ନବମ ଶ୍ରେଣୀ ଛାତ୍ରୀ ହେଲେ ମା’

କେନ୍ଦୁଝର,୨୮ା୧(ସ୍ବ.ପ୍ର.): କେନ୍ଦୁଝର ସଦର ଥାନା ଅଞ୍ଚଳରେ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗର ଜଣେ ୧୫ ବର୍ଷର ଆଦିବାସୀ ଛାତ୍ରୀ କନ୍ୟା ସନ୍ତାନଙ୍କୁ ଜନ୍ମ ଦେଇଛନ୍ତି। ମାଆ ଦେହ ଭଲ ଥିବା ବେଳେ ଶିଶୁ ଏସଏନସିୟୁରେ ଭର୍ତ୍ତି ହୋଇଥିବା ଜଣାପଡ଼ିଛି। ଘଟଣାରେ ପୋଲିସ ଜଣେ ବିବାହିତ ୨୨ ବର୍ଷର ଯୁବକଙ୍କୁ ଅଟକ ରଖି ପଚରାଉଚୁରା କରୁଛି। ଯଦିଓ ଘଟଣାଟି ସଦର ଥାନା ଅଞ୍ଚଳରେ ଘଟିଛି ପୀଡ଼ିତାଙ୍କ ମା’ଙ୍କ ଏତଲା କ୍ରମେ ଟାଉନ ଥାନାରେ ଏକ ମାମଲା ରୁଜୁ ହୋଇଛି। ତେବେ ବାଳିକାଟି ସ୍କୁଲରେ ନବମ ଶ୍ରେଣୀରେ ପଢୁଥିବା ବେଳେ କିପରି ଗର୍ଭବତୀ ହେଲେ ଏବଂ ଘଟଣା ସମ୍ପର୍କରେ ଜଣାପଡ଼ିଲା ନାହିଁ କିପରି ତାହାର ଖୋଳତାଡ଼ ପୋଲିସ ଆରମ୍ଭ କରିଛି। ଅନ୍ୟ ପକ୍ଷରେ ବାଳିକାର ସ୍ବାସ୍ଥ୍ୟ ଉପରେ ଡାକ୍ତରମାନେ ନଜର ରଖି ଚିକିସତ୍ାଜାରୀ ରଖିଛନ୍ତି। ଏଭଳି ସମ୍ବେଦନଶୀଳ ଘଟଣାକୁ ନେଇ ସ୍କୁଲ କର୍ତ୍ତୃପକ୍ଷ କିପରି ଆଗୁଆ ଜାଣି ପାରିଲେ ନାହିଁ ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏନେଇ ପ୍ରଶାସନ ପକ୍ଷରୁ କଣ ପଦକ୍ଷେପ ଗ୍ରହଣ କରାଯାଉଛି ତାହା ଉପରେ ଅଭିଭାବକମାନଙ୍କ ନଜର ରହିଛି। ଏ ନେଇ ଟାଉନ ଥାନା ଅଧିକାରିଣୀ ପ୍ରମୋଦିନୀ ସାହୁ କହିଛନ୍ତି, ଅଭିଯୋଗ ପାଇବା ପରେ ମାମଲା ରୁଜୁ କରାଯାଇ ଘଟଣାର ତଦନ୍ତ କରାଯାଉଛି ା


Enter your email to get our daily news in your inbox.

All Right Reserved By Dharitri.Com

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ପନିର ଅପମିଶ୍ରଣ ନେଇ କଟକରେ ରେଡ୍‌ ପରେ ଏବେ ପାହାଳ ପାଳି: ମିଠା କିଣୁଥିଲେ ଜାଣି ରଖନ୍ତୁ….

ଭୁବନେଶ୍ୱର,୨୫।୮: ପାର୍ବଣ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ଛେନା ଓ ପନିରର ଗୁଣବତ୍ତାକୁ ନେଇ ଚିନ୍ତା ବଢ଼ିଛି। ନକଲି ଓ ଅପମିଶ୍ରିତ ଛେନା-ପନିର ବିକ୍ରି ଅଭିଯୋଗକୁ ନେଇ BMC…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri