ରକୋପ ସମ୍ପର୍କରେ କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଏବେ ସତର୍କତା ବୃଦ୍ଧି କରିଛି । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (WHO)…

SBI ଆକାଉଣ୍ଟଧାରୀଙ୍କ ପାଇଁ ବଡ଼ ଖବର; ଲଗାତାର ୬ ଦିନ ବନ୍ଦ ରହିବ..

ନୂଆଦିଲ୍ଲୀ,୨୧।୫: ଦେଶ ସବୁଠାରୁ ନାମୀଦାମୀ ବ୍ୟଙ୍କରେ ୬ ଦିନ ଝୁଲିବ ତାଲା । ପାଖାପାଖି ୨୩୨୭୦ ଶାଖା, ୬୩୦୦୦ରୁ ଅଧିକ ATM ୫୦ କୋଟିରୁ ଅଧିକ ଗ୍ରାହକଙ୍କ…

ସ୍ୱାସ୍ଥ୍ୟକର୍ମଚାରୀ ଅଭାବକୁ ନେଇ ତାତିଲେ ଗ୍ରାମବାସୀ, ଦୋକାନ ବନ୍ଦ କରି ରାସ୍ତାରେ ବସିଲେ

ଗଜପତି,୨୧।୫(ଗିରିଧାରୀ ପରିଛା): ଡାକ୍ତର, ଫାର୍ମାସିଷ୍ଟ ଓ ସ୍ୱାସ୍ଥ୍ୟକର୍ମଚାରୀ ଅଭାବ ହେତୁ ଗୋଶାଣି ବ୍ଲକ ଗାରାବନ୍ଧ ଗ୍ରାମରେ ରାଜରାସ୍ତାକୁ ଓହ୍ଲାଇଲେ ଲୋକେ । ଦୋକାନ ବନ୍ଦ କରିବା ସହିତ…

ବିଜ୍ଞାନରେ ଏତିକି ନମ୍ବର ରଖି ଦୁଇ ଜଣ ହେଲେ ବ୍ଲକ ଟପ୍ପର : ସଫଳତା ପାଇଁ ଅଧ୍ୟାପକ, ପରିବାରଙ୍କୁ ଦେଲେ ଶ୍ରେୟ

ଛତ୍ରପୁର,୨୧।୫(ଦିଲ୍ଲୀପ ସାମଲ): ପ୍ରକାଶ ପାଇଛି ଯୁକ୍ତ୨ ରେଜଲ୍ଟ । ଏହି ଅବସରରେ ବିଜ୍ଞାନ ବିଭାଗରେ ଦୁଇ ଛାତ୍ର ଛତ୍ରପୁର ବ୍ଲକ ଟପ୍ପର ହୋଇଛନ୍ତି । ଗୋବିନ୍ଦପୁର ସ୍ଥିତ…

ଯୁକ୍ତ ୨ ପରୀକ୍ଷାରେ ୯୯.୫% ନମ୍ବର ରଖି ସଫଳତା ପାଇଲେ କୁନ୍ତୀ, ଚାରିଆଡୁ ଆସୁଛି ଶୁଭେଚ୍ଛା

ବୀରମହାରାଜପୁର,୨୧।୫ (ଯୁଗଳ କିଶୋର ମିଶ୍ର ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଦ୍ବାଦଶ ଶ୍ରେଣୀ (ଯୁକ୍ତ୨) ପରୀକ୍ଷା ବୁଧବାର ପ୍ରକାଶ ପାଇଛି । ସୁବର୍ଣ୍ଣପୁର…

ଦୁର୍ଗାମାଧବ ରାଜ୍ୟରେ ଦ୍ୱିତୀୟ: ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ,୨୧।୫(ବିଦ୍ୟାଧର ସାହୁ): ଚଳିତବର୍ଷ ଯୁକ୍ତଦୁଇ ବିଜ୍ଞାନରେ ରାଜ୍ୟରେ ୨ୟ ସ୍ଥାନ ଅଧିକାର କରିଛନ୍ତି ଦୁର୍ଗାମାଧବ ବାରିକ l ଗଞ୍ଜାମ ସହର ଦୁର୍ଗାଦେବୀ ସାହି ବାସିନ୍ଦା ତଥା ଶିକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri