ସ୍କୁଲ ଯାଉଥିବାବେଳେ ଅଧାରାସ୍ତାରେ ଟଳିପଡ଼ିଲେ ଛାତ୍ର: ବାହୁନି ବାହୁନି କାନ୍ଦୁଛନ୍ତି ପରିବାର

ଦିଗପହଣ୍ଡି,୧୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ଗ୍ରାମସ୍ଥିତ ରାଧାମୋହନ ନୋଡାଲ ବିଦ୍ୟାପୀଠର ୭ମ ଶ୍ରେଣୀ ଛାତ୍ର ଆକାଶ କୁମାର ଗୌଡ଼(୧୨) ସ୍କୁଲ ଯାଉଥିବାବେଳେ ଅସୁସ୍ଥତା କାରଣରୁ ଅଧାରାସ୍ତାରେ ବହି ବସ୍ତାନି ସହ ଟଳି ପଡ଼ିଥିଲେ। ଖବରପାଇ ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ଅଚେତ ଅବସ୍ଥାରେ ଆମ୍ବୁଲାନ୍ସ ଯୋଗେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିବା ପରେ ସେଠାରେ ଉପସ୍ଥିତ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ପୋଲିସ ଆସି ତଦନ୍ତ କରିବା ପରେ ମାମଲା ରୁଜୁ କରିବ। ବ୍ୟବଚ୍ଛେଦ ପାଇଁ ଘରୋଇ ଆମ୍ବୁଲାନ୍ସ କରିବାକୁ ପଡ଼ିବ। ଏଥିପାଇଁ ଟଙ୍କା ଖର୍ଚ୍ଚ କରିବାକୁ ହେବ ଭାବନା କରି ପରିବାର ଲୋକେ ଆକାଶଙ୍କ ମୃତଦେହକୁ ତାଙ୍କ ବାସଭବନକୁ ନେଇ ଯାଇଥିଲେ। ମଧ୍ୟାହ୍ନରେ ଗାଁ ଶ୍ମଶାନରେ ଶୋକାକୁଳ ପରିବେଶ ମଧ୍ୟରେ ତାଙ୍କ ଶେଷକୃତ୍ୟ କରାଯାଇଥିଲା। ହାଇସ୍କୁଲ ଭାରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରଶାନ୍ତ କୁମାର ସାହୁ ଏନେଇ ଦିଗପହଣ୍ଡି ବିଡ଼ିଓ ଅନାମିକା ପାଣ୍ଡେ ଏବଂ ବ୍ଲକ ଶିକ୍ଷାଧିକାରୀ ଡ଼. ଶଙ୍କର ନାରାୟଣ ବେଜଙ୍କୁ ଜଣାଇବା ପରେ ସ୍କୁଲରେ ତାଙ୍କ ଅମର ଆତ୍ମାର ସଦଗତି କାମନା ପୂର୍ବକ ଶୋକସଭା କରାଯାଇଥିଲା। ପରେ ଆକାଶଙ୍କ ଶ୍ରେଣୀ ଶିକ୍ଷକ ଲାବଣ୍ୟ ସାହୁ ଏବଂ ଶିକ୍ଷୟିତ୍ରୀ ସୁରଭି ନାୟକ ତାଙ୍କ ବାସଭବନରେ ପହଞ୍ଚି ଶୋକ ସନ୍ତପ୍ତ ପରିବାର ଲୋକଙ୍କୁ ସମବେଦନା ଜଣାଇଥିଲେ।
ନିମଖଣ୍ଡିପେଣ୍ଠ ଗ୍ରାମ ଚୈତନ୍ୟ ନିତ୍ୟାନନ୍ଦ ମଠ ସାହିର ସିମାଞ୍ଚଳ ଗୌଡ଼ଙ୍କ ଏକମାତ୍ର ପୁଅ ଆକାଶ ଗତ କିଛିଦିନ ହେଲା ମସ୍ତିଷ୍କ ମ୍ୟାଲେରିଆ ଜ୍ୱରରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ଆଗକୁ ସ୍କୁଲ ପରୀକ୍ଷା ଥିବାରୁ ସେ ଘରେ ରହି ପାଠ ପଢୁଥିଲେ। ଶୁକ୍ରବାର ସକାଳେ ସେ ସାମାନ୍ୟ ସୁସ୍ଥ ଅନୁଭବ କରିବାରୁ ସ୍କୁଲ ଯିବା ପାଇଁ ପ୍ରସ୍ତୁତ ହୋଇଥିଲେ
ପ୍ରତିଦିନ ଭଳି ଘରେ କିଛି ଖାଦ୍ୟ ଖାଇ ସାରିବା ପରେ ତରବର ହୋଇ ବହି ବସ୍ତାନି ଧରି ସ୍କୁଲ ଅଭିମୁଖେ ବାହାରି ପଡ଼ିଥିଲେ। ସ୍କୁଲରେ ପହଞ୍ଚିବା ପୂର୍ବରୁ ସେ ଅସୁସ୍ଥତା କାରଣରୁ ଗ୍ରାମର ବଡ଼ ସାହି ଚାରିଛକ ରାସ୍ତାରେ ଟଳି ପଡ଼ିଥିଲେ। ଆକାଶଙ୍କ ବାପା ସିମାଞ୍ଚଳ ଜଣେ ଅସହାୟ ଗରିବ ବ୍ୟକ୍ତି ଭାବେ ଗାଁରେ ଜଣାଶୁଣା। ମୂଲ ମଜୁରୀ ଖଟି ସେ ପରିବାର ପ୍ରତିପୋଷଣ କରୁଥିଲେ। ସ୍ତ୍ରୀ ଏବଂ ଗୋଟିଏ ପୁଅ ଓ ଗୋଟିଏ ଝିଅଙ୍କୁ ନେଇ ତାଙ୍କ ପରିବାର। ବିବାହ ଉପଯୁକ୍ତ ବୟସ ହୋଇଥିଲେ ମଧ୍ୟ ଆବଶ୍ୟକ ଅର୍ଥ ଅଭାବରୁ ଝିଅକୁ ବିବାହ ଦେଇ ପାରିନାହାଁନ୍ତି। ପୁଅ ଆକାଶଙ୍କ ଆକସ୍ମିକ ମୃତ୍ୟୁ ପରେ ମା’ ବାପା ଓ ଭଉଣୀ ଦୁଃଖରେ ମ୍ରିୟମାଣ ହୋଇପଡିଛନ୍ତି। କାଲିଠାରୁ ସେମାନେ ଖିଆପିଆ ଛାଡି ଦେଇଛନ୍ତି। କେବଳ ବାହୁନି ବାହୁନି କାନ୍ଦୁଛନ୍ତି। ସମ୍ପର୍କୀୟ ଲୋକେ କେତେ ବୁଝାଇଲେ ମଧ୍ୟ ସେମାନଙ୍କ ଲୁହ ବୋଲ ମାନୁନି। ଗୁମୁରି ଗୁମୁରି କୋହ ଉଠାଇ କାନ୍ଦୁଛନ୍ତି। କେତେ ଆଶା କରିଥିଲେ ସୀମାଞ୍ଚଳ। ପୁଅ ବଡ ହୋଇ ଉଚ୍ଚ ଶିକ୍ଷିତ ହେବ। ବୃଦ୍ଧ ବେଳେ ପୁଅ ତାଙ୍କ ଆଶା ବାଡ଼ିହେବ। ବଂଶ ରକ୍ଷା କରିବ। କିନ୍ତୁ ସବୁ ସ୍ବପ୍ନ ତାଙ୍କ ଧୂଳିସାତ୍‌ ହୋଇଗଲା। କଣ କରିବେ ତାଙ୍କୁ କିଛି ବୁଦ୍ଧି ଦିଶୁନାହିଁ ବୋଲି ସିମାଞ୍ଚଳ କହିଛନ୍ତି। ଅନ୍ୟପକ୍ଷରେ ହାଇସ୍କୁଲ ଶିକ୍ଷୟିତ୍ରୀ ଶିକ୍ଷକ ଏବଂ ବ୍ଲକ ସହକାରୀ ଗୋଷ୍ଠୀ ଶିକ୍ଷାଧିକାରୀ ବାଳା ମାଝୀଙ୍କ ପକ୍ଷରୁ ତାଙ୍କ ପରିବାରଙ୍କୁ ଆର୍ଥିକ ସହାୟତା ଦିଆଯାଇଛି। ରେଡକ୍ରସ ପାଣ୍ଠିରୁ ମୃତ ଛାତ୍ରଙ୍କ ପରିବାର ଲୋକଙ୍କୁ ସହାୟତା ଯୋଗାଇ ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

୧୯ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ: ବିଜୟ ସହ ଭାରତର ଅଭିଯାନ ଆରମ୍ଭ

ପୋଖରା, ୩୧ା୧:ସ୍ଥାନୀୟ ପୋଖାରା ରଙ୍ଗଶାଂଳା ଷ୍ଟାଡିୟମରେ ଆୟୋଜକ ନେପାଳ ବିପକ୍ଷରେ ୧-୦ ଗୋଲ୍‌ରେ ବିଜୟ ହାସଲ କରି ଭାରତ ୧୯ ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ…

ଇଶାନଙ୍କ ବିସ୍ଫୋରକ ଶତକ: ୪-୧ରେ ଭାରତର ସିରିଜ ବିଜୟ

ଥିରୁଭାନନ୍ତପୁରମ,୩୧ା୧- ଇଶାନ କିଶନଙ୍କ ବିସ୍ଫୋରକ ଶତକ ଓ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ସହ ଦ୍ରୁତ ୧୩୭ ରନର ଭାଗୀଦାରି ଏବଂ ଅର୍ଶଦୀପଙ୍କ ୫ ଉଇକେଟ ସଫଳତାକୁ ପାଥେୟ…

ମାଗଣାରେ ରୋଗୀଙ୍କୁ ମେଡିକାଲ ନେବାକୁ ନିଆରା ପ୍ରୟାସ: ଅଟୋ ଶୁଭାରମ୍ଭ କଲେ ବିଡିଓ

ବିଷମକଟକ,୩୧।୧ (ପ୍ରସନ୍ନ କୁମାର ପଣ୍ଡା) : ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ହାଟ ମୁନିଗୁଡ଼ା ପଞ୍ଚାୟତରେ ରୋଗୀ ସେବା ଯୋଗାଇଦେବାକ ଏକ ଛୋଟ ପ୍ରୟାସ କରାଯାଇଛି।…

ନଳିନୀ ବିଦ୍ୟା ମନ୍ଦିରରେ ଝାଡ଼ାବାନ୍ତି ଆତଙ୍କ: ଜଣେ ଛାତ୍ରୀ ମୃତ, ୪୦ ଗୁରୁତର

ବିଷମ କଟକ, ୩୧।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ଚାଟିକଣା ପଞ୍ଚାୟତରେ ମଙ୍ଗଳ ବିଭାଗ ଦ୍ୱାରା ପରିଚାଳନିତ ନଳିନୀ ବିଦ୍ୟାମନ୍ଦିରର ହଷ୍ଟେଲରେ ଶୁକ୍ରବାରଠାରୁ…

ଖଣି ଭୁଶୁଡ଼ି ଚାଲିଗଲା ୨୦୦ ଲୋକଙ୍କ ଜୀବନ, ପଶି ରହିଛନ୍ତି ଅନେକ…

ଗୋମା(କଙ୍ଗୋ),୩୧ା୧ପୂର୍ବ କଙ୍ଗୋର କୋଲଟାନ ଖଣି ଅଞ୍ଚଳରେ କେତେକ ଖଣି ଭୁଶୁଡ଼ିପଡ଼ିବାରୁ ଅନୂ୍ୟନ ୨୦୦ ଲୋକଙ୍କ ମୃତ୍ୟୁ ଘଟିଥିବା ଶନିବାର ବିଦ୍ରୋହୀ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏମ୍‌୨୩…

ଦାରିଙ୍ଗବାଡ଼ି ପ୍ରଶଂସାରେ ଶତମୁଖ ବିଦେଶୀ ପର୍ଯ୍ୟଟକ: ସାଇକେଲରେ ବୁଲିଲେ, ଇକୋ ରିଟ୍ରିଟ୍‌ରେ…

ଦାରିଙ୍ଗବାଡି, ୩୧।୧ (ଅରୁଣ ସାହୁ): ଓଡ଼ିଶାର ଅନ୍ୟତମ ପର୍ଯ୍ୟଟନ କ୍ଷେତ୍ର ମଧ୍ୟରୁ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଟିଏ। ଏଠାକୁ ବୁଲି ଆସିବାକୁ ବିଦେଶୀ ପର୍ଯ୍ୟଟକଙ୍କ ଆଗ୍ରହ ପୁଣି…

ଅନାସ୍ଥା ପରେ ଖାଲି ପଡ଼ିଥିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ: ଉପାଧ୍ୟକ୍ଷ ବିଶ୍ୱନାଥଙ୍କୁ ମିଳିଲା ଅତିରିକ୍ତ ଦାୟିତ୍ୱ

ଗୁଣପୁର,୩୧।୧(ସଂକେତ ପାତ୍ର)- ଅନାସ୍ଥା ପ୍ରସ୍ତାବ ଗୃହୀତ ହେବା ପରେ ଲକ୍ଷ୍ମୀ ଶବରଙ୍କ ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ ଗତ ୨୨ତାରିଖର ରଦ୍ଦ ହୋଇଥିଲା। ଏହାପରେ…

ଖାଦ୍ୟ ପରିବେଷଣରେ ବିଳମ୍ବ ହେବାରୁ ସଂଘର୍ଷ: ଗଡ଼ିଲା ୨ ମୁଣ୍ଡ

ଗାଜିଆବାଦ,୩୧ା୧: ଗାଜିଆବାଦର ଏକ ଭୋଜନାଳୟରେ ଖାଦ୍ୟ ପରିବେଷଣରେ ବିଳମ୍ବକୁ ନେଇ ବିବାଦ ଦେଖାଦେବା ସହ ଛୁରାମାଡ଼ରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ଜଣେ ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri