ପ୍ରେମ ବ୍ୟାପାରରୁ ଛାତ୍ରଙ୍କୁ ହତ୍ୟା

ଧର୍ମଶାଳା/କାଏମା,୬ା୯(ବଟକୃଷ୍ଣ ପରିଡ଼ା/ ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଞ୍ଚଳରେ ପ୍ରେମ ବ୍ୟାପାରକୁ ନେଇ ଜଣେ କଲେଜ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହତ୍ୟାର ଶିକାର ଛାତ୍ର ହେଲେ ସ୍ଥାନୀୟ ଅଭୟପୁର ଗ୍ରାମର ନରହରି ବେହେରାଙ୍କ ଏକମାତ୍ର ପୁଅ ରୁଦ୍ରପ୍ରସାଦ ବେହେରା(୧୭)। ଏହି ଘଟଣାରେ ପୋଲିସ ୫ଜଣଙ୍କୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି।
ରୁଦ୍ରପ୍ରସାଦ କୋତପୁରସ୍ଥିତ ବଜ୍ରଗିରି କଲେଜରେ ଯୁକ୍ତ ୨ ପ୍ରଥମ ବର୍ଷର ଛାତ୍ର ଥିଲେ। ସେ ମଙ୍ଗଳବାର ରାତି ପ୍ରାୟ ୧୦ଟାରେ ଶଙ୍ଖାରଡ଼ିହଠାରେ ଥିବା ତାଙ୍କ ପାନ ଦୋକାନକୁ ଆସି ଆଉ ଘରକୁ ଫେରି ନ ଥିଲେ। ବିଳମ୍ବ ହେବାରୁ ଘରଲୋକେ ତାଙ୍କୁ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିଥିଲେ ମଧ୍ୟ ପାଇ ନ ଥିଲେ। ତାଙ୍କ ମୋବାଇଲକୁ ଯୋଗାଯୋଗ କରିବାରୁ ତାହା ସୁଇଚଅଫ ଦେଖାଇଥିଲା। ଏହାପରେ ରୁଦ୍ରପ୍ରସାଦ ନିଖୋଜ ଥିବା ନେଇ ତାଙ୍କ ବାପା ବୁଧବାର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ନଂ.୬୭୦/୨୪ରେ ଏକ ନିଖୋଜ ମାମଲା ରୁଜୁ କରି ତଦନ୍ତ କରୁଥିବାବେଳେ ଗୁରୁବାର ସକାଳେ ରଥିଆ ନିକଟ ଶଗଡ଼ିଆ ନାଳରେ ଏକ ମୃତଦେହ ଭାସୁଥିବା ଖବର ମିଳିଥିଲା। ଏହାପରେ ରୁଦ୍ରପ୍ରସାଦଙ୍କ ପରିବାର ଲୋକଙ୍କୁ ପୋଲିସ ଡକାଇ ଘଟଣାସ୍ଥଳରେ ପହଞ୍ଚିଥିଲା। ଭାସୁଥିବା ମୃତଦେହ ରୁଦ୍ରପ୍ରସାଦଙ୍କର ବୋଲି ତାଙ୍କ ପରିବାର ଲୋକ ଚିହ୍ନଟ କରିଥିଲେ।
ତେବେ ପ୍ରେମ ବ୍ୟାପାରକୁ କେନ୍ଦ୍ରକରି ପୁଅକୁ ହତ୍ୟା କରାଯାଇଛି ବୋଲି ନରହରି କହିବା ସହ ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରି କଠୋର ଦଣ୍ଡ ଦେବାକୁ ଦାବି କରିଥିଲେ। ପୋଲିସ ରୁଜୁ କରିଥିବା ନିଖୋଜ ମାମଲାକୁ ହତ୍ୟା ମାମଲା କରି ତଦନ୍ତ ଆରମ୍ଭ କରିଥିଲା। ଯାଜପୁର ରୋଡ୍‌ ଏସ୍‌ଡିପିଓ ସଞ୍ଜୟ କୁମାର ପଟ୍ଟନାୟକ ଓ ଯାଜପୁର ଏସ୍‌ପି ଭିନୀତ ଅଗ୍ରଓ୍ବାଲ ଘଟଣାସ୍ଥଳରେ ପହଞ୍ଚି ସାଇଣ୍ଟିଫିକ ଟିମ ଦ୍ୱାରା ତଦନ୍ତ କରିବା ସହ ମୃତଦେହ ଜବତ କରି ବ୍ୟବଚ୍ଛେଦ ଲାଗି ପଠାଇଥିଲେ। ପୋଲିସ ସନ୍ଦେହରେ ସେଠାରେ ଥିବା ଗୋଟିଏ ପରିବାରର ୨ ମହିଳାଙ୍କ ସମେତ ୪ଜଣ ଓ ସ୍ଥାନୀୟ ଉତ୍ତରଶାସନ ଗ୍ରାମର ଜଣଙ୍କୁ ଥାନାକୁ ଡାକି ପଚରାଉଚରା ଚଳାଇଛି। ଅନ୍ୟପକ୍ଷରେ ଜଣେ ଛାତ୍ରଙ୍କୁ ଏଭଳି ହତ୍ୟାପରେ ଅଭୟପୁର ଗ୍ରାମବାସୀ ସ୍ତବ୍ଧ ହୋଇପଡ଼ିଛନ୍ତି। ଗଁାରେ ଏକ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ତେବେ କ’ଣ ପାଇଁ ଜଣେ କଲେଜ ଛାତ୍ରଙ୍କୁ ହତ୍ୟାକରି ଫିଙ୍ଗି ଦିଆଗଲା ତାହା ଜାଣିବାକୁ ସମସ୍ତେ ଅପେକ୍ଷା କରିଛନ୍ତି। ପୋଲିସ ଶୁକ୍ରବାର ସବୁକିଛି ସ୍ପଷ୍ଟ କରିବ ବୋଲି ଥାନା ଅଧିକାରୀ ତପନ କୁମାର ନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri