ହଷ୍ଟେଲରେ ଛାତ୍ରୀଙ୍କୁ ବଳାତ୍କାର: ଅନ୍ତେବାସୀ, ଅଭିଭାବକଙ୍କୁ ଜେରା କଲା ପୋଲିସ

ନନ୍ଦପୁର/ଲମତାପୁଟ,୪ା୫(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ)- ନନ୍ଦପୁର ପୋଲିସ ଉପଖଣ୍ଡ ଅଧୀନ ଲମତାପୁଟ ବ୍ଲକରେ ହଷ୍ଟେଲରେ ଛାତ୍ରୀଙ୍କୁ ବଳାତ୍କାର ଘଟଣାରେ ରବିବାର ମାଛକୁଣ୍ଡ ପୋଲିସ ଅନ୍ତେବାସୀ ଓ ତାଙ୍କ ଅଭିଭାବକଙ୍କୁ ଜେରା କରିଛି।

ଘଟଣାକୁ ନେଇ ବ୍ଲକ୍‌ରେ ରାଜନୀତି ସରଗରମ ଥିବା ବେଳେ ୫ ଦିନ ବିତିଥିଲେ ସୁଦ୍ଧା ଏଥିରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ପୋଲିସ ଠାବ କରିପାରି ନାହିଁ। ଜିଲା ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ମନୋଜ କୁମାର ପୂଜାରୀ ଓ ନନ୍ଦପୁର ଏସ୍‌ଡିପିଓ ଦେବେନ୍ଦ୍ର ମଲ୍ଲିକଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ କେତେକ ସ୍ଥାନୀୟ ଯୁବକ ଓ ହଷ୍ଟେଲ କର୍ତ୍ତୃପକ୍ଷଙ୍କୁ ଥାନାକୁ ଡାକି ପଚରାଉଚରା କରାଯାଇଥିଲା।

ହଷ୍ଟେଲ ଅନ୍ତେବାସୀ ଓ ଛାତ୍ରୀଙ୍କ ଅଭିଭାବକଙ୍କୁ ୱାନ ଟୁ ୱାନ ଜେରା କରିଛି। ଶନିବାର ବିଜେଡି ଓ କଂଗ୍ରେସ ପକ୍ଷରୁ ଖବରଦାତା ସମ୍ମିଳନୀ କରି ତଦନ୍ତ ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ସହ ୨୪ ଘଣ୍ଟାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରାନଗଲେ ରାଜରାସ୍ତାରେ ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦେଇଥିଲେ। ଯେକୌଣସି ସ୍ଥିତିକୁ ଆୟତ କରିବା ପାଇଁ ଏକାଧିକ ପ୍ଲାଟୁନ ପୋଲିସ ହଷ୍ଟେଲ ପରିସର, ମାଛକୁଣ୍ଡ ଥାନା ସହ ଲମତାପୁଟ ବ୍ଲକ୍‌ ସଦର ମହକୁମା ଅଞ୍ଚଳରେ ମୂତୟନ କରାଯାଇଛି। ପୋଲିସ ପକ୍ଷରୁ ଘଟଣା ଓ ତଦନ୍ତ ପ୍ରକ୍ରିୟା ସମ୍ପର୍କରେ ଗଣମାଧ୍ୟମକୁ କୌଣସି ଖବର ଦିଆଯାଉନାହିଁ। ଶୀଘ୍ର ଘଟଣାର ସତ୍ୟାସତ୍ୟ ବାହାର କରି ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri