କମେଣ୍ଟମରାକୁ ନେଇ ଛାତ୍ର-ଅଣଛାତ୍ର ମାରପିଟ୍‌

ରାୟଗଡ଼ା,୪।୧୨(ଆଶିଷ ରଞ୍ଜନ ପଣ୍ଡା): କମେଣ୍ଟମରାକୁ କେନ୍ଦ୍ର କରି ରାୟଗଡ଼ା ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ର ଓ ଅଣଛାତ୍ରଙ୍କ ମଧ୍ୟରେ ସୋମବାର ମାରପିଟ୍‌ ହୋଇଛି । ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଣଛାତ୍ରଙ୍କୁ କଲେଜ ସମ୍ମୁଖରୁ ଘଉଡ଼ାଇଥିଲା। ସ୍ଥିତିକୁ ନିୟନ୍ତ୍ରଣରେ ରଖିବା ପାଇଁ ପୋଲିସ ଘଟଣାସ୍ଥଳରେ ପଇଁତରା ମାରୁଥିବା ଦେଖିବାକୁ ମିଳିଛି।
ଘଟଣାରୁ ପ୍ରକାଶ ଯେ, ସୋମବାର ଜଣେ ଛାତ୍ରୀ କଲେଜ ଆସିବା ସମୟରେ ମୁଖ୍ୟ ଫାଟକ ସମ୍ମୁଖରେ ଜଣେ ଅଣଛାତ୍ର ତାଙ୍କୁ କମେଣ୍ଟ ମାରିଥିଲେ। ଏହି ଘଟଣାକୁ ନେଇ ସେଠାରେ ଉପସ୍ଥିତ ଥିବା ୨ କଲେଜ ଛାତ୍ର ପ୍ରତିବାଦ କରିବାରୁ ୪ଜଣ ଅଣଛାତ୍ର ସେମାନଙ୍କ ଉପରେ ଆକ୍ରମଣ କରିଥିଲେ।

ଏ ନେଇ କଲେଜ କର୍ତ୍ତୃପକ୍ଷ ପୋଲିସକୁ ସୂଚନା ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚିବାରୁ ଅଣଛାତ୍ରମାନେ ଛତ୍ରଭଙ୍ଗ ଦେଇଥିଲେ। ତେବେ ଗଣ୍ଡଗୋଳ ପରିସ୍ଥିତି ଆଶଙ୍କା କରି କଲେଜ ନିକଟରେ ପୋଲିସ ମୁତୟନ କରାଯାଇଛି। ରାୟଗଡ଼ା ସହରରେ ଥିବା ସ୍ବୟଂଶାସିତ ମହାବିଦ୍ୟାଳୟ ଓ ମହିଳା ମହାବିଦ୍ୟାଳୟ ନିକଟରେ ରୋଡ଼ ରୋମିଓଙ୍କ ଉତ୍ପାତ ଦିନକୁ ଦିନ ବଢ଼ିବାରେ ଲାଗିଛି।

ଅଣଛାତ୍ରମାନେ କଲେଜ ଚାରିପଟେ ବାଇକ୍‌ ରେସିଂ କରିବା ଏବଂ ବାଇକରେ ବିଭିନ୍ନ ରକମର ହର୍ନ ଲଗାଇ ବିକଟାଳ ଶବ୍ଦ କରିବା ଯୋଗୁ ପାଠପଢ଼ା ବ୍ୟାଘାତ ହେଉଥିବା ନେଇ ବାରମ୍ବାର ଅଭିଯୋଗ ହେଉଛି। ଏପରିକି କଲେଜକୁ ପଢ଼ିବାକୁ ଆସୁଥିବା ଛାତ୍ରୀଙ୍କୁ ଯିବାଆସିବା ସମୟରେ କମେଣ୍ଟ କରି ହଇରାଣ କରାଯାଉଛି। ତେଣୁ କଲେଜ କ୍ୟାମ୍ପସରେ ପୋଲିସ ମୁତୟନ କରିବାକୁ ଅଭିଭାବକ ମହଲରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସିସିଟିଭିକୁ ବି ଖାତିର ନାହିଁ! ହୁମାରେ ଖୁଲମ୍‌ଖୁଲା ବାଇକ୍ ଚୋରି, ଗୋଟିଏ ରାତିରେ ୩ ବାଇକ୍ ଗାଏବ, ଆତଙ୍କିତ ବ୍ୟବସାୟୀ

ହୁମା, ୫।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଅଞ୍ଚଳରେ ବାଇକ୍ ଚୋରିର ଆତଙ୍କ ଖେଳିଯାଇଛି। କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ସକ୍ରିୟ ହୋଇଉଠିଛନ୍ତି…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଆଖି ବୁଜିଛନ୍ତି ଗୁରୁ, ହେଲେ ଆଦର୍ଶକୁ ଭୁଲିନାହାନ୍ତି ଶିଷ୍ୟ: ପ୍ରତିମୂର୍ତ୍ତୀ ଗଢ଼ି ଗୁରୁଦିବସ ପାଳିଲା…

ପୁରୁଷୋତ୍ତମପୁର,୫।୯ (ସବିତା ମିଶ୍ର): ଗୁରୁଙ୍କ ଶରୀର ନ ଥାଇପାରେ, କିନ୍ତୁ ତାଙ୍କ ଆଦର୍ଶ ଆଜି ବି ଜୀବନ୍ତ। ଏହି ବାକ୍ୟକୁ ସତ୍ୟରେ ପରିଣତ କରିଛନ୍ତି ଗଞ୍ଜାମ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri