ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ ଛାତ୍ରଛାତ୍ରୀ। ଏପରିକି ବିଶ୍ୱବିଦ୍ୟାଳୟର କିଛି ଛାତ୍ର ଜଣେ ନର୍ସିଂ ଛାତ୍ରୀଙ୍କୁ ମାଡ଼ ମାରିଥିବା ନେଇ ସଙ୍ଗିନ ଅଭିଯୋଗ ମଧ୍ୟ ସାମ୍ନାକୁ ଆସିଛି। ଜିଲାର ପ୍ରାୟ ୯ଟି ଘରୋଇ ନର୍ସିଂ କଲେଜର ୨୦୨୧-୨୨ ଶିକ୍ଷା ବର୍ଷର ଛାତ୍ରୀଛାତ୍ରମାନେ ଏହି ଆନ୍ଦୋଳନକୁ ଓହ୍ଲାଇଛନ୍ତି ।

ସେମାନଙ୍କ ଅଭିଯୋଗ ଅନୁଯାୟୀ, ୪ ବର୍ଷର କୋର୍ସ ହୋଇଥିଲେ ସୁଦ୍ଧା ୬ ବର୍ଷ ବିତିଯାଇଥିଲେ ବି ଏପର୍ଯ୍ୟନ୍ତ ପରୀକ୍ଷା ଶେଷ ହୋଇପାରିନାହିଁ। ବର୍ତ୍ତମାନ ସୁଦ୍ଧା ଅନେକ ପିଲା କେତେକ ସେମିଷ୍ଟାର ପରୀକ୍ଷା ଦେବାରୁ ବଞ୍ଚିତ ହୋଇଛନ୍ତି । ଫଳରେ ସେମାନେ ପାସ୍ ହୋଇ ବାହାରି ପାରୁନାହାନ୍ତି। ଆସନ୍ତା ୨୭ ତାରିଖରେ OSSSC ପରୀକ୍ଷା ପାଇଁ ଆବେଦନର ଶେଷ ତାରିଖ ରହିଛି। ଏହା ପୂର୍ବରୁ ସମସ୍ତ ବ୍ୟାକ୍ ପେପର ସହ ସେମିଷ୍ଟର ପରୀକ୍ଷା ଶେଷ କରିବା ଏବଂ ତୁରନ୍ତ ରେଜିଷ୍ଟ୍ରେସନ ନମ୍ବର ପ୍ରଦାନ କରିବାକୁ ବିଦ୍ୟାର୍ଥୀମାନେ ଜିଦ୍ ଧରିଛନ୍ତି।

ତେବେ ଗୁରୁବାର  ଛାତ୍ରୀଛାତ୍ରମାନେ ବିଶ୍ୱବିଦ୍ୟାଳୟ ଗେଟ୍ ସମ୍ମୁଖରେ ଆନ୍ଦୋଳନରେ ବସିଥିଲେ । କୁଳସଚିବ କୁକୁମିନା ଦାସ ପହଞ୍ଚି ସମସ୍ୟାର ସମାଧାନ ଦିଗରେ ପଦକ୍ଷେପ ଗ୍ରହଣ କରାଯିବ ବୋଲି କହିଥିଲେ ।  ନର୍ସିଂ କଲେଜର ଜଣେ ଛାତ୍ରୀ ବିଶ୍ୱବିଦ୍ୟାଳୟର କୁଳପତିଙ୍କୁ ଭେଟିବାକୁ ଯାଉଥିବା ସମୟରେ ସେଠାରେ ଉପସ୍ଥିତ ଥିବା ଫକୀର ମୋହନ ବିଶ୍ୱବିଦ୍ୟାଳୟର କିଛି ଛାତ୍ର ତାଙ୍କୁ ମାଡ଼ ମାରିଥିବା ନେଇ  ଅଭିଯୋଗ ହୋଇଛି । ଫଳରେ  ନର୍ସିଂ ଛାତ୍ରୀଛାତ୍ରଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଏପର୍ଯ୍ୟନ୍ତ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ । କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ ଘଟଣାସ୍ଥଳରେ ପହଞ୍ଚି ଛାତ୍ରୀଛାତ୍ରଙ୍କ ସହ ବୁଝାସୁଝା କରିଛନ୍ତି । ଉତ୍ତେଜନା ଭିତରେ କୁଳପତି ଚେତାଶୂନ୍ୟ ହେବାରୁ ତାଙ୍କୁ ଫକୀରମୋହନ ମେଡିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ଏମିତି କାରନାମା କଲେ ଅଭିଷେକ ଶର୍ମା: କ୍ରିକେଟ୍‌ ଜଗତରେ ଖେଳିଗଲା…

ଇନ୍ଦୋର,୧୩।୧୦: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ୍‌ରେ ନିଜ ବିସ୍ଫୋରକ ବ୍ୟାଟିଂରେ ନୂଆ ରେକର୍ଡ କରିଛନ୍ତି ଭାରତୀୟ ଓପନର୍‌ ଅଭିଷେକ ଶର୍ମା। ଗୋଟିଏ କ୍ୟାଲେଣ୍ଡର ବର୍ଷରେ ସର୍ବାଧିକ ଛକା ମାରିବା…

ସରକାରଙ୍କ ବଡ଼ ଯୋଜନା! ଦୁର୍ଘଟଣାରେ କୃଷକଙ୍କ ମୃତ୍ୟୁ ହେଲେ ପରିବାରକୁ ମିଳିବ ୫ ଲକ୍ଷ ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ, ୧୨।୧୦: ଚାଷୀ ଦିନରାତି ପରିଶ୍ରମ କରି ନିଜ ପରିବାରର ଗୁଜୁରାଣ ମେଣ୍ଟାଇଥାନ୍ତି। କିନ୍ତୁ ବେଳେବେଳେ ଏକ ଦୁର୍ଘଟଣା ପୂରା ପରିବାରର ଜୀବନକୁ ବଦଳାଇ ଦେଇଥାଏ। ପରିବାରର…

ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା

ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…

ଦୁଇଥର ଗଜକେଶରୀ ଯୋଗ: ଏହି ୪ ରାଶିଙ୍କ ଭାଗ୍ୟରେ ଲାଗିଲା ଲଟେରୀ, ଚାରିଆଡୁ ଆସିବ ଟଙ୍କା!

ବୈଦିକ ଜ୍ୟୋତିଷ ଅନୁସାରେ ଗଜକେଶରୀ ଯୋଗକୁ ଏକ ଶୁଭ ଯୋଗ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଜନ୍ମକୁଣ୍ଡଳୀରେ ଏହି ଯୋଗ ସୃଷ୍ଟି ହେଲେ କ୍ୟାରିୟର,…

ଏଲିଟ ଫିଲ୍ଡିଂ କ୍ଲବରେ ସାମିଲ ହେଲେ ତିଲକ

ଇନ୍ଦୋର,୧୨।୧୦: ଭାରତୀୟ ଟି-୨୦ ଦଳର ଉପଅଧିନାୟକ ତିଳକ ବର୍ମା ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଅନ୍ତର୍ଜାତୀୟ ଟି-୨୦ ସିରିଜର ତୃତୀୟ ମ୍ୟାଚ୍‌ରେ ତିଳକ…

୧୩ରେ ଲଘୁଚାପ: ପାଣିପାଗ ବିଭାଗ କହିଲା ଏହାର ଗତିବିଧି…

ଭୁବନେଶ୍ୱର,୧୨।୧୦ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୧୩ ଅକ୍ଟୋବର ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଅନୁକୂଳ ପାଣିପାଗ ଓ ସାମୁଦ୍ରିକ ପରିସ୍ଥିତି…

କ୍ରିକେଟ ମଇଦାନରେ କମାଲ କଲେ ଦ୍ରାବିଡ଼ଙ୍କ ପୁଅ: ବିସ୍ଫୋରକ ଇନିଂସ ଖେଳି ସମସ୍ତଙ୍କୁ କରିଦେଲେ ଚକିତ

ନୂଆଦିଲ୍ଲୀ, ୧୨।୧୦: ପୂର୍ବତନ ଭାରତୀୟ ଅଧିନାୟକ ତଥା ମୁଖ୍ୟ କୋଚ ରାହୁଲ ଦ୍ରାବିଡ଼ଙ୍କ ପୁଅ ଅନୱୟ ଦ୍ରାବିଡ଼ ନିଜର ଆକ୍ରମଣାତ୍ମକ ବ୍ୟାଟିଂ ପାଇଁ ଏବେ ଚର୍ଚ୍ଚାରେ। ଭିନୁ…

ସରକାରୀ କର୍ମଚାରୀଙ୍କ ଦରମା-ପେନସନ ଉପରେ ବଡ଼ ଖବର: ଏହି ରାଜ୍ୟ ଗଠନ କଲା ଅଷ୍ଟମ ବେତନ ଆୟୋଗ

ନୂଆଦିଲ୍ଲୀ, ୧୨।୧୦: କେନ୍ଦ୍ର ସରକାର ୨୦୨୫ ନଭେମ୍ବରରେ ଅଷ୍ଟମ ବେତନ ଆୟୋଗ ଗଠନକୁ ମଞ୍ଜୁରି ଦେଇଥିଲେ। ଏହା ପରେ ଏକ କମିଟି ଗଠନ କରାଯାଇଛି। ଏହି କମିଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?