Categories: ଗଞ୍ଜାମ

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଛାତ୍ରୀ ଗୁରୁତର, ବିଧାୟକ ମେଡିକାଲରେ ପହଞ୍ଚି…

ଗଞ୍ଜାମ,୪ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଥାନା ଅନ୍ତର୍ଗତ ଓ୍ବାର୍ଡ ନଂ ୧୧ ଦାମୋଦରପୁର ଗ୍ରାମର ଭାସ୍କର ବେହେରାଙ୍କ ଝିଅ ବିଜ୍ଞାନ ଛାତ୍ରୀ ସ୍ମୃତିମୟୀ ବେହେରା ଶନିବାର ଅପରାହ୍ନରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଆହତ ହୋଇଥିଲେ। ଘର ଲୋକେ ତାଙ୍କୁ ସଙ୍ଗେ ସଙ୍ଗେ ଛତ୍ରପୁର ମେଡିକାଲରେ ନେଇଥିଲେ। ଖବର ପାଇ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ପହଂଚି ସ୍ମୃତିମୟୀଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିବା ସହ ଶୀଘ୍ର ଆରୋଗ୍ୟ ନିମନ୍ତେ ଡାକ୍ତରଙ୍କ ସହ ଆଲୋଚନା କରିଥିଲେ l ଆହତ ବିଜ୍ଞାନ ଛାତ୍ରୀ ସ୍ମୃତିମୟୀ ହେଉଛନ୍ତି ଭାସ୍କର ବେହେରାଙ୍କ ଝିଅ ଯିଏ କି ପୂର୍ବରୁ ଗଞ୍ଜାମ ଏନ୍‌ଏସିରେ ଟେକ୍ସକେଲେକ୍ଟର ଭାବେ କାର୍ଯ୍ୟରତ ଥିଲେ। ଏବେ ତାଙ୍କର ରାୟଗଡ଼ା ବଦଳି ହୋଇଛି। ବିଧାୟକ ମେଡିକାଲ ଆହତ ବିଜ୍ଞାନ ଛାତ୍ରୀ ସ୍ମୃତିମୟୀଙ୍କୁ ଭେଟିବା ବେଳେ ଭାଜାପା ଯୁବ ସଂଗଠକ ଦୀପକ କୁମାର ବେହେରା, ବିଜୟ ବେହେରା ପ୍ରମୁଖ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Share