Posted inଫୁରସତ

ବୟଫେଣ୍ଡ୍‌ଙ୍କ ଉପରେ ନଜର ପକାଇବାରୁ ସାଙ୍ଗଙ୍କ ସହ ଏମିତି ଝଗଡା କଲେ ଛାତ୍ରୀ: ଯୁକ୍ତିତର୍କର ଭିଡିଓ ହେଉଛି ଭାଇରାଲ

ସୋସିଆଲ ମିଡିଆରେ ପ୍ରାୟତଃ ମଜାଳିଆ ଭିଡିଓଗୁଡ଼ିକ ଭାଇରାଲ ହୋଇଥାଏ। ଲୋକମାନେ ଏପରି ଭିଡିଓ ଦେଖିବା ପରେ ହସିବାକୁ ବାଧ୍ୟ ହୁଅନ୍ତି। ଆଜିକାଲି ଏମିତି ଏକ ଭିଡିଓ ଭାଇରାଲ ହେଉଛି। ଭିଡିଓରେ ଦୁଇ କଲେଜ୍‌ ଛାତ୍ରୀ ଝଗଡା କରୁଥିବା ଦେଖିବାକୁ ମିଳିଛି। ପ୍ରେମିକଙ୍କ ଉପରେ ନଜର ଜଣେ ଝିଅ ନିଜ ସାଙ୍ଗଙ୍କୁ ଗାଳି ଦେଉଥିବା ଦେଖାଯାଇଛି।
ଭାଇରାଲ ହେଉଥିବା ଏହି ଭିଡିଓରେ ଏହା ଦେଖିବାକୁ ମିଳେ ଯେ, ଦୁଇ ସାଙ୍ଗଙ୍କ ମଧ୍ୟରେ ଯୁକ୍ତିତର୍କ ହେଉଛି। ଝିଅଟି ତା’ର ସାଙ୍ଗକୁ କହିଥାଏ ଯେ ଯେତେବେଳେ ତୁମେ ଜାଣିଥିଲ ଯେ ସେ ମୋର ବୟଫ୍ରେଣ୍ଡ୍‌ ତେବେ ତୁମେ ତାଙ୍କ ନିକଟକୁ କାହିଁକି ଆସିଲ? ଏହା ଉପରେ ତାଙ୍କ ସାଙ୍ଗ କୁହନ୍ତି ଯେ ମୁଁ ଜାଣି ନଥିଲି ଯେ ସେ ତୁମର ବୟଫ୍ରେଣ୍ଡ୍‌। ସେ ମୋତେ ତୁମର ବ୍ରେକ୍‌ଅପ୍‌ ହୋଇଯାଇଛି ବୋଲି କହିଥିଲେ। ଏହା ଉପରେ ଝିଅଟି ରାଗିଯାଇ କୁହନ୍ତି ଏଠାରୁ ଚାଲିଯାଅ ଏବଂ ମୁହଁ ଦେଖାଅ ନାହିଁ। ଏହି ସମୟରେ ପାଖରେ ଠିଆ ହୋଇଥିବା ଅନ୍ୟ ଜଣେ ଝିଅ ହସୁଥିବା ଦେଖିବାକୁ ମିଳିଥିଲା। ଏହି ମଜାଳିଆ ଭିଡିଓକୁ ହସମୁଖକିଡା ନାମକ ଜଣେ ୟୁଜର୍ସ ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ ଶେୟାର କରିଛନ୍ତି। ଏହି ଭିଡିଓ ଏପର୍ଯ୍ୟନ୍ତ ୧ ମିଲିୟନରୁ ଅଧିକ ଥର ଦେଖାଯାଇଛି।

 

View this post on Instagram

 

A post shared by Hasmukh keeda (@hasmukhkeeda)


Enter your email to get our daily news in your inbox.

All Right Reserved By Dharitri.Com

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

ଯୁଦ୍ଧରେ ପାକିସ୍ତାନର ଏଣ୍ଟ୍ରି? ପାକ୍‌ ସହ ହାତ ମିଳାଇଲା ଭାରତର ବନ୍ଧୁରାଷ୍ଟ୍ର, ବିଶ୍ୱରେ ଚହଳ…

ଇସଲାମବାଦ,୭।୩: ଆଜି ମଧ୍ୟପ୍ରାଚ୍ୟରେ ଯୁଦ୍ଧର ଅଷ୍ଟମ ଦିନ। ଏପର୍ଯ୍ୟନ୍ତ ଆମେରିକା, ଇରାନ ଏବଂ ଇସ୍ରାଏଲ ହଜାର ହଜାର କ୍ଷେପଣାସ୍ତ୍ର ଏବଂ ବୋମା ବ୍ୟବହାର କରିସାରିଛନ୍ତି। ଏହାର ପ୍ରଭାବ…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ, ଯୁଦ୍ଧକୁ ଡେଇଁଲା ରୁଷିଆ!

ମସ୍କୋ,୭।୩: ଆମେରିକା-ଇସ୍ରାଏଲ ଯୁଦ୍ଧରେ ରୁଷିଆ ଇରାନକୁ ସହାୟତା କରୁଛି। ଦି ୱାଶିଂଟନ ପୋଷ୍ଟରେ ଏକ ରିପୋର୍ଟରେ ଦାବି କରାଯାଇଛି ଯେ ରୁଷିଆ ଇରାନକୁ ଆମେରିକୀୟ ସାମରିକ ଘାଟି…

ବିଜୟ ଦେବରକୋଣ୍ଡାଙ୍କ ପ୍ରେମ ଆଗରେ ହାରିଗଲେ ରୋନାଲ୍ଡୋ-ମେସି, ଫୁଟବଲ ଖେଳାଳିଙ୍କ ରେକର୍ଡ ଭାଙ୍ଗିଲେ ‘ବିରୋଶ’

ଚେନ୍ନାଇ,୭।୩: ୨୬ ଫେବୃଆରୀରେ ଉଦୟପୁରରେ ଅନୁଷ୍ଠିତ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡାଙ୍କ ବିବାହ ଏକ ବିରାଟ କାର୍ଯ୍ୟକ୍ରମଠାରୁ କମ ନଥିଲା। ସେମାନଙ୍କ ବିବାହ ପୂର୍ବ କାର୍ଯ୍ୟକ୍ରମଠାରୁ…

ଉପମୁଖ୍ୟମନ୍ତ୍ରୀ ଯାଉଥିବା ହେଲିକପ୍ଟରରୁ ବାହାରିଲା ଧୂଆଁ: ଆଉ ତା’ପରେ…

ଲକ୍ଷ୍ନୌ,୭।୩: ଉତ୍ତର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ହେଲିକପ୍ଟରକୁ ଲକ୍ଷ୍ନୌ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିବାକୁ ପଡିଛି। କୌଶାମ୍ବୀ ଅଭିମୁଖେ ଯାଉଥିବା ସମୟରେ ହେଲିକପ୍ଟରଟି ହଠାତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri