ପ୍ରେମ ବ୍ୟାପାରରୁ ଛାତ୍ରଙ୍କୁ ହତ୍ୟା

ଧର୍ମଶାଳା/କାଏମା,୬ା୯(ବଟକୃଷ୍ଣ ପରିଡ଼ା/ ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଞ୍ଚଳରେ ପ୍ରେମ ବ୍ୟାପାରକୁ ନେଇ ଜଣେ କଲେଜ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହତ୍ୟାର ଶିକାର ଛାତ୍ର ହେଲେ ସ୍ଥାନୀୟ ଅଭୟପୁର ଗ୍ରାମର ନରହରି ବେହେରାଙ୍କ ଏକମାତ୍ର ପୁଅ ରୁଦ୍ରପ୍ରସାଦ ବେହେରା(୧୭)। ଏହି ଘଟଣାରେ ପୋଲିସ ୫ଜଣଙ୍କୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି।
ରୁଦ୍ରପ୍ରସାଦ କୋତପୁରସ୍ଥିତ ବଜ୍ରଗିରି କଲେଜରେ ଯୁକ୍ତ ୨ ପ୍ରଥମ ବର୍ଷର ଛାତ୍ର ଥିଲେ। ସେ ମଙ୍ଗଳବାର ରାତି ପ୍ରାୟ ୧୦ଟାରେ ଶଙ୍ଖାରଡ଼ିହଠାରେ ଥିବା ତାଙ୍କ ପାନ ଦୋକାନକୁ ଆସି ଆଉ ଘରକୁ ଫେରି ନ ଥିଲେ। ବିଳମ୍ବ ହେବାରୁ ଘରଲୋକେ ତାଙ୍କୁ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିଥିଲେ ମଧ୍ୟ ପାଇ ନ ଥିଲେ। ତାଙ୍କ ମୋବାଇଲକୁ ଯୋଗାଯୋଗ କରିବାରୁ ତାହା ସୁଇଚଅଫ ଦେଖାଇଥିଲା। ଏହାପରେ ରୁଦ୍ରପ୍ରସାଦ ନିଖୋଜ ଥିବା ନେଇ ତାଙ୍କ ବାପା ବୁଧବାର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ନଂ.୬୭୦/୨୪ରେ ଏକ ନିଖୋଜ ମାମଲା ରୁଜୁ କରି ତଦନ୍ତ କରୁଥିବାବେଳେ ଗୁରୁବାର ସକାଳେ ରଥିଆ ନିକଟ ଶଗଡ଼ିଆ ନାଳରେ ଏକ ମୃତଦେହ ଭାସୁଥିବା ଖବର ମିଳିଥିଲା। ଏହାପରେ ରୁଦ୍ରପ୍ରସାଦଙ୍କ ପରିବାର ଲୋକଙ୍କୁ ପୋଲିସ ଡକାଇ ଘଟଣାସ୍ଥଳରେ ପହଞ୍ଚିଥିଲା। ଭାସୁଥିବା ମୃତଦେହ ରୁଦ୍ରପ୍ରସାଦଙ୍କର ବୋଲି ତାଙ୍କ ପରିବାର ଲୋକ ଚିହ୍ନଟ କରିଥିଲେ।
ତେବେ ପ୍ରେମ ବ୍ୟାପାରକୁ କେନ୍ଦ୍ରକରି ପୁଅକୁ ହତ୍ୟା କରାଯାଇଛି ବୋଲି ନରହରି କହିବା ସହ ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରି କଠୋର ଦଣ୍ଡ ଦେବାକୁ ଦାବି କରିଥିଲେ। ପୋଲିସ ରୁଜୁ କରିଥିବା ନିଖୋଜ ମାମଲାକୁ ହତ୍ୟା ମାମଲା କରି ତଦନ୍ତ ଆରମ୍ଭ କରିଥିଲା। ଯାଜପୁର ରୋଡ୍‌ ଏସ୍‌ଡିପିଓ ସଞ୍ଜୟ କୁମାର ପଟ୍ଟନାୟକ ଓ ଯାଜପୁର ଏସ୍‌ପି ଭିନୀତ ଅଗ୍ରଓ୍ବାଲ ଘଟଣାସ୍ଥଳରେ ପହଞ୍ଚି ସାଇଣ୍ଟିଫିକ ଟିମ ଦ୍ୱାରା ତଦନ୍ତ କରିବା ସହ ମୃତଦେହ ଜବତ କରି ବ୍ୟବଚ୍ଛେଦ ଲାଗି ପଠାଇଥିଲେ। ପୋଲିସ ସନ୍ଦେହରେ ସେଠାରେ ଥିବା ଗୋଟିଏ ପରିବାରର ୨ ମହିଳାଙ୍କ ସମେତ ୪ଜଣ ଓ ସ୍ଥାନୀୟ ଉତ୍ତରଶାସନ ଗ୍ରାମର ଜଣଙ୍କୁ ଥାନାକୁ ଡାକି ପଚରାଉଚରା ଚଳାଇଛି। ଅନ୍ୟପକ୍ଷରେ ଜଣେ ଛାତ୍ରଙ୍କୁ ଏଭଳି ହତ୍ୟାପରେ ଅଭୟପୁର ଗ୍ରାମବାସୀ ସ୍ତବ୍ଧ ହୋଇପଡ଼ିଛନ୍ତି। ଗଁାରେ ଏକ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ତେବେ କ’ଣ ପାଇଁ ଜଣେ କଲେଜ ଛାତ୍ରଙ୍କୁ ହତ୍ୟାକରି ଫିଙ୍ଗି ଦିଆଗଲା ତାହା ଜାଣିବାକୁ ସମସ୍ତେ ଅପେକ୍ଷା କରିଛନ୍ତି। ପୋଲିସ ଶୁକ୍ରବାର ସବୁକିଛି ସ୍ପଷ୍ଟ କରିବ ବୋଲି ଥାନା ଅଧିକାରୀ ତପନ କୁମାର ନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri