ଛାତ୍ରୀଙ୍କୁ ଅସଦାଚରଣ ମାମଲା: ବଦଳିଲେ ସହକାରୀ ପରିଚାଳିକା, ମାଟ୍ରନ

କେନ୍ଦୁଝର,୨୭ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ୍‌ ବଣାପଳାସପାଳ ବାଳିକା ଉଚ୍ଚ ବିଦ୍ୟାଳୟରେ ଦୁଇ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକ ଅସଦାଚରଣ ଘଟଣାରେ ସହକାରୀ ପରିଚାଳିକାଙ୍କୁ ବଦଳି କରାଯାଇଛି। ଏହି ମାମଲାରେ ପୂର୍ବରୁ ପ୍ରଧାନ ଶିକ୍ଷକ ଇଶ୍ୱର ଚନ୍ଦ୍ର ସାହୁଙ୍କୁ ୧୩ ତାରିଖରେ ନିଲମ୍ବିତ କରାଯାଇଥିଲା। ଗୁରୁବାର ଦାୟିତ୍ୱରେ ଅବହେଳା ପାଇଁ ବିଦ୍ୟାଳୟର ହଷ୍ଟେଲ ଦାୟିତ୍ୱରେ ଥିବା ସହକାରୀ ପରିଚାଳିକା ରାଇମଣୀ ମାଝୀ ଚମ୍ପୁଆ ବ୍ଲକ ସରକାରୀ ଉଚ୍ଚ ବିଦ୍ୟାଳୟ ବାସୁଦେବପୁରକୁ ବଦଳି ହୋଇଛି ।

ବାସୁଦେବପୁର ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷୟିତ୍ରୀ ଉର୍ମିଳା ବିଶ୍ୱାଳଙ୍କୁ ସରକାରୀ ଉଚ୍ଚ ବିଦ୍ୟାଳୟ ମାଟକାମବେଡ଼ାକୁ ବଦଳି କରାଯାଇଛି। ମାଟକାମବେଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ମୋହନ ଚରଣ ମାଝୀଙ୍କୁ ରେବଣାପଳାସପାଳ ବାଳିକା ଉଚ୍ଚ ବିଦ୍ୟାଳୟକୁ ବଦଳି ହୋଇଛି।

ଜିଲାପାଳଙ୍କ ଅନୁମୋଦନ କ୍ରମେ ଜିଲା ମଙ୍ଗଳ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଚିଠି (ନଂ. ୨୧୮୦/୨୭ଜୁଲାଇ ୨୦୨୩ )ରେ ଏହି ଆଦେଶ କରାଯାଇଛି। ସେହିପରି ଚିଠି ନମ୍ବର ୨୧୭୬ ତା ୨୭/୦୭/୨୦୨୩ରେ ରେବଣାପଳାସପାଳ ବାଳିକା ଉଚ୍ଚ ବିଦ୍ୟାଳୟର ମାଟ୍ରନ ଶର୍ମିଳା ସାହୁଙ୍କୁ ଯୋଡା ବ୍ଲକ ଗୁଆଲି ଆଶ୍ରମ ସ୍କୁଲକୁ ବଦଳି କରାଯାଇଥିବା ବେଳେ ସେଠାରେ କାର୍ଯ୍ୟରତ ମାଟ୍ରନ ପ୍ରୀତିମୟୀ ଚକ୍ରଙ୍କୁ ରେବଣାପଳାସପାଳ ବାଳିକା ଉଚ୍ଚ ବିଦ୍ୟାଳୟକୁ ବଦଳି କରାଯାଇଛି ।

ସୂଚନାଯୋଗ୍ୟ, ଜୁଲାଇ ୬ ତାରିଖ ଦିନ ହଷ୍ଟେଲ ଭିତରେ ପ୍ରବେଶ କରି ପ୍ରଧାନ ଶିକ୍ଷକ ଦୁଇ ଜଣ ନବମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରିଥିଲେ । ଏନେଇ ଛାତ୍ରୀ ଦ୍ୱୟ ଅଭିଭାବକଙ୍କୁ ଜଣାଇବା ସହ ୮ ତାରିଖ ଦିନ ସ୍କୁଲ ଛାଡି ପରିବାର ସଦସ୍ୟଙ୍କ ସହ ଘରକୁ ପଳାଇଥିଲେ। ଏ ନେଇ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ଜିଲାପାଳ ଏହାର ତଦନ୍ତ ନିର୍ଦ୍ଦେଶ ଦେଇଥିଲେ । ତଦନ୍ତ ପରେ ଘଟଣାର ସତ୍ୟତା ଜଣାପଡିବା ପରେ ପ୍ରଧାନ ଶିକ୍ଷକଙ୍କୁ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗର ନିର୍ଦ୍ଦେଶକ ଶ୍ରୀକାନ୍ତ ତରେଇ ନିଲମ୍ବିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପାଟଣା:ରଘୁନାଥ ଜିଉ ମଠରେ ରାମନବମୀ ଉତ୍ସବ,ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶ୍ରୀରାମ ଝଣ୍ଡା ଯାତ୍ରା

ପାଟଣା, ୨୭।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ମହାସମାରୋହରେ ପବିତ୍ର ରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି। ରଘୁନାଥ ଜିଉ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri