ବିଜେବି କଲେଜ ହଷ୍ଟେଲରୁ ମିଳିଲା +୩ ଛାତ୍ରୀଙ୍କ ମୃତଦେହ

ଭୁବନେଶ୍ୱର,୨।୭(ବ୍ୟୁରୋ): ହଷ୍ଟେଲରୁ ମିଳିଲା ଛାତ୍ରୀଙ୍କ ମୃତଦେହ। ବିଜେବି ମହାବିଦ୍ୟାଳୟର ଯୁକ୍ତ ୩ କଳାର ପ୍ରଥମ ବର୍ଷ ଛାତ୍ରୀ ରୁଚିକା ମହାନ୍ତିଙ୍କ ମୃତଦେହ ଶନିବାର କମିଶନରେଟ ପୋଲିସ ଜବତ କରିଛି। ସେ ଆତ୍ମହତ୍ୟା କରିଛନ୍ତି କି ନା ତାହା ଜଣାପଡ଼ି ନ ଥିବା ବେଳେ ପୋଲିସ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଆରମ୍ଭ କରିଛି।

ରୁଚିକାଙ୍କ ଘର କଟକ ଜିଲା କଖଡ଼ି ଗାଁରେ। ସେ ପ୍ରଥମ ବର୍ଷରେ ପୁଥିଲେ ମଧ୍ୟ ୟୁପିଏସ୍‌ସି ପାଇଁ ପଢ଼ାପଢ଼ି କରୁଥିଲେ। ସେ ଅସୁସ୍ଥ ଅନୁଭବ କରୁଥିବାରୁ ଅନେକ ସମୟରେ କ୍ଲାସ ନ ଯାଇ ହଷ୍ଟେଲ ରୁମ୍‌ରେ ପଢ଼ାପଢ଼ି କରୁଥିଲେ। ସେ ଶନିବାର ମଧ୍ୟ କ୍ଲାସ କରିବାକୁ ଯାଇ ନ ଥିଲେ। ସାଙ୍ଗମାନେ କ୍ଲାସ କରିବା ପାଇଁ ଗଲା ପରେ ରୁଚିକା ଏକୁଟିଆ ରୁମ୍‌ରେ ଥିଲେ। ପୂର୍ବାହ୍ନରେ କ୍ଲାସ ସରିବା ପରେ ଛାତ୍ରୀମାନେ ରୁମ୍‌କୁ ଫେରିଥିଲେ। ହେଲେ କବାଟ ଭିତର ପାର୍ଶ୍ୱରୁ ବନ୍ଦ ଥିବା ଦେଖିବାକୁ ପାଇଥିଲେ। ଯେତେ ଡାକିଲେ ବି ରୁଚିକା ଖୋଲିନଥିଲେ। ପରେ ଛାତ୍ରୀମାନେ ସନ୍ଦେହ କରି ହଷ୍ଟେଲ ସୁପରିନ୍ଟେଣ୍ଡେଣ୍ଟଙ୍କୁ ଜଣାଇଥିବା ବନ୍ଧୁମାନେ କହିଛନ୍ତି।

ଅପରପକ୍ଷେ କଲେଜ କର୍ତ୍ତୃପକ୍ଷ ଥାନାକୁ ଘଟଣା ସମ୍ପର୍କରେ ସୂଚନା ଦେଇଥିଲେ । କମିଶନରେଟ ପୋଲିସର ଉପସ୍ଥିତିରେ ଶାବଳରେ କବାଟ ଭଙ୍ଗା ଯାଇଥିଲା। ସେହି ସମୟରେ ରୁଚିକା ତା’ ବେଡ୍‌ର କାନ୍ଥକୁ ମୁହଁ କରି ପେଟେଇ ଶୋଇଥିବା ଦେଖିବାକୁ ମିଳିଥିଲା। ସେତେବେଳକୁ ତାଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଥିଲା। ପରେ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଘରେ ପଶି ଗୃହକର୍ତ୍ତାଙ୍କ ପାଟିରେ ବନ୍ଧୁକ ଭର୍ତ୍ତି କରି ଡକାୟତି ଉଦ୍ୟମ, ମରଣାନ୍ତକ ଆକ୍ରମଣ କରି ୩ ଫେରାର

ବଡ଼ବିଲ,୨୪ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ପିଏଚ୍‌ଡି ରୋଡ୍‌ସ୍ଥିତ ଭଞ୍ଜ କଲୋନୀରେ ବୁଧବାର ଜଣେ ବ୍ୟକ୍ତିଙ୍କ ଘରେ ସ୍ପଷ୍ଟ ଦିବାଲୋକରେ ଡକାୟତି ପାଇଁ...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri