ସ୍କୁଲରେ କବାଡ଼ି ଖେଳରେ ଆହତ ଛାତ୍ରଙ୍କ ଚାଲିଗଲା ଜୀବନ

କେନ୍ଦୁଝର,୮ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): ସ୍କୁଲରେ କବାଡ଼ି ଖେଳୁଥିବା ବେଳେ ଆହତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ରଙ୍କ ନାମ ଅମିତ୍‌ ମୁଣ୍ଡା (୧୪) ବୋଲି ଜଣାପଡ଼ିଛି।

ଏଭଳି ଘଟଣା କେନ୍ଦୁଝର ଜିଲା ବାରିଆ ଥାନା ଅନ୍ତର୍ଗତ ଗିଧିବାସ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ଘଟିଛି। ପ୍ରକାଶ ଯେ, ଗତ ମଙ୍ଗଳବାର ବିଦ୍ୟାଳୟରେ ଅମିତ୍‌ ଅନ୍ୟମାନଙ୍କ ସହିତ କବାଡ଼ି ଖେଳୁଥିବା ବେଳେ ତାଙ୍କୁ ଆଘାତ ଲାଗିଥିଲା। ତେବେ ଘଟଣାକୁ ସାମାନ୍ୟ ନେଇ ସ୍କୁଲର କର୍ତ୍ତୃପକ୍ଷ ଗୁରୁତ୍ୱ ଦେଇ ନ ଥିଲେ। ବୁଧବାର ସକାଳୁ ତା’ଙ୍କ ଅବସ୍ଥା ଗୁରୁତର ହେବାରୁ ନିକଟସ୍ଥ ଭଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ପାଇଁ ନିଆଯାଇଥିଲା। ତେବେ ସେଠାରୁ କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା। ତେବେ ଏହି ଘଟଣାକୁ ନେଇ ତାଙ୍କ ମା’ଙ୍କୁ ବିଳମ୍ବରେ ସୂଚନା ଦିଆଯାଇଥିଲା। ମୃତକ ବାରିଆ ଥାନା କେନ୍ଦୁଆ ଗ୍ରାମର ସ୍ବର୍ଗତ ଶୁକଦେବ ମୁଣ୍ଡାଙ୍କ ପୁଅ ଅମିତ। ସେ ହଷ୍ଟେଲରେ ରହି ଅଷ୍ଟମ ଶ୍ରେଣୀରେ ପାଠ ପଢ଼ୁଥିଲେ। ଖେଳରେ ଆହତ ହେଇଥିଲେ ସୁଦ୍ଧା ମଙ୍ଗଳବାର ପରିବାର ଲୋକଙ୍କୁ ନ ଜଣାଇ ତାଙ୍କ ଅବସ୍ଥା ଗୁରୁତର ହେବା ପରେ କେନ୍ଦୁଝର ଡାକ୍ତରଖାନାରେ ଥିବା ବେଳେ ତାଙ୍କ ମା’ଙ୍କୁ ଜଣାଇଥିଲେ। ଖବର ପାଇ ତାଙ୍କ ମାଆ ଡାକ୍ତରଖାନାରେ ପହଞ୍ଚିଥିଲେ ମାତ୍ର ସେ ଡାକ୍ତରଖାନାରେ ପହଞ୍ଚିବା ପୂର୍ବରୁ ତାଙ୍କର ମୃତ୍ୟୁ ହେଇଯାଇଥିଲା। ସ୍କୁଲ କର୍ତ୍ତୃପକ୍ଷଙ୍କ ଅବହେଳା ପାଇଁ ଅମିତଙ୍କ ମୃତ୍ୟୁ ହୋଇଥିବା ତାଙ୍କ ମା’ ଅଭିଯୋଗ କରିଛନ୍ତି। ଗତକାଲି ସନ୍ଧ୍ୟାରେ ଅମିତଙ୍କ ମୃତଦେହ ଘରକୁ ଅଣାଯିବା ପରେ ଘଟଣାର ତଦନ୍ତ ଦାବି ସହ କାର୍ଯ୍ୟାନୁଷ୍ଠାନ ଦାବିରେ ଘରଲୋକ ମୃତଦେହ ଗ୍ରହଣ କରି ନ ଥିଲେ। ଫଳରେ ଚାପା ଉତ୍ତେଜନା ଦେଖାଦେଇଥିଲା। ଖବର ପାଇ ଚମ୍ପୁଆ ଉପଜିଲାପାଳ, ଝୁମ୍ପୁରା ଓ ଚମ୍ପୁଆ ତହସିଲଦାର, ଚମ୍ପୁଆ ଏସ୍‌ଡିପିଓ ରାତିରେ ତାଙ୍କ ଘରେ ପହଞ୍ଚି ପରିବାର ଲୋକଙ୍କୁ ବୁଝାଶୁଝା କରି ମୃତଦେହ ହସ୍ତାନ୍ତର କରିଥିଲେ।

ଅନ୍ୟପକ୍ଷରେ ସ୍କୁଲ କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁ ଅମିତଙ୍କ ମୃତ୍ୟୁ ହେଇଥିବା ଅଭିଯୋଗ କରିଛନ୍ତି ଘରଲୋକ। ଏନେଇ ବାରିଆ ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ତେବେ ପରିବାର ପକ୍ଷରୁ କୌଣସି ଅଭିଯୋଗ ହୋଇ ନାହିଁ ବୋଲି ଚମ୍ପୁଆ ଏସ୍‌ଡିପିଓ ରଶ୍ମିରଞ୍ଜନ ସାହୁ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?