କାର୍‌ ଧକ୍କାରେ ଛାତ୍ର ଆହତ: ଶିକ୍ଷକ, ଶିକ୍ଷୟିତ୍ରୀଙ୍କୁ ସ୍କୁଲ ବାହାରେ ଅଟକ ରଖି ମୁଖ୍ୟ ଫାଟକରେ ତାଲା ପକାଇଲେ ଗ୍ରାମବାସୀ

ମୋହନା,୨୪।୨( ମନ୍ମଥ ମିଶ୍ର ) : ବିଦ୍ୟାଳୟ ସମ୍ମୁଖରେ କାର୍‌ ଧକ୍କାରେ ଛାତ୍ର ଆହାତ। ବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇଲେ ଗ୍ରାମବାସୀ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ କେଶରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ। ଆଜି ପୂର୍ବାହ୍ନ ୧୦.୩୦ ସମୟରେ ବିଦ୍ୟାଳୟକୁ କୌଣସି ଶିକ୍ଷକ ଶିକ୍ଷୟିତ୍ରୀ ଆସିନଥିଲେ। ଯାହା ଫଳରେ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଆୟତ୍ତ କରିବା ପାଇଁ କେହି ନଥିଲେ। ସେହି ସମୟରେ ବିଦ୍ୟାଳୟରେ ଅଧ୍ୟୟନ କରୁଥିବା ଷଷ୍ଠ ଶ୍ରେଣୀର ଛାତ୍ର ଦୀପକ ମାଝୀ ବିଦ୍ୟାଳୟ ଛାଡ଼ି ବାହାରକୁ ପେନ କିଣିବା ପାଇଁ ଦୋକାନକୁ ଯିବାବେଳେ ଏକ କାର୍‌ ଧକ୍କା ଦେଇଥିଲା। ସଙ୍ଗେ ସଙ୍ଗେ ଛାତ୍ରଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ମୋହନା ମେଡିକା ରେ ଭର୍ତ୍ତି କରି ଚିକିତ୍ସା କରାଇଥିଲେ। ଅନ୍ୟପଟେ ବିଳମ୍ବରେ ଆସିଥିବା ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ବିଦ୍ୟାଳୟ ବାହାରେ ଅଟକ ରଖିଥିବାବେଳେ ମୁଖ୍ୟ ଫାଟକରେ ତାଲା ପକାଇ ରଖିଛନ୍ତି ଗ୍ରାମବାସୀ। ଘଟଣାସ୍ଥଳରେ ମୋହନା ବ୍ଲକ ଶିକ୍ଷା ଅଧିକାରୀ ନରେନ୍ଦ୍ର ବେହେରା ପହଞ୍ଚି ବିଦ୍ୟାଳୟରେ ଲାଗି ରହିଥିବା ସମସ୍ୟାର ସମାଧାନ ପ୍ରତିଶ୍ରୁତି ଦେବାପରେ ସମାଧାନ ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

ରାସ୍ତାରେ ପଡ଼ିଲା ବିରାଟକାୟ ଗଛ

ମୋହନା,୧୧।୪(ମନ୍ମଥ ମିଶ୍ର) :ବର୍ଷା ଅଛି ନା ପବନ ଅଛି । ତଥାପି ରାସ୍ତା ଉପରେ ପଡ଼ିଲା ବିରାକାୟ ଗଛ । ଅଟକି ରହିଲା ଅନେକ ଗାଡ଼ି ରାସ୍ତାର…

ବିମାନରେ ଏକାଠି ବସିଲେ ନବୀନ-ପୀତାମ୍ବର: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ତାଙ୍କ ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ଗତ ୨ ଦିନ…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

ଗୁଳି ଖାଇବୁ ପଛେ ଜମି ଦେବୁନାହିଁ: ରୋକଠୋକ୍‌ ଶୁଣାଇ ଦେଲେ ଅଞ୍ଚଳବାସୀ

ରାୟଗଡ଼ା/କଲ୍ୟାଣସିଂହପୁର,୧୧।୪(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା):ରାୟଗଡ଼ା ଜିଲା କାଶୀପୁର ବ୍ଲକ ସିଜିମାଳି ବକ୍ସାଇଟି ଖଣିକୁ ବେଦାନ୍ତ ପକ୍ଷରୁ ଗତ ମଙ୍ଗଳବାର ରାସ୍ତା ନିର୍ମାଣ ଉଦ୍ୟମ ଆରମ୍ଭ ହୋଇଥିଲା।…

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ମରାମତି ଦାବି: ପ୍ରତିଶ୍ରୁତି ମିଳିବା ପରେ ଧାରଣା ପ୍ରତ୍ୟାହୃତ

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକ ଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି…

ମାମୁଘର ଗାଁକୁ ଯାତ୍ରା ଦେଖିବାକୁ ଆସିଥିଲେ ଭଣଜା: ମିଳିଲା ଗୋଡ଼ହାତ ଅଲଗା ହୋଇଥିବା ମୃତଦେହ

ନନ୍ଦପୁର,୧୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା ବିଶାଖାପାଟଣା-କିରାଣ୍ଡୁଳ ସଂଯୋଗୀ କେକେ ରେଳପଥରେ ମାଳି ବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମ ନିକଟ ରେଳଧାରଣାରେ ଶନିବାର…

ବଢ଼ିଲା ତାତି: ଆଜିଠୁ ୬ ଦିନ ଅସହ୍ୟ ସ୍ଥିତି

ଭୁବନେଶ୍ୱର,୧୧ା୪(ବନ୍ଦନା ସେଠୀ):ରାଜ୍ୟରେ ପୁଣି ପାରଦ ଉପରମୁହଁା ହୋଇଛି। ଝଡ଼ବର୍ଷା କମିଯିବା ପରେ ଗରମ ଓ ଗୁଳୁଗୁଳି ଆରମ୍ଭ ହୋଇଛି। ଗୁରୁବାର ରାଜ୍ୟର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୩୮.୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri