ରାଜପଥରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ

ବଅଁରପାଳ,୯ା୯(ଉପେନ୍ଦ୍ର ରାଉତ): ଅନୁଗୋଳ ଜିଲା ବଅଁରପାଳସ୍ଥିତ ପାଞ୍ଚଗଡ଼ ବିଜୟ କୁମାର ହାଇସ୍କୁଲର ୬ଷ୍ଠ ଶ୍ରେଣୀର ଛାତ୍ରୀ ପୂଜା ସାହୁ (୧୧)ଙ୍କ ଗୁରୁବାର ଦୁର୍ଘଟଣାରେ ମୃତ୍ୟୁ ପରଠାରୁ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଉତ୍ତେଜନା ଲାଗି ରହିଛି। ଶୁକ୍ରବାର ଅପରାହ୍ନ ୧ଟାରୁ ଛାତ୍ରୀଛାତ୍ରମାନେ ୫୫ନଂ. ଜାତୀୟ ରାଜପଥ ଅବରୋଧ କରିବାରୁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି। ପ୍ରଶାସନିକ ଅଧିକାରୀମାନେ ବୁଝାଶୁଝା ଚଳାଇଥିଲେ ମଧ୍ୟ ରାସ୍ତାରୋକୋ ଜାରି ରହିଥିବାରୁ ରାତି ଯାଏ ରାଜପଥ ଉପରେ ସହସ୍ରାଧିକ ଗାଡ଼ି ଅଟକି ରହିଛି।
ପ୍ରକାଶ ଯେ, ଗୁରୁବାର ସ୍କୁଲ ଛୁଟି ପରେ ପୂଜା ସାଇକେଲରେ ଘରକୁ ଫେରୁଥିବା ବେଳେ ଏକ ଟ୍ରକ୍‌ ୫୫ନଂ. ଜାତୀୟ ରାଜପଥର ହାଟ ଛକଠାରେ ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ପୂଜାଙ୍କ ମୃତ୍ୟୁ ହୋଇଥିଲା। ସ୍କୁଲ ନିକଟରେ ବାରମ୍ବାର ଦୁର୍ଘଟଣା ଘଟୁଥିବାରୁ ସ୍କୁଲ ଆସିବା ଓ ଯିବା ସମୟରେ ରାଜପଥରେ ଟ୍ରାଫିକ କଣ୍ଟ୍ରୋଲ କରିବା, ସକାଳ ୮ଟାରୁ ରାତି ୧୦ଟା ଯାଏ ଭାରିଯାନ ଚଳାଚଳ ବନ୍ଦ ରଖିବା ଦାବିରେ ଅପରାହ୍ନ ୧ଟାରୁ ଛାତ୍ରୀଛାତ୍ରମାନେ ରାଜପଥରେ ଆନ୍ଦୋଳନ ଆରମ୍ଭ କରିଥିଲେ। ଏପରି କି ପୂର୍ବାହ୍ନ ୧୦ଟାରୁ ସେମାନେ ସ୍କୁଲରୁ ରାଜପଥକୁ ଚାଲି ଆସିବାକୁ ଉଦ୍ୟମ କରିଥିଲେ ହେଁ କର୍ତ୍ତୃପକ୍ଷ ଗେଟ୍‌ରେ ତାଲା ପକାଇ ଦେଇଥିଲେ। ହେଲେ ଅପରାହ୍ନରେ ଛାତ୍ରୀଛାତ୍ରମାନେ ତାଲା ଭାଙ୍ଗି ରାଜପଥରେ ଆନ୍ଦୋଳନ ଆରମ୍ଭ କରିଥିଲେ। ସେମାନଙ୍କୁ ପାଞ୍ଚଗଡ଼ ସୋମନାଥ ସିଂହ ମହାବିଦ୍ୟାଳୟର କେତେଜଣ ଛାତ୍ରୀଛାତ୍ର ସହଯୋଗ କରିବାରୁ ଆନ୍ଦୋଳନ ଜୋର୍‌ଦାର ହୋଇଥିଲା। ସେମାନେ ବଅଁରପାଳ ମୁଖ୍ୟଛକର ତିନି ଦିଗକୁ ଯାଇଥିବା ରାସ୍ତାକୁ ଅବରୋଧ କରିଥିଲେ। ମୃତା ଛାତ୍ରୀ ପୂଜା ସାହୁଙ୍କ ଫଟୋଚିତ୍ର ଧରି ପ୍ରଶାସନ ବିରୋଧରେ ନାରାବାଜି କରିଥିଲେ। ଘଟଣାସ୍ଥଳରେ ଅତିରିକ୍ତ ତହସିଲଦାର ସୁକାନ୍ତ କୁମାର ନାୟକ ଓ ବଅଁରପାଳ ଥାନା ଅଧିକାରୀ ନିରୁପମା ଜେନା ପହଞ୍ଚି ବୁଝାଇବାକୁ ଚେଷ୍ଟା କରିଥିଲେ ହେଁ ବିଫଳ ହୋଇଥିଲେ। ପରେ ଉପଜିଲାପାଳ ବରଣ୍ୟେନ୍ଦୁ ମହାନ୍ତି ପହଞ୍ଚି ଆଲୋଚନା କରିଥିଲେ। ହେଲେ ଛାତ୍ରୀଛାତ୍ରମାନେ ଜିଲାପାଳ ଘଟଣାସ୍ଥଳକୁ ଆସନ୍ତୁ ବୋଲି ଅଡ଼ିବସିବା ସହ ଆନ୍ଦୋଳନ ଜାରି ରଖିଥିବାରୁ ରାତି ଯାଏ ରାଜପଥରେ ଗାଡ଼ି ଚଳାଚଳ ବନ୍ଦ ରହିଥିଲା। ଉତ୍ତେଜନାକୁ ଦେଖି ଘଟଣାସ୍ଥଳରେ ୪ ପ୍ଲାଟୁନ ଫୋର୍ସ ଜଗି ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅର୍ଶଦୀପ ସିଂହଙ୍କ ମୁମ୍ବାଇ ଇଣ୍ଡିଆନ୍ସରେ ଯୋଗଦେବା ଖବରକୁ ନେଇ ତାଙ୍କ ପିତା କହିଲେ ଏମିତି…

ନୂଆଦିଲ୍ଲୀ,୧୦।୧୧: ଏହା ନିଶ୍ଚିତ ଯେ ଆଇପିଏଲ (IPL) ୨୦୨୭ରେ ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ଅର୍ଶଦୀପ ସିଂହ ନୂତନ ଦଳ ସହ ରହିବେ। କିଛି ଦିନ ପୂର୍ବରୁ ଆସିଥିବା…

ମନର ସ୍ୱାସ୍ଥ୍ୟ ନେଇ ସ୍କୁଲରେ ବଡ଼ …

କେସିଙ୍ଗା, ୧୦।୧୧ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ୍‌ ଅନ୍ତର୍ଗତ ବୋରିଆ ପଞ୍ଚାୟତ ହାଇସ୍କୁଲ ପରିସରରେ ମଙ୍ଗଳବାର ମାନସିକ ସ୍ୱାସ୍ଥ୍ୟ ସନ୍ତୁଳନ ଉପରେ ଏକ ସଚେତନତା…

ଗୋବର୍ଦ୍ଧନ ପୂଜା ଅବସରରେ ଗାଈକୁ ଘାସ ଖୁଆଇଲେ ପ୍ରଧାନମନ୍ତ୍ରୀ ମୋଦି, ଫଟୋ ବି ଶେୟାର କଲେ

ନୂଆଦିଲ୍ଲୀ,୧୦।୧୧: ପ୍ରଧାନମନ୍ତ୍ରୀ ମୋଦି ଗୋବର୍ଦ୍ଧନ ପୂଜା ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ଇନଷ୍ଟାଗ୍ରାମରେ ଏକ ପୋଷ୍ଟ ଶେୟାର କରିଛନ୍ତି, ଯେଉଁଥିରେ ସେ ଏକ ଗାଈକୁ ଘାସ…

ବାଣରୁ ଅଭିନେତାଙ୍କ ଘରେ ଲାଗିଗଲା ନିଆଁ, ଜଳି ପାଉଁଶ ହେଲା….

ମୁମ୍ବାଇ: ଦୀପାବଳିରେ ବାଣ ଫୁଟାଇବା ଯୋଗୁଁ ଅଭିନେତା ଗୁରଫତେହ ପିରଜାଦାଙ୍କ ଘରେ ନିଆଁ ଲାଗିଥିବା ଖବର ସାମ୍ନାକୁ ଆସିଛି। ନେଟ୍‌ଫ୍ଲିକ୍ସର ‘ଲଷ୍ଟ ଷ୍ଟୋରିଜ୍‌ ୩’ରେ ଅଭିନୟ କରି…

‘ସାକ୍ଷାତ ସମୟରେ ଆଖି ମିଶାଇ କଥା ହୁଅନ୍ତି ନାହିଁ ମୋଦି’, ପ୍ରଧାନମନ୍ତ୍ରୀଙ୍କୁ ନେଇ ଏମିତି କିଛି କଥା ଉଲ୍ଲେଖ ରହିଛି ସୋନିଆଙ୍କ ପୁସ୍ତକରେ, ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୧: କଂଗ୍ରେସର ପୂର୍ବତନ ସଭାପତି ସୋନିଆ ଗାନ୍ଧୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ତାଙ୍କର କେବେବି କୌଣସି ପ୍ରକୃତ କିମ୍ବା ଗମ୍ଭୀର ଆଲୋଚନା ହୋଇନାହିଁ।…

ବିନା ଗୋଟିଏ ବଲରେ ରଦ୍ଦ ହେଲା ତୃତୀୟ ODI, ଭାରତର ଐତିହାସିକ ବିଜୟ ସ୍ବପ୍ନରେ ଲାଗିଲା ବ୍ରେକ୍‌! ଜାଣନ୍ତୁ କେବେ ହେବ ପରବର୍ତ୍ତୀ ମ୍ୟାଚ

ନୂଆଦିଲ୍ଲୀ,୧୦।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବାକୁ ଥିବା ତୃତୀୟ ଦିନିକିଆ ମ୍ୟାଚ ବର୍ଷା ଯୋଗୁ ବାତିଲ ହୋଇଯାଇଛି। ପ୍ରାୟ ୫ ଘଣ୍ଟା ଧରି ପାଗ ଭଲ…

ଗୌତମ ଗମ୍ଭୀରଙ୍କୁ ଘେରିଲେ ପୂର୍ବତନ କୋଚ: ଉଠାଇଲେ ବଡ଼ ପ୍ରଶ୍ନ, କ୍ରିକେଟ୍‌ ଜଗତରେ ପଡ଼ିଲା ଚହଳ

ନୂଆଦିଲ୍ଲୀ,୧୦।୧୧:ଭାରତୀୟ ଦିନିକିଆ ଦଳରେ ଯୁବ ବ୍ୟାଟର୍‌ ଯଶସ୍ବୀ ଜୟସ୍ବାଲଙ୍କୁ ନିୟମିତ ସୁଯୋଗ ନ ମିଳିବା ନେଇ ପ୍ରଶ୍ନ ଉଠାଇଛନ୍ତି ଭାରତର ପୂର୍ବତନ ସହକାରୀ କୋଚ ରାୟାନ ଟେନ…

୬ ମାସ ପାଇଁ ଜନଶୂନ୍ୟ ହୋଇଯାଏ ୨ ଗାଁ! ଘରେ ଝୁଲେ ତାଲା, କାରଣ ଜାଣିଲେ….

କାଠମାଣ୍ଡୁ,୧୦।୧୧: ଭାରତର ପଡ଼ୋଶୀ ଦେଶ ନେପାଳରେ ଏମିତି ଦୁଇଟି ଗାଁ ରହିଛି, ଯେଉଁଠି ବର୍ଷର ୬ ମାସ କେହି ରହନ୍ତି ନାହିଁ । ଶୀତ ଋତୁ ଆସିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?