ବିଦ୍ୟାଳୟରୁ ଛାତ୍ର ନିଖୋଜ ଘଟଣା: ନିଆଁ ପୁଉଁଥିବାବେଳେ ଏମିତି ପଡ଼ିଲେ ଧରା

ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ନବମ ଛାତ୍ର ନିଖୋଜ ଛାତ୍ର କିଷାନ ବେହେରା ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ପରେ ଉଦ୍ଧାର ହୋଇଥିବା ପୋଲିସ କହିଛି। ତାଙ୍କୁ ଶନିବାର ବିଳମ୍ବିତ ରାତିରେ ବିଦ୍ୟାଳୟର କର୍ତ୍ତୃପକ୍ଷ, ସିସିଏ (କୁକ କମ୍‌ ଆଟେଣ୍ଡାଣ୍ଟ) ତାଙ୍କୁ ଗ୍ରୀନବାଡ଼ିର ଏକ ପୋଖରୀ ନିକଟରେ ନିଆଁ ପୁଉଁଥିବା ଦେଖି ତାଙ୍କୁ ଉଦ୍ଧାର କରିଥିଲେ ବୋଲି ଜଣାପଡ଼ିଛି। ଏନେଇ ଦାରିଙ୍ଗବାଡ଼ି ଆଇଆଇଆସି ସଂଗ୍ରାମ କେଶରୀ ଜେନା କହିଛନ୍ତି ଯେ, ବିଦ୍ୟାଳୟ ପକ୍ଷରୁ ତାଙ୍କୁ ଉଦ୍ଧାର କରାଯାଇଥିବା ବେଳେ ସେ ଜଣେ ସାଙ୍ଗ ଘରକୁ ଯାଇଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜଣାପଡ଼ିଥିବା କହିଛନ୍ତି। ତେବେ ସେ ଏହି ଶୀତୁଆ ରାତିରେ କିଭଳି ବାହାରେ ରହିଥିଲେ ଓ ଦିନରେ ସେ ବଜାରରେ ବୁଲୁଥିବା ଓ ବିଳମ୍ବିତ ରାତ୍ରିରେ ସେ ଏକ ନିଛାଟିଆ ରାତିରେ ପୋଖରୀ ନିକଟରେ ନିଆଁ ପୁଉଁଥିବା ଓ ସେ ସାଙ୍ଗ ଘରକୁ ଯାଇଥିବା କହୁଥିବା ବେଳେ ସେ କିଭଳି ଜଣେ ଉଦ୍ଧାର ହୋଇଛନ୍ତି ତାଙ୍କ ସହ ଆଉ କେହି ନ ଥିଲେ ଏ ସବୁକୁ ପୋଲିସ ଏବଂ ବିଦ୍ୟାଳୟ କର୍ତ୍ତୃପକ୍ଷ ତଦନ୍ତ କରୁଥିବା ଜଣାପଡ଼ିଛି।

ସେହିପରି ବିଦ୍ୟାଳୟର ଛାତ୍ରାବାସରୁ କିଭଳି ଛାତ୍ର ଜଣଙ୍କ ବାହାରକୁ ଚାଲିଗଲେ ସେନେଇ ଅଭିଭାବକ ମହଲରେ ଚିନ୍ତା ବଢ଼ାଇଛି ବୋଲି କୁହାଯାଉଛି। ଉକ୍ତ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ର କିଷାନ ବେହେରା ଶୁକ୍ରବାର ସନ୍ଧ୍ୟାରୁ ନିଖୋଜ ହୋଇଯାଇଥିଲେ ସେ ନିଖୋଜ ଥିବା ବିଦ୍ୟାଳୟ କର୍ତ୍ତୃପକ୍ଷ ସନ୍ଧ୍ୟାରେ ଜାଣିବା ପରେ ଖୋଜାଖୋଜି କରିବା ପରେ କୌଣସି ସନ୍ଧାନ ନ ମିଳିବାରୁ ଶନିବାର ଥାନାରେ ବିଦ୍ୟାଳୟ ପକ୍ଷରୁ ଥାନାରେ ଲିଖିତ ଅଭିଯୋଗ କରାଯାଇଥିଲା।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଚ୍‌ ଜିତିଲା ଇଂଲଣ୍ଡ, ହୃଦୟ ଜିତିଲା ନେପାଳ

ମୁମ୍ବାଇ,୮ା୨- ଚଳିତ ଟି୨୦ ବିଶ୍ୱକପ୍‌ରେ ରବିବାର ଅପରାହ୍ନରେ ଖେଳାଯାଇଥିବା ଏକ ରୋମାଞ୍ଚକ ପୂର୍ଣ୍ଣ ମ୍ୟାଚ୍‌ରେ ଇଂଲଣ୍ଡ ୪ ରନରେ ନେପାଳକୁ ହରାଇ ଦେଇଛି। ଇଂଲଣ୍ଡ ଦ୍ୱାରା ପ୍ରଦତ୍ତ…

ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟରେ ବୈଭବ ସୂର୍ଯ୍ୟବଂଶୀ

ଦୁବାଇ, ୮ା୨: ଆଇସିସି ୧୬ ବର୍ଷରୁ କମ୍‌ ବିଶ୍ୱକପ୍‌ ଉଦ୍‌ଯାପିତ ହେବା ପରେ ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟ ମନୋନୀତ କରାଯାଇଛି। ଏଥିରେ ସ୍ଥାନ ପାଇଥିବା ୩ଜଣ…

ମେଟ୍ରୋରେ ପ୍ରେମିକା ସହ ଧରାପଡ଼ିଲେ ପୁଅ; ସେଠାରେ ହିଁ ‘ନିର୍ବନ୍ଧ’ କରାଇଦେଲେ ମା’

ନୂଆଦିଲ୍ଲୀ,୮ା୨: ସୋସିଆଲ ମିଡିଆରେ ଏବେ ଏକ ଅଜବ ତଥା ମଜାଦାର ଭିଡିଓ ବେଶ୍ ଭାଇରାଲ ହେବାରେ ଲାଗିଛି। ଜଣେ ମା’ ନିଜ ପୁଅକୁ ତାଙ୍କ ପ୍ରେମିକାଙ୍କ ସହ…

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

ପେଟ୍ରୋଲଠାରୁ କେତେ ଶସ୍ତା CNG କାର୍‌? ୧୦ ଲକ୍ଷ ମଧ୍ୟରେ କେଉଁଟି ଭଲ…ନୂଆ କାର୍‌ କିଣିବାକୁ ଥିଲେ…

ନୂଆଦିଲ୍ଲୀ,୮।୨: ଭାରତରେ ନୂଆ କାର୍‌ କିଣିବା ସମୟରେ ଅଧିକାଂଶ ଲୋକଙ୍କ ମନରେ ଏକ ପ୍ରଶ୍ନ ଆସେ ଯେ ପେଟ୍ରୋଲ କାର୍‌ ନେବେ ନା ସିଏନଜି (CNG) କାର୍‌?…

ପୁଅଙ୍କୁ ଛୁରି ଭୁସି ମାରିଦେଲେ ପିଶାଚ ବାପା

କାମାକ୍ଷାନଗର,୮।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କମ୍ପୁଲେଇ ପୁରୁଣାସାହି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ନିଜ ପୁଅଙ୍କୁ ଛୁରି ଭୁସି…

ବିପଦରେ ୧୦୦ କୋଟିରୁ ଅଧିକ ଆଣ୍ଡ୍ରଏଡ୍ ଫୋନ୍; ହ୍ୟାକିଂ ଆଶଙ୍କାରେ ଗୁଗଲ୍ ଦେଲା ଚେତାବନୀ

ନୂଆଦିଲ୍ଲୀ,୮ା୨: ଯଦି ଆପଣ ଏକ ପୁରୁଣା ଆଣ୍ଡ୍ରଏଡ୍ ସ୍ମାର୍ଟଫୋନ୍ ବ୍ୟବହାର କରୁଛନ୍ତି, ତେବେ ସାବଧାନ ହୋଇଯାଆନ୍ତୁ। ଗୁଗଲ ରିପୋର୍ଟ ଅନୁଯାୟୀ, ବିଶ୍ୱର ପ୍ରାୟ ୧୦୦ କୋଟିରୁ ଅଧିକ…

ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…

ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri