ଛାତ୍ରୀଙ୍କୁ ଅସଦାଚରଣ ମାମଲା: ବଦଳିଲେ ସହକାରୀ ପରିଚାଳିକା, ମାଟ୍ରନ

କେନ୍ଦୁଝର,୨୭ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ୍‌ ବଣାପଳାସପାଳ ବାଳିକା ଉଚ୍ଚ ବିଦ୍ୟାଳୟରେ ଦୁଇ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକ ଅସଦାଚରଣ ଘଟଣାରେ ସହକାରୀ ପରିଚାଳିକାଙ୍କୁ ବଦଳି କରାଯାଇଛି। ଏହି ମାମଲାରେ ପୂର୍ବରୁ ପ୍ରଧାନ ଶିକ୍ଷକ ଇଶ୍ୱର ଚନ୍ଦ୍ର ସାହୁଙ୍କୁ ୧୩ ତାରିଖରେ ନିଲମ୍ବିତ କରାଯାଇଥିଲା। ଗୁରୁବାର ଦାୟିତ୍ୱରେ ଅବହେଳା ପାଇଁ ବିଦ୍ୟାଳୟର ହଷ୍ଟେଲ ଦାୟିତ୍ୱରେ ଥିବା ସହକାରୀ ପରିଚାଳିକା ରାଇମଣୀ ମାଝୀ ଚମ୍ପୁଆ ବ୍ଲକ ସରକାରୀ ଉଚ୍ଚ ବିଦ୍ୟାଳୟ ବାସୁଦେବପୁରକୁ ବଦଳି ହୋଇଛି ।

ବାସୁଦେବପୁର ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷୟିତ୍ରୀ ଉର୍ମିଳା ବିଶ୍ୱାଳଙ୍କୁ ସରକାରୀ ଉଚ୍ଚ ବିଦ୍ୟାଳୟ ମାଟକାମବେଡ଼ାକୁ ବଦଳି କରାଯାଇଛି। ମାଟକାମବେଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ମୋହନ ଚରଣ ମାଝୀଙ୍କୁ ରେବଣାପଳାସପାଳ ବାଳିକା ଉଚ୍ଚ ବିଦ୍ୟାଳୟକୁ ବଦଳି ହୋଇଛି।

ଜିଲାପାଳଙ୍କ ଅନୁମୋଦନ କ୍ରମେ ଜିଲା ମଙ୍ଗଳ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଚିଠି (ନଂ. ୨୧୮୦/୨୭ଜୁଲାଇ ୨୦୨୩ )ରେ ଏହି ଆଦେଶ କରାଯାଇଛି। ସେହିପରି ଚିଠି ନମ୍ବର ୨୧୭୬ ତା ୨୭/୦୭/୨୦୨୩ରେ ରେବଣାପଳାସପାଳ ବାଳିକା ଉଚ୍ଚ ବିଦ୍ୟାଳୟର ମାଟ୍ରନ ଶର୍ମିଳା ସାହୁଙ୍କୁ ଯୋଡା ବ୍ଲକ ଗୁଆଲି ଆଶ୍ରମ ସ୍କୁଲକୁ ବଦଳି କରାଯାଇଥିବା ବେଳେ ସେଠାରେ କାର୍ଯ୍ୟରତ ମାଟ୍ରନ ପ୍ରୀତିମୟୀ ଚକ୍ରଙ୍କୁ ରେବଣାପଳାସପାଳ ବାଳିକା ଉଚ୍ଚ ବିଦ୍ୟାଳୟକୁ ବଦଳି କରାଯାଇଛି ।

ସୂଚନାଯୋଗ୍ୟ, ଜୁଲାଇ ୬ ତାରିଖ ଦିନ ହଷ୍ଟେଲ ଭିତରେ ପ୍ରବେଶ କରି ପ୍ରଧାନ ଶିକ୍ଷକ ଦୁଇ ଜଣ ନବମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରିଥିଲେ । ଏନେଇ ଛାତ୍ରୀ ଦ୍ୱୟ ଅଭିଭାବକଙ୍କୁ ଜଣାଇବା ସହ ୮ ତାରିଖ ଦିନ ସ୍କୁଲ ଛାଡି ପରିବାର ସଦସ୍ୟଙ୍କ ସହ ଘରକୁ ପଳାଇଥିଲେ। ଏ ନେଇ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ଜିଲାପାଳ ଏହାର ତଦନ୍ତ ନିର୍ଦ୍ଦେଶ ଦେଇଥିଲେ । ତଦନ୍ତ ପରେ ଘଟଣାର ସତ୍ୟତା ଜଣାପଡିବା ପରେ ପ୍ରଧାନ ଶିକ୍ଷକଙ୍କୁ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗର ନିର୍ଦ୍ଦେଶକ ଶ୍ରୀକାନ୍ତ ତରେଇ ନିଲମ୍ବିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ବର୍ଦ୍ଧିତ ଦରମା ନେବାକୁ ମନା କଲେ ନବୀନ, ମୁଖ୍ୟମନ୍ତ୍ରୀ ଚିଠି ଲେଖି କହିଲେ ମୋ ଦରମାକୁ…

ଭୁବନେଶ୍ୱର,୧୩ା୧୨: ଏହି କିଛିଦିନ ତଳେ ମୋହନ ସରକାର ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବଢ଼ାଇଛନ୍ତି। ବିଧାୟକଙ୍କ ଦରମା ପୂର୍ବରୁ ୧ ଲକ୍ଷ ଟଙ୍କା ଥିବାବେଳେ ସରକାର...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri