ଭାରତକୁ ବିଶ୍ୱ ଅର୍ଥନୀତିର ଶୀର୍ଷରେ ପହଞ୍ଚାଇବାକୁ ଛାତ୍ରଶକ୍ତିର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି: ରାଜ୍ୟପାଳ

ସମ୍ବଲପୁର,୮ା୪(ପ୍ରମୋଦ ବହିଦାର): ଇତିହାସ ଓ ପ୍ରାଚୀନ ଜ୍ଞାନକୁ ନେଇ ଜାତୀୟ ଶିକ୍ଷାନୀତି-୨୦୨୦ ପ୍ରସ୍ତୁତ ହୋଇଛି। ଏହି ମର୍ମରେ ଯୁବ ପ୍ରତିଭା ଓ ସଂସାଧନକୁ ଅଧିକରୁ ଅଧିକ ବ୍ୟବହାର କରି ଭାରତକୁ ବିଶ୍ୱ ଅର୍ଥନୀତିର ଶୀର୍ଷସ୍ତରରେ ପହଞ୍ଚାଇବା ପାଇଁ ଛାତ୍ରଶକ୍ତିର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ବୋଲି ସମ୍ବଲପୁର ବିଶ୍ୱବିଦ୍ୟାଳୟର ୩୩ତମ ସମାବର୍ତ୍ତନ ଉତ୍ସବରେ ପୌରୋହିତ୍ୟ କରି ରାଜ୍ୟପାଳ ରଘୁବର ଦାସ ଏହା କହିଛନ୍ତି।

ଜ୍ୟୋତିବିହାରସ୍ଥିତ ବିଜୁ ପଟ୍ଟନାୟକ ପ୍ରେକ୍ଷାଳୟରେ ସୋମବାର ଅନୁଷ୍ଠିତ ଉତ୍ସବରେ ରାଜ୍ୟପାଳ ଆହୁରି କହିଥିଲେ, ସମୟ ଓ ସ୍ରୋତ କାହାକୁ ଅପେକ୍ଷା କରି ନ ଥାଏ। ଛାତ୍ର ଜୀବନର ଅଭ୍ୟାସ ସାରା ଜୀବନ ରହିଥାଏ। ଫଳରେ ଅନୁଶାସନରେ ରହି ଶିଖିବା ପ୍ରତ୍ୟେକ ଛାତ୍ରୀଛାତ୍ରଙ୍କ ପାଇଁ ନିତାନ୍ତ ଆବଶ୍ୟକ।

କୋରାପୁଟସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଚକ୍ରଧର ତ୍ରିପାଠୀ ମୁଖ୍ୟବକ୍ତା ଭାବେ ଯୋଗଦେଇ କହିଥିଲେ, ସମ୍ବଲପୁର ବିଶ୍ୱବିଦ୍ୟାଳୟର ଇତିହାସ ଅତ୍ୟନ୍ତ ଗୌରବମୟ। ଏହି ବିଶ୍ୱବିଦ୍ୟାଳୟରୁ ଶିକ୍ଷାଲାଭ କରି ବିଭିନ୍ନ ସଂସ୍ଥା ଓ ଅନୁଷ୍ଠାନରେ ପ୍ରତିଷ୍ଠିତ ହୋଇଥିବା ବ୍ୟକ୍ତିବିଶେଷଙ୍କ ତାଲିକା ବେଶ୍‌ ଲମ୍ବା। ଏହି ଜ୍ଞାନର ଭଣ୍ଡାର ନିଜ ସାମର୍ଥ୍ୟର ଗଭୀରତା ହୀରାକୁଦ ଜଳଭଣ୍ଡାର ଭଳି ବିଶାଳ ବୋଲି ପ୍ରମାଣିତ କରିଆସିଛି।

ଉତ୍ସବରେ ସିଏସ୍‌ଆଇଆର୍‌-ଆଇଏମ୍‌ଏମ୍‌ଟିର ନିର୍ଦ୍ଦେଶକ ଡ. ରାମାନୁଜ ନାରାୟଣ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ସମ୍ବଲପୁର ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ବିଧୁଭୂଷଣ ମିଶ୍ର, କୁଳସଚିବ ଡ. ନୃପରାଜ ସାହୁଙ୍କ ସମେତ ସିଣ୍ଡିକେଟ ସଦସ୍ୟ ଓ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ। ଏହି ଅବସରରେ ୨ଜଣଙ୍କୁ ଡିଲିଟ୍‌, ୭୮ଜଣଙ୍କୁ ପିଏଚ୍‌ଡି ଡିଗ୍ରୀ ଓ ୫୬ ଜଣଙ୍କୁ ସ୍ବର୍ଣ୍ଣପଦକ ପ୍ରଦାନ କରାଯାଇଛି।

ଫଟୋ:


Enter your email to get our daily news in your inbox.

All Right Reserved By Dharitri.Com

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

ଗଭୀର ଅବପାତ: ଗଞ୍ଜାମରେ ପ୍ରଶାସନର ହାଇ-ଆଲର୍ଟ, ୨୧୬ ଜଣ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର

ଛତ୍ରପୁର, ୨୨।୯(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷା ଜନିତ ବିପର୍ଯ୍ୟୟର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

ପୋଷଣ ସହ ବଢ଼ିବ ମନୋବଳ: ଗୁଡ଼ାରିରେ ଯକ୍ଷ୍ମା ଆକ୍ରାନ୍ତଙ୍କୁ ପୋଷଣ ଖାଦ୍ୟ ବାସ୍କେଟ ବଣ୍ଟନ, ଏମ୍‌ସିଏଲ୍‌ର ପ୍ରଶଂସନୀୟ…

ଗୁଡ଼ାରି, ୨୨।୯(ପ୍ରମୋଦ କୁମାର ପତି): ‘ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ରାୟଗଡ଼ା ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କ ତତ୍ତ୍ୱାବଧାନରେ ଗୁଡ଼ାରି ବ୍ଲକରେ ଚିହ୍ନଟ ହୋଇଥିବା ୫୧…

ହାଟଡିହୀର ଦୀପ୍ତିମୟୀଙ୍କୁ ବଡ଼ ଦାୟିତ୍ୱ: କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି; ଛୁଟୁଛି ଶୁଭେଚ୍ଛାର…

ହାଟଡିହୀ,୨୨।୯(ଶୁଭକାନ୍ତ ନାୟକ): ଭାରତୀୟ ଜନତା ପାର୍ଟିର କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି ଭାବେ ହାଟଡିହୀ ବ୍ଲକ ବଞ୍ଚୋ ଗ୍ରାମର ଦୀପ୍ତିମୟୀ ଖୁଣ୍ଟିଆଙ୍କୁ ମନୋନୀତ କରାଯାଇଛି। ଭାଜପା…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?