ରାଜପଥରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ

ବଅଁରପାଳ,୯ା୯(ଉପେନ୍ଦ୍ର ରାଉତ): ଅନୁଗୋଳ ଜିଲା ବଅଁରପାଳସ୍ଥିତ ପାଞ୍ଚଗଡ଼ ବିଜୟ କୁମାର ହାଇସ୍କୁଲର ୬ଷ୍ଠ ଶ୍ରେଣୀର ଛାତ୍ରୀ ପୂଜା ସାହୁ (୧୧)ଙ୍କ ଗୁରୁବାର ଦୁର୍ଘଟଣାରେ ମୃତ୍ୟୁ ପରଠାରୁ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଉତ୍ତେଜନା ଲାଗି ରହିଛି। ଶୁକ୍ରବାର ଅପରାହ୍ନ ୧ଟାରୁ ଛାତ୍ରୀଛାତ୍ରମାନେ ୫୫ନଂ. ଜାତୀୟ ରାଜପଥ ଅବରୋଧ କରିବାରୁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି। ପ୍ରଶାସନିକ ଅଧିକାରୀମାନେ ବୁଝାଶୁଝା ଚଳାଇଥିଲେ ମଧ୍ୟ ରାସ୍ତାରୋକୋ ଜାରି ରହିଥିବାରୁ ରାତି ଯାଏ ରାଜପଥ ଉପରେ ସହସ୍ରାଧିକ ଗାଡ଼ି ଅଟକି ରହିଛି।
ପ୍ରକାଶ ଯେ, ଗୁରୁବାର ସ୍କୁଲ ଛୁଟି ପରେ ପୂଜା ସାଇକେଲରେ ଘରକୁ ଫେରୁଥିବା ବେଳେ ଏକ ଟ୍ରକ୍‌ ୫୫ନଂ. ଜାତୀୟ ରାଜପଥର ହାଟ ଛକଠାରେ ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ପୂଜାଙ୍କ ମୃତ୍ୟୁ ହୋଇଥିଲା। ସ୍କୁଲ ନିକଟରେ ବାରମ୍ବାର ଦୁର୍ଘଟଣା ଘଟୁଥିବାରୁ ସ୍କୁଲ ଆସିବା ଓ ଯିବା ସମୟରେ ରାଜପଥରେ ଟ୍ରାଫିକ କଣ୍ଟ୍ରୋଲ କରିବା, ସକାଳ ୮ଟାରୁ ରାତି ୧୦ଟା ଯାଏ ଭାରିଯାନ ଚଳାଚଳ ବନ୍ଦ ରଖିବା ଦାବିରେ ଅପରାହ୍ନ ୧ଟାରୁ ଛାତ୍ରୀଛାତ୍ରମାନେ ରାଜପଥରେ ଆନ୍ଦୋଳନ ଆରମ୍ଭ କରିଥିଲେ। ଏପରି କି ପୂର୍ବାହ୍ନ ୧୦ଟାରୁ ସେମାନେ ସ୍କୁଲରୁ ରାଜପଥକୁ ଚାଲି ଆସିବାକୁ ଉଦ୍ୟମ କରିଥିଲେ ହେଁ କର୍ତ୍ତୃପକ୍ଷ ଗେଟ୍‌ରେ ତାଲା ପକାଇ ଦେଇଥିଲେ। ହେଲେ ଅପରାହ୍ନରେ ଛାତ୍ରୀଛାତ୍ରମାନେ ତାଲା ଭାଙ୍ଗି ରାଜପଥରେ ଆନ୍ଦୋଳନ ଆରମ୍ଭ କରିଥିଲେ। ସେମାନଙ୍କୁ ପାଞ୍ଚଗଡ଼ ସୋମନାଥ ସିଂହ ମହାବିଦ୍ୟାଳୟର କେତେଜଣ ଛାତ୍ରୀଛାତ୍ର ସହଯୋଗ କରିବାରୁ ଆନ୍ଦୋଳନ ଜୋର୍‌ଦାର ହୋଇଥିଲା। ସେମାନେ ବଅଁରପାଳ ମୁଖ୍ୟଛକର ତିନି ଦିଗକୁ ଯାଇଥିବା ରାସ୍ତାକୁ ଅବରୋଧ କରିଥିଲେ। ମୃତା ଛାତ୍ରୀ ପୂଜା ସାହୁଙ୍କ ଫଟୋଚିତ୍ର ଧରି ପ୍ରଶାସନ ବିରୋଧରେ ନାରାବାଜି କରିଥିଲେ। ଘଟଣାସ୍ଥଳରେ ଅତିରିକ୍ତ ତହସିଲଦାର ସୁକାନ୍ତ କୁମାର ନାୟକ ଓ ବଅଁରପାଳ ଥାନା ଅଧିକାରୀ ନିରୁପମା ଜେନା ପହଞ୍ଚି ବୁଝାଇବାକୁ ଚେଷ୍ଟା କରିଥିଲେ ହେଁ ବିଫଳ ହୋଇଥିଲେ। ପରେ ଉପଜିଲାପାଳ ବରଣ୍ୟେନ୍ଦୁ ମହାନ୍ତି ପହଞ୍ଚି ଆଲୋଚନା କରିଥିଲେ। ହେଲେ ଛାତ୍ରୀଛାତ୍ରମାନେ ଜିଲାପାଳ ଘଟଣାସ୍ଥଳକୁ ଆସନ୍ତୁ ବୋଲି ଅଡ଼ିବସିବା ସହ ଆନ୍ଦୋଳନ ଜାରି ରଖିଥିବାରୁ ରାତି ଯାଏ ରାଜପଥରେ ଗାଡ଼ି ଚଳାଚଳ ବନ୍ଦ ରହିଥିଲା। ଉତ୍ତେଜନାକୁ ଦେଖି ଘଟଣାସ୍ଥଳରେ ୪ ପ୍ଲାଟୁନ ଫୋର୍ସ ଜଗି ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri