ଭାରତୀୟ ସଂସଦରେ ବକ୍ତବ୍ୟ ରଖିଲେ ବିକାଶ ଛାତ୍ରୀ

ବରଗଡ଼ ଅଫିସ୍‌,୨୨।୧୧: ନିଜ ସଂସଦକୁ ଜାଣିବା ସକାଶେ ଯୁବ ପ୍ରତିଭାମାନଙ୍କ ପାଇଁ ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରାଳୟ, ଖେଳ ଓ ଯୁବ ମନ୍ତ୍ରାଳୟ ଏବଂ ପାର୍ଲାମେଣ୍ଟ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ ଫର୍‌ ଡେମୋକ୍ରେସି(ପ୍ରାଇଡ୍‌), ଲୋକସଭା ସଚିବାଳୟ ମିଳିତ ଉଦ୍ୟମରେ ଜାତୀୟ ନେତାଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ଅବସରରେ ସଂସଦର ସେଣ୍ଟ୍ରାଲ ହଲରେ ଗତ ୧୯ତାରିଖ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ବିକାଶ ଆବାସିକ ବିଦ୍ୟାଳୟର ଏକାଦଶ ଶ୍ରେଣୀ ଛାତ୍ରୀ ଗ୍ରେସି ନିଶା ସିଂହଲ ମନୋନୀତ ହୋଇ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଇନ୍ଦିରା ଗାନ୍ଧୀଙ୍କ ଜୀବନୀ ଉପରେ ବକ୍ତବ୍ୟ ରଖି ଉଚ୍ଚ ପ୍ରଶଂସିତ ହୋଇଛନ୍ତି । ସେଠାରେ ଅତିଥିଙ୍କ ମଧ୍ୟରେ ଲୋକସଭା ବାଚସ୍ପତି ଓମ ବିର୍ଲା, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ, ପୂର୍ବତନ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ଉପସ୍ଥ୍‌ିତିରେ ଭଟଲି ବ୍ଲକ କୁଶନପୁରୀ ଗ୍ରାମର ଅମିତ ଅଗ୍ରୱାଲ ଓ ମଧୁଲିକାଙ୍କ ଝିଅ ଗ୍ରେସି ନିଜ ବକ୍ତବ୍ୟ ଉପସ୍ଥାପନ କରିଥିଲେ । ଏହି କାର୍ଯ୍ୟକ୍ରମରେ ସର୍ବଭାରତୀୟସ୍ତରରେ ୨୬ଜଣ ଏବଂ ଓଡ଼ିଶାରୁ ୪ଜଣ ପ୍ରତିଭାଗୀଙ୍କ ମଧ୍ୟରେ ଗ୍ରେସି ଏହି ବକ୍ତବ୍ୟ ପାଇଁ ସୁଯୋଗ ପାଇ ଅଞ୍ଚଳ ତଥା ରାଜ୍ୟ ପାଇଁ ଗୌରବ ଆଣିଛନ୍ତି । ବିକାଶ ଗ୍ରୁପର ଚେୟାରମ୍ୟାନ ଡି. ମୂରଲିକ୍ରୀଷ୍ଣା, ଆବାସିକ ବିଦ୍ୟାଳୟର ଅଧ୍ୟକ୍ଷ ଶିଶିର ପ୍ରସାଦ ରାଉଳ, ଉପାଧ୍ୟକ୍ଷ ଚିତ୍ତରଞ୍ଜନ ପତି, ପ୍ରଦୀପ କୁମାର ସାହୁଙ୍କ ସମେତ ସମସ୍ତ ଶିକ୍ଷୟିତ୍ରୀ, ଶିକ୍ଷକ ଗ୍ରେସି ଏବଂ ତାଙ୍କ ମା, ବାପାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri