ଲୁଣା ନଦୀରେ ଗୋଡ଼ ଖସି ଛାତ୍ରୀ ନିଖୋଜ: ଉଦ୍ଧାର କାର୍ଯ୍ୟ ଜାରି

ମହାକାଳପଡ଼ା,୨୭।୪( ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ମଙ୍ଗଳପୁର ପଞ୍ଚାୟତ ବନ୍ଧପଡ଼ା ଗ୍ରାମରେ ଏକ ଅଘଟଣ ଘଟିଛି। ଦୁଇ ସାଙ୍ଗ ନିକଟ ଲୁଣା ନଦୀକୁ ଗାଧୋଇବା ପାଇଁ ଯାଇଥିଲେ। ଗାଧୋଇବା ବେଳେ ଦୁଇ ସାଙ୍ଗ ପାଣିରେ ଭାସି ଯାଇଥିଲେ। ଜଣେ ଛାତ୍ରୀ ବହୁତ କଷ୍ଟରେ ଉପରକୁ ଉଠି ଆସିଥିଲେ। ହେଲେ ଅନ୍ୟ ଜଣେ ଛାତ୍ରୀ ନିଖୋଜ ଅଛନ୍ତି। ଖବରପାଇ ମହାକାଳପଡା ଅଗ୍ନିଶମ ବାହିନୀ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଉଭୟ ଛାତ୍ରୀ ନବମ ଶ୍ରେଣୀରେ ପଢନ୍ତି।