ଛାତ୍ରୀଙ୍କୁ ବଳାତ୍କାର ଘଟଣା: ଯୁବକଙ୍କୁ କୋର୍ଟ ଚାଲାଣ

ଗୋପାଳପୁର,୧୨ା୧୨(ନବୀନ ରାଜ ଆଚାରୀ):ଛାତ୍ରୀକୁ ଅପହରଣ ପରେ ବଳାତ୍କାର କରିବା ଘଟଣାରେ ଗୁରୁବାର ଗୋଳନ୍ଥରା ଥାନା ପୋଲିସ ବଳତ୍କାରୀକୁ ଗିରଫ କରି ଅପରାହ୍ନରେ କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ଗଜପତି ଜିଲା ଅଡ଼ବା ଥାନା ଅଧିନସ୍ଥ ଏକ ଗ୍ରାମର ସୋନିଆ ବଡ଼ ନାୟକ (୨୪)। ସୂଚନାନୁସାରେ ଗଜପତି ଜିଲା ଅଡ଼ବା ଥାନା ଅଞ୍ଚଳର ଜଣେ ନାବାଳିକା ଛାତ୍ରୀ ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ ନର୍ସିଂ କଲେଜରେ ପ୍ରଥମ ବର୍ଷର ଛାତ୍ରୀ ଥିଲେ। ଗତ ୫ ତାରିଖ ସନ୍ଧ୍ୟାରେ ନାବାଳିକା କୌଣସି କାମ ପାଇଁ ବାହାରକୁ ଯାଇଥିବା ବେଳେ ଆଉ କଲେଜକୁ ଫେରିନଥିଲେ। କଲେଜ ପକ୍ଷରୁ ଛାତ୍ରୀଙ୍କ ବାପାଙ୍କୁ ଘଟଣା ସମ୍ପର୍କରେ କହିଥିଲେ। ସ୍ଥାନୀୟ ଓ ଆଖପାଖ ସମ୍ପର୍କୀୟ ଘରେ ଖୋଜା ଖୋଜି କରିବା ପରେ ସୋନିଆ ତାଙ୍କ ଝିଅକୁ ଜୋର ଜବରଦସ୍ତ ଅପହରଣ କରିଥିବା ନେଇ ବାପା ଗୋଳନ୍ଥରା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏ ନେଇ ଥାନା କେଶ ନଂ ୫୩୮/୨୪ ପ୍ରକାରେ ଅପହରଣ ମାମଲା ରୁଜୁ କରି ପୋଲିସ ତଦନ୍ତ ଆରମ୍ଭ କରିଛି। ଭଞ୍ଜନଗର ଅଞ୍ଚଳର ଏକ ଭଡ଼ା ଘରେ ସୋନିଆ ଓ ଛାତ୍ରୀ ରହୁଥିବା ଖବର ପାଇ ଗୁରୁବାର ସକାଳେ ଏକ ପୋଲିସ ଟିମ ସେଠାରେ ଚଢ଼ାଉ କରି ସୋନିଆକୁ ଧରିବା ସହ ନାବାଳିକାକୁ ଉଦ୍ଧାର କରିଥିଲେ। ପରେ ପୋଲିସ ବ୍ରହ୍ମପୁର ବଡ଼ ମେଡିକାଲରେ ଛାତ୍ରୀ ଓ ସୋନିଆଙ୍କ ଡାକ୍ତରି ମାଇନା କରିଥିଲା। ମାମଲା ପରିବର୍ତ୍ତନ କରି ସୋନିଆକୁ ଗିରଫ କରି କୋର୍ଟ ଚାଲାଣ କରିଥିବା ନେଇ ଥାନାଧିକାରୀ ବିବେକାନନ୍ଦ ସ୍ବାଇଁ ସୂଚନା ଦେଇଛନ୍ତି। ଅନ୍ୟପଟେ ବିଚାରପତିଙ୍କ ସମ୍ମୁଖରେ ବିଏନ୍‌ଏସ୍‌ ୧୮୩ ଧାରା ଅନୁସାରେ ବୟାନ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri