କଲେଜକୁ ଯାଉଥିଲେ ଛାତ୍ରୀ, ଦ୍ରୁତଗତିରେ ଆସି ଧକ୍କା ଦେଲା ବାଇକ, ଘଟଣାସ୍ଥଳରେ…

ବଲାଙ୍ଗୀର, ୭।୩( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭିଆଇପି ରାସ୍ତା ଭାଗିରଥି ଛକରୁ ସର୍କିଟ ହାଉସ ରାସ୍ତାରେ ଏକ ସ୍ପିଡ ବାଇକର ଧକ୍କାରେ ଜଣେ ଆୟୁର୍ବେଦିକ କଲେଜ ଛାତ୍ରୀ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆଜି ସକାଳେ ଛାତ୍ରୀମାନେ ସରକାରୀ ଆୟୁର୍ବେଦିକ କଲେଜକୁ ପାଠ ପଢ଼ିବା ପାଇଁ ଆସୁଥିବା ବେଳେ ଏକ ସ୍ପିଡ ବାଇକର ଦ୍ରୁତଗତିରେ ଆସି ଡାକ୍ତରୀ ଛାତ୍ରୀଙ୍କୁ ଧକ୍କା ଦେଇଥିଲା । ସେଠାରେ ସେ ଗୁରୁତର ଅବସ୍ଥାରେ ପଡିଥିଲେ। ତାଙ୍କୁ ସାଙ୍ଗରେ ଆସୁଥିବା ଅନ୍ୟ ଛାତ୍ରୀ ଓ ସ୍ଥାନୀୟ ଲୋକେ ଉଦ୍ଧାର କରି ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲକୁ ନେଇଥିଲେ । ତାଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡୁଛି । ଆହତ ଛାତ୍ରୀ ଜଣଙ୍କ ସିମରନ ଷଡ଼ଙ୍ଗୀ ଓ ତାଙ୍କ ଘର କେଉଁଝର ଜିଲା ବୋଲି ଜଣାପଡ଼ିଛି। ସେ ବଲାଙ୍ଗୀର ସରକାରୀ ଆୟୁର୍ବେଦ କଲେଜ ଓ ହସ୍ପିଟାଲର ପ୍ରଥମ ବର୍ଷର ଛାତ୍ରୀ ଭାବେ ପାଠ ପଢୁଛନ୍ତି। ଦୁର୍ଘଟଣାସ୍ଥଳରେ ବଲାଙ୍ଗୀର ଟାଉନ ଥାନା ପୋଲିସ ପହଞ୍ଚି ସମ୍ପୃକ୍ତ ବାଇକକୁ ଜବତ କରିବା ସହ ସ୍ପିଡ ବାଇକରଙ୍କୁ ଥାନାକୁ ନେଇଛି । ଭିଆଇପି ରାସ୍ତାରେ ସ୍ପିଡ ବାଇକର ଓ ନିଶାଖୋର ଅମାନିଆମାନେ ବେପରୁଆ ଗାଡ଼ି ଚାଳନା କରୁଛନ୍ତି । ବାରମ୍ବାର ଦୁର୍ଘଟଣା ଘଟୁଛି । ଏହାସତ୍ତ୍ୱେ ପୋଲିସ କୌଣସି ପ୍ରତିକାର ବ୍ୟବସ୍ଥା କରୁନାହଁ। ଏହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

ଯୁଦ୍ଧରେ ପାକିସ୍ତାନର ଏଣ୍ଟ୍ରି? ପାକ୍‌ ସହ ହାତ ମିଳାଇଲା ଭାରତର ବନ୍ଧୁରାଷ୍ଟ୍ର, ବିଶ୍ୱରେ ଚହଳ…

ଇସଲାମବାଦ,୭।୩: ଆଜି ମଧ୍ୟପ୍ରାଚ୍ୟରେ ଯୁଦ୍ଧର ଅଷ୍ଟମ ଦିନ। ଏପର୍ଯ୍ୟନ୍ତ ଆମେରିକା, ଇରାନ ଏବଂ ଇସ୍ରାଏଲ ହଜାର ହଜାର କ୍ଷେପଣାସ୍ତ୍ର ଏବଂ ବୋମା ବ୍ୟବହାର କରିସାରିଛନ୍ତି। ଏହାର ପ୍ରଭାବ…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ, ଯୁଦ୍ଧକୁ ଡେଇଁଲା ରୁଷିଆ!

ମସ୍କୋ,୭।୩: ଆମେରିକା-ଇସ୍ରାଏଲ ଯୁଦ୍ଧରେ ରୁଷିଆ ଇରାନକୁ ସହାୟତା କରୁଛି। ଦି ୱାଶିଂଟନ ପୋଷ୍ଟରେ ଏକ ରିପୋର୍ଟରେ ଦାବି କରାଯାଇଛି ଯେ ରୁଷିଆ ଇରାନକୁ ଆମେରିକୀୟ ସାମରିକ ଘାଟି…

ବିଜୟ ଦେବରକୋଣ୍ଡାଙ୍କ ପ୍ରେମ ଆଗରେ ହାରିଗଲେ ରୋନାଲ୍ଡୋ-ମେସି, ଫୁଟବଲ ଖେଳାଳିଙ୍କ ରେକର୍ଡ ଭାଙ୍ଗିଲେ ‘ବିରୋଶ’

ଚେନ୍ନାଇ,୭।୩: ୨୬ ଫେବୃଆରୀରେ ଉଦୟପୁରରେ ଅନୁଷ୍ଠିତ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡାଙ୍କ ବିବାହ ଏକ ବିରାଟ କାର୍ଯ୍ୟକ୍ରମଠାରୁ କମ ନଥିଲା। ସେମାନଙ୍କ ବିବାହ ପୂର୍ବ କାର୍ଯ୍ୟକ୍ରମଠାରୁ…

ଉପମୁଖ୍ୟମନ୍ତ୍ରୀ ଯାଉଥିବା ହେଲିକପ୍ଟରରୁ ବାହାରିଲା ଧୂଆଁ: ଆଉ ତା’ପରେ…

ଲକ୍ଷ୍ନୌ,୭।୩: ଉତ୍ତର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ହେଲିକପ୍ଟରକୁ ଲକ୍ଷ୍ନୌ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିବାକୁ ପଡିଛି। କୌଶାମ୍ବୀ ଅଭିମୁଖେ ଯାଉଥିବା ସମୟରେ ହେଲିକପ୍ଟରଟି ହଠାତ୍‌…

ଭାରତକୁ ପଶିଲା ଇରାନୀ ଜାହାଜ, ଆମେରିକାରେ ବାଜିଲା ସାଇରନ!

ନୂଆଦିଲ୍‌ଲୀ,୭।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତି ଖରାପ ହେଉଛି। ସମ୍ପ୍ରତି ଭାରତରୁ ଫେରୁଥିବା ଇରାନୀ ଜାହାଜ ISIS ଡେନା ଉପରେ ଆମେରିକା ଆକ୍ରମଣ କରିଥିଲା। ୮୭ ଜଣ ଇରାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri