ଛାତ୍ରୀଙ୍କୁ ଅପହରଣ କରି ପୋଲିସକୁ କଲେ ନାକେଦମ୍‌ : ପାଖରେ ଟଙ୍କା ସରିଯିବାରୁ ଗାଁକୁ ଆସି…

ଦିଗପହଣ୍ଡି,୨।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁର ଜଣେ ୧୦ମ ଶ୍ରେଣୀ ଛାତ୍ରୀ(୧୫)ଙ୍କୁ ପାଖ ନିକଟ ଗ୍ରାମର ବନମାଳୀ ମହାରଣା ଗତ ନଭେମ୍ବର ୧୦ ତାରିଖରେ ଅପହରଣ କରି ନେଇଥିଲେ। ଛାତ୍ରୀଙ୍କ ବାପା ଏ ନେଇ ପାଟପୁର ଥାନାରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ଆଇଆଇସି ଦୀପ୍ତି ରଞ୍ଜନ ବେହେରା ଥାନା ମାମଲା ନଂ.୫୦୦/୨୫ ଅନୁଯାୟୀ ମକଦ୍ଦମା ରୁଜୁ କରିଛନ୍ତି। ତଦନ୍ତକାରୀ ଅଧିକାରୀ ଇନ୍ସପେକ୍ଟର ଶୁଭଲକ୍ଷ୍ମୀ କଅଁର ବିଭିନ୍ନ ସନ୍ଦିଗ୍ଧ ଅଞ୍ଚଳରେ ଚଢ଼ାଉ କରିଥିଲେ ମଧ୍ୟ ଉଭୟଙ୍କ ପତ୍ତା ମିଳି ନ ଥିଲା। ଅଭିଯୁକ୍ତ ବାରମ୍ବାର ଲୋକେଶନ ବଦଳାଇବା ସହ ମୋବାଇଲ ଫୋନ ସୁଇଚ ଅଫ କରୁଥିବାରୁ ପୋଲିସକୁ ନାକେଦମ ହେବାକୁ ପଡ଼ିଥିଲା। ପାଖରେ ଟଙ୍କା ସରିଯିବା ପରେ ମଙ୍ଗଳବାର ଅଭିଯୁକ୍ତ ଛାତ୍ରୀଙ୍କୁ ନେଇ ଗାଁକୁ ଆସିଥିଲେ। ଅଭିଯୁକ୍ତ ଛାତ୍ରୀଙ୍କୁ ନେଇ ଗାଁରେ ପହଞ୍ଚିଥିବା ଜଣାପଡିବା ପରେ ତଦନ୍ତକାରୀ ଅଧିକାରୀ ସଦଳବଳେ ଚଢାଉ କରି ଅଭିଯୁକ୍ତଙ୍କୁ ଥାନାକୁ ଉଠାଇ ଆଣିଥିଲେ। ଅଭିଯୁକ୍ତ ଏବଂ ପୀଡ଼ିତା ଛାତ୍ରୀଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଡାକ୍ତରୀ ମାଇନା କରାଯିବା ପରେ ମାଜିଷ୍ଟ୍ରେଟଙ୍କ ସମ୍ମୁଖରେ ଛାତ୍ରୀଙ୍କ ବୟାନ ରେକର୍ଡ କରାଯାଇଥିଲା। ବୁଧବାର ଅଭିଯୁକ୍ତଙ୍କୁ ଗିରଫ କରି ବ୍ରହ୍ମପୁରସ୍ଥିତ ପୋକ୍ସ କୋର୍ଟକୁ ଚାଲାଣ କରାଯାଇଥିଲା। ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର ମାମଲାରେ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ଜେଲ ହାଜତକୁ ପଠାଇ ଦିଆଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଭାଇଙ୍କ ଝଗଡ଼ାରୁ ବଳି ପଡିଲେ ଶାଶୁ, ସାନଭାଇର କାଠ ଫାଳିଆ ମାଡ଼ରେ…

ବ୍ରହ୍ମଗିରି,୧୭।୩(ସ୍ୱାଧୀନ ଚମ୍ପତିରାୟ): ପୁରୀ ଜିଲା ଆରଖକୁଦ ମେରାନି ଥାନା ଅନ୍ତର୍ଗତ ପାଣ୍ଡାପୋଖରୀ ଗ୍ରାମରେ ଲୋମଟାଙ୍କୁରା ହତ୍ୟାକାଣ୍ଡ ହୋଇଛି । ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇର…

ସ୍ତ୍ରୀଙ୍କୁ ତଣ୍ଟି ଚିପି ମାରିବାକୁ ହତ୍ୟା ଉଦ୍ୟମ, ସ୍ବାମୀଙ୍କୁ ବାନ୍ଧି କୋର୍ଟଚାଲାଣ କଲା ପୋଲିସ

ଦିଗପହଣ୍ଡି,୧୭ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ବୁଡୁ ବେହେରା ତାଙ୍କ ସ୍ତ୍ରୀ ସୁଶୀଳା ବେହେରାଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିବା…

ସୋଫିଆ ଫିର୍ଦ୍ଦୋସ କଂଗ୍ରେସରୁ ନିଲମ୍ବିତ ପରେ ମୁହଁ ଖୋଲିଲେ ମହମ୍ମଦ ମୋକିମ: ମୋ ଝିଅକୁ କରାଯାଉଥିଲା…

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ସନରାଇଜର୍ସ ହାଇଦ୍ରାବାଦର ନେତୃତ୍ୱ ନେଇପାରନ୍ତି ଇଶାନ କିଶନ

ନୂଆଦିଲ୍ଲୀ,୧୭ା୩: ଭାରତର ବାମହାତୀ ବିସ୍ଫୋରକ ବ୍ୟାଟର ଇଶାନ କିଶନ ଆଇପିଏଲ୍‌ର ପ୍ରାରମ୍ଭିକ କିଛି ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ଦଳର ନେତୃତ୍ୱ ନେଇପାରନ୍ତି। ନିୟମିତ ଅଧିନାୟକ ପ୍ୟାଟ କୁମିନ୍ସ…

ବାଘ ଘାସ ଖାଇବାର କାଲି ଦେଖିଲି, କାହାକୁ ଏମିତି କହିଦେଲେ ଭକ୍ତ ଦାସ

କଟକ,୧୭।୩(ପ୍ରଭୁ କଲ୍ୟାଣ ପାଲ): ରାଜ୍ୟ ସଭା  ନିର୍ବାଚନରେ  ୩ କଂଗ୍ରେସ ବିଧାୟକଙ୍କ କ୍ରସ ଭୋଟିଂ ନେଇ ବିଧାୟକ, ବିଧାୟିକାଙ୍କୁ  ନିଲମ୍ବନ କରାଯାଇଛି। ଏହି ପ୍ରସଙ୍ଗରେ ପିସିସି  ସଭାପତି…

ପାକିସ୍ତାନ ଉପରେ ନିଆଁବାଣ ହେଲା ଭାରତ: କଠୋର କାର୍ଯ୍ୟାନୁଷ୍ଠାନ ପାଇଁ କଲା ଦାବି

ଇସଲାମାବାଦ୍‌,୧୭।୩: ପାକିସ୍ତାନ ଦ୍ୱାରା ହୋଇଥିବା କଥିତ ବିମାନ ଆକ୍ରମଣରେ କାବୁଲରେ ବହୁ ସଂଖ୍ୟକ ଲୋକଙ୍କ ମୃତ୍ୟୁ ପରେ ଭାରତ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି। ଏହି ଘଟଣା…

ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି, ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମା’ ମଧ୍ୟ ମ୍ୟାଟରନିଟି ଲିଭ୍ ପାଇବା ହକଦାର

ନୂଆଦିଲ୍ଲୀ,୧୭।୩: ସୁପ୍ରିମକୋର୍ଟ ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। କୋର୍ଟ ରାୟ ଦେଇଛନ୍ତି ଯେ ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା…

ଶୀଘ୍ର କରନ୍ତୁ ଏହି କାମ: ଘରୋଇ ଗ୍ୟାସ ଗ୍ରାହକଙ୍କ ପାଇଁ ସରକାରଙ୍କ ଘୋଷଣା, ବାଧ୍ୟତାମୂଳକ ହେଲା…

ନୂଆଦିଲ୍ଲୀ,୧୭।୩: ସରକାର ସମସ୍ତ ଘରୋଇ ଗ୍ୟାସ ଗ୍ରାହକଙ୍କ ପାଇଁ ବାୟୋମେଟ୍ରିକ ଆଧାର ପ୍ରମାଣୀକରଣ ବା eKYCକୁ ବାଧ୍ୟତାମୂଳକ କରିଛନ୍ତି। ସବସିଡି ଲାଭ ସଠିକ ହିତାଧିକାରୀଙ୍କ ପାଖରେ ପହଞ୍ଚିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri