ଅନ୍‌ଲାଇନ ପରୀକ୍ଷା ଦାବିରେ ଛାତ୍ରୀଛାତ୍ରଙ୍କ ବିକ୍ଷୋଭ

କେନ୍ଦୁଝର,୧୮।୨ (ସ୍ବ.ପ୍ର.)

କେନ୍ଦୁଝର ଧରଣୀଧର ସ୍ବଂୟଶାସିତ ମହାବିଦ୍ୟାଳୟରେ ଅନ୍‌ଲାଇନ ପରୀକ୍ଷା ଦାବିରେ ଛାତ୍ରଛାତ୍ରୀମାନେ ଗୁରୁବାର ମୁଖ୍ୟ ଫାଟକ ଆଗରେ ଧାରଣା ଦେଇ ପ୍ରତିବାଦ କରିଛନ୍ତି। ଯୁକ୍ତ ୩ ଶେଷ ବର୍ଷର ପଞ୍ଚମ ସେମିଷ୍ଟର ଛାତ୍ରଛାତ୍ରୀଙ୍କ ପରୀକ୍ଷା ଆସନ୍ତା ୨୬ରୁ ଅଫ୍‌ଲାଇନରେ ହେବାକୁ ଅଛି। ଏଣୁ ପାଠ ପଢା ଅନ୍‌ଲାଇନରେ ହୋଇଥିବାରୁ ପରୀକ୍ଷା ଅନଲାଇନରେ କରିବା ପାଇଁ ଛାତ୍ରଛାତ୍ରୀ ଦାବି କରିଛନ୍ତି। ସେହିପରି ପାଠ୍ୟକ୍ରମ ଶେଷ ହୋଇ ନ ଥିବା ଏବଂ ତରବରିଆ ଭାବରେ ଅନ୍‌ଲାଇନରେ ପାଠ ପଢା ହୋଇଥିବାରୁ ଛାତ୍ରଛାତ୍ରୀ ଠିକ୍‌ ଭାବରେ ପାଠ ପଢି ପାରିନାହାଁନ୍ତି ବୋଲି କହିଛନ୍ତି। କଲେଜ ଅଧ୍ୟକ୍ଷ ନରେନ୍ଦ୍ର ସାହୁ ପିଲାଙ୍କ ପାଖକୁ ଆସି ବୁଝାଶୁୁଝା କରି ସରକାରଙ୍କ ନିଷ୍ପତ୍ତି ଅଫ୍‌ଲାଇନରେ ହେବ ବୋଲି ଚିଠି ଦେଖାଇଥିଲେ। ଲିଖିତଭାବେ ଛାତ୍ରଛାତ୍ରୀ ତାଙ୍କ ସମସ୍ୟା ଜଣାଇଲେ ଅଫ୍‌ଲାଇନରେ ହେବାକୁ ଥିବା ପରୀକ୍ଷାରେ ଦୁଇଟି ବିଷୟ ମଧ୍ୟରେ ବ୍ୟବଧାନ ଦୁଇ ତିନି ଦିନ ରଖିବା ନେଇ ବିଚାର କରାଯିବ ବୋଲି ଅଧ୍ୟକ୍ଷ ସାହୁ କହିଛନ୍ତି। ଛାତ୍ରଛାତ୍ରୀଙ୍କ ଆଲୋଚନା ସମୟରେ ଅଧ୍ୟକ୍ଷ ନରେନ୍ଦ୍ର ସାହୁଙ୍କ ସମେତ ପରୀକ୍ଷା ନିୟନ୍ତ୍ରକ ପ୍ରଦୀପ କୁମାର ପଣ୍ଡା, ପ୍ରାଧ୍ୟାପକ ଶାନ୍ତନୁ କୁମାର ନାୟକ, ପ୍ରାଧ୍ୟାପକ ଦୋଳଗୋବିନ୍ଦ ରାଉତ, ପ୍ରାଧ୍ୟାପକ ଡ. ଅନୀଲ କୁମାର ଦାସ, ପ୍ରାଧ୍ୟାପକ ଡକ୍ଟର କୃଷ୍ଣଚନ୍ଦ୍ର ପ୍ରଧାନ, ଅଧ୍ୟାପକ ସୁଧାକର ଦାସ, ଅଧ୍ୟାପକ ଡକ୍ଟର ସୁଚିସ୍ମିତା ଆଚାର୍ଯ୍ୟ, ଅଧ୍ୟାପକ ଡକ୍ଟର ଜୟଲକ୍ଷ୍ମୀ ମହାପାତ୍ର, ଅଧ୍ୟାପକ ଡକ୍ଟର ସରିତା ନାୟକ, ଅଧ୍ୟାପକ ଡକ୍ଟର ସୋନା ମୁର୍ମୁ, ଏମ୍‌ବିଏ ବିଭାଗର ଇତିଶ୍ରୀ ମହାନ୍ତିଙ୍କ ସମେତ ଅତିଥି ଅଧ୍ୟାପିକା ଓ ଅଧ୍ୟାପକ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରଙ୍କ ବଡ଼ ଭେଟି: ପିଜି ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡ ୬୭% ପର୍ଯ୍ୟନ୍ତ ବୃଦ୍ଧି

ଭୁବନେଶ୍ୱର,୧୫।୧୨: ଓଡ଼ିଶାର ଆୟୁଷ ଶିକ୍ଷା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ସରକାରୀ ଆୟୁର୍ବେଦିକ ଓ ହୋମିଓପାଥିକ ମେଡିକାଲ...

ବଏ ଫ୍ରେଣ୍ଡ ରୁମରୁ ମିଳିଲା ମହିଳାଙ୍କ ମୃତଦେହ! ପରିବାର ପକ୍ଷରୁ ହତ୍ୟା ଅଭିଯୋଗ

କେନ୍ଦ୍ରାପଡ଼ା,୧୫।୧୨: କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଗରାପୁରସ୍ଥିତ ଏକ ଭଡ଼ା ଘରୁ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହେବା ଘଟଣା ଏକ ନୂଆ ମୋଡ଼ ନେଇଛି।...

ନଳି ଖାଇଲେ ଅରୁଣ-ସଞ୍ଜୟ: କହିଲେ ଭୋକ ଉପାସରେ…

ଭୁବନେଶ୍ୱର,୧୫।୧୨: ଅତୀତ କଥା ମନେ ପକାଇଲେ ବରିଷ୍ଠ ବିଜେଡି ନେତା ଅରୁଣ ସାହୁ ଓ ସଞ୍ଜୟ ଦାସବର୍ମା। ଅତୀତରେ କେମିତି ଲୋକଙ୍କ ପାଇଁ ଲଢ଼ୁଥିଲେ ତାହା...

ମୋକିମ୍‌ଙ୍କ ପାଇଁ ବାହାରି ପଡ଼ିଲେ ନିରଞ୍ଜନ: କହିଲେ କଟକରେ କେବଳ ତାଙ୍କ ପାଇଁ…

ଭୁବନେଶ୍ୱର, ୧୫।୧୨: ମହମଦ୍‌ ମୋକିମ୍‌ଙ୍କୁ ନେଇ ମୁହଁ ଖୋଲିଲେ ନିରଞ୍ଜନ ପଟ୍ଟନାୟକ। ନିରଞ୍ଜନ କହିଛନ୍ତି, ମୋକିମଙ୍କର କଂଗ୍ରେସ ପ୍ରତି ଅବଦାନ ବହୁତ। ୧୯୮୦ ପରଠୁ କଟକରେ...

ଭୁବନେଶ୍ୱରରେ ହେବ ଭିସା ସେଣ୍ଟର, ଆଉ ଯିବାକୁ ପଡିବ ନାହିଁ ଦିଲ୍ଲୀ, କୋଲକତା

ଭୁବନେଶ୍ୱର,୧୫।୧୨: ଭୁବନେଶ୍ୱରରେ ହେବ ଗ୍ଲୋବାଲ ଭିସା ଆପ୍ଲିକେଶନ ସେଣ୍ଟର। ଏନେଇ ରାଜ୍ୟ ସରକାର ୩ ହଜାର ବର୍ଗ ଫୁଟର ଜାଗା ଯୋଗାଇ ଦେବେ। ବରମୁଣ୍ଡା ବସ...

ପୋକୁଣ୍ଡା ସେକ୍ସନରେ ଦନ୍ତା ହାତୀର ମୃତ୍ୟୁ, ତଦନ୍ତ କରୁଛି ବନବିଭାଗ

ଅନୁଗୋଳ ୧୫୲୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶି ଠାରେ ସୋମବାର ସକାଳୁ ଏକ ଦନ୍ତା ହାତୀର ମୃତଦେହ ମିଳିଛି...

ବ୍ଲକ ପ୍ରଶାସନର ପକ୍ଷପାତିତା: ସ୍ବାଧୀନ ବିଧାୟକଙ୍କୁ ଟାଣିଲା ବିଜେଡି  

 ନିଶ୍ଚିନ୍ତକୋଇଲି,୧୫।୧୨(ଅଶୋକ କୁମାର ମହାପାତ୍ର): କଟକ ଜିଲା  ନିଶ୍ଚିନ୍ତକୋଇଲି ବ୍ଲକ ପ୍ରଶାସନର ଅପରିଣାମଦର୍ଶିତା ପାଇଁ ବହୁ ଟଙ୍କା ଫେରିଯାଇଛି। ଉନ୍ନୟନ କାଯ୍ୟକ୍ରମ ଠପ୍‌ ହୋଇଯାଇଛି। ଏହାର ପ୍ରତିବାଦରେ...

ସରକାରଙ୍କ ବଡ଼ ଘୋଷଣା, ବଢ଼ିଲା ଆୟୁର୍ବେଦିକ-ହୋମିଓପାଥିକ୍ କଲେଜ ପିଜି ଛାତ୍ରୀଛାତ୍ରଙ୍କ ଷ୍ଟାଇପେଣ୍ଡ୍‌

ଭୁବନେଶ୍ୱର,୧୫ା୧୨: ବଢ଼ିଲା ଆୟୁର୍ବେଦିକ୍ ଓ ହୋମିଓପାଥିକ୍ କଲେଜ ପିଜି ଛାତ୍ରୀଛାତ୍ରଙ୍କ ଷ୍ଟାଇପେଣ୍ଡ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ବିଭିନ୍ନ ସରକାରୀ ଆୟୁର୍ବେଦିକ୍ ଓ ହୋମିଓପାଥିକ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri