ଖପ୍ରାଖୋଲରେ ଆଇଆଇଏମ୍‌ଏର ଛାତ୍ରୀ

ଖପ୍ରାଖୋଲ,୧୭ା୪(ଡି.ଏନ.ଏ.): ବର୍ତ୍ତମାନ ସମୟରେ କୃଷି ଉପରେ ପାଣିପାଗ ପରିବର୍ତ୍ତନର ଅନେକ ପ୍ରଭାବ ପଡ଼ୁଥିବା ବେଳେ ଚାଷୀ କିପରି ଏହାର ସାମ୍ନା କରୁଛି ସେ ନେଇ ଆଇଆଇଏମଏର ଗବେଷଣା କରୁଥିବା ତିନି ଜଣ ଛାତ୍ରୀ ଖପ୍ରାଖୋଲରେ କେତେଜଣ ଚାଷୀଙ୍କୁ ଭେଟି ଆଲୋଚନା କରିଛନ୍ତି। ଏନେଇ ଖପ୍ରାଖୋଲ ବ୍ଲକ କୃଷି ଅଧିକାରୀ କାର୍ଯ୍ୟାଳୟ ତାଲିମ ଗୃହଠାରେ ଏକ ଆଲୋଚନାଚକ୍ର ବ୍ଲକ କୃଷି ଅଧିକାରୀ ସୁଜିତ କୁମାର ଭୋଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଆଲୋଚନାଚକ୍ରରେ ଆଇଆଇଏମ ଅହମ୍ମଦାବାଦର ଗବେଷଣାରତ ଛାତ୍ରୀ ଅଞ୍ଜଳୀ, ଦୃଷ୍ଟି ଓ ନିକିତା ଚାଷୀଙ୍କ ସହ ଆଲୋଚନା କରିଥିଲେ। ପାଣିପାଗ ପରିବର୍ତ୍ତନ ଯୋଗୁ ଚାଷୀ ପ୍ରଭାବିତ ହେଉଥିବାରୁ ଚାଷୀ ତା’ର ପ୍ରତିକାର ପାଇଁ କ’ଣ ସବୁ ପଦକ୍ଷେପ ନେଉଛନ୍ତି। ଚାଷୀ ଜୀବିକା ପାଇଁ ରାଜ୍ୟ ବାହାରକୁ ଯାଉଛନ୍ତି ନା ଭିଟାମାଟିରେ ସରକାରୀ ଯୋଜନାର ଲାଭ ପାଉଛନ୍ତି। ଏହାଛଡା ଉତ୍ପାଦିତ ଫସଲର ବିକ୍ରିବଟା ଉପରେ ଆଲୋଚନା କରିଥିଲେ। ପରେ ଓଡ଼ିଆପାଲି ପଞ୍ଚାୟତ କପସିପାଲି ଗାଁର ଅଗ୍ରଣୀ ଚାଷୀ କୁନୁ ବରିହାଙ୍କ ମୁଗ, ପିଆଜ, କଦଳୀ, ଚିନାବାଦାମ, ଆଖୁ ଇତ୍ୟାଦି ଚାଷ ଦେଖିବା ସହ ଜୈବିକ ପଦ୍ଧତି ଉପରେ ପଚାରି ବୁଝିଥିଲେ। ଏହି ଅବସରରେ ପାଟଣାଗଡ ଏଡିଓ ବାବୁଲି ଚରଣ ସେଠୀ, ଏଫିଏସ ମାଷ୍ଟର ଟ୍ରେନର ଅଭୟ ତ୍ରିପାଠୀ, ଉମେଶ ଗୁପ୍ତା, ବାସନ୍ତୀ ମୁଣ୍ଡା, ମକରଧ୍ବଜ ସାହୁ, ଉମାକାନ୍ତ ପ୍ରଧାନଙ୍କ ସମେତ ଚାଷୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri