ଧାରଣାରେ ବସିଲେ ଛାତ୍ରୀଛାତ୍ର

ବାରିପଦା ଅଫିସ,୧୯।୪: ମୟୂରଭଞ୍ଜ ଜିଲା ବାରିପଦାର ତକତପୁରସ୍ଥିତ ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓ (ଏମ୍‌ଏସ୍‌ସିବି) ବିଶ୍ୱବିଦ୍ୟାଳୟର ସମ୍ମିଳିତ ବିଇଡି ଏବଂ ଏମ୍‌ଇଡି ପାଠ୍ୟକ୍ରମ ମାର୍କଶିଟକୁ ନେଇ ଛାତ୍ର ଅଶାନ୍ତି ଦେଖିବାକୁ ମିଳିଛି। ଛାତ୍ରୀଛାତ୍ରମାନେ ମଙ୍ଗଳବାର ବିଶ୍ବବିଦ୍ୟାଳୟର ପ୍ରଶାସନିକ ଭବନକୁ ବନ୍ଦ କରିଥିଲେ। କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ, କୁଳସଚିବ ସହଦେବ ସମାଧିଆ, ସ୍ନାତକୋତ୍ତର ପରିଷଦର ଅଧ୍ୟକ୍ଷ ପ୍ରଫେସର ପ୍ରମୋଦ କୁମାର ଶତପଥୀ, ପରୀକ୍ଷା ନିୟନ୍ତ୍ରକ ଡ.ଲକ୍ଷ୍ମୀଧର ଗିରି ଓ ବିତ୍ତ ନିୟନ୍ତ୍ରକ ଶୁକଦେବ ତରାଇ ଧାରଣାସ୍ଥଳରେ ପହଞ୍ଚତ୍ ୭ ଦିନ ମଧ୍ୟରେ ଏନ୍‌ସିଟିଇ ସହ ଆଲୋଚନା କରି ସମସ୍ୟାର ସମାଧାନ କରିବା ନେଇ ପ୍ରତିଶ୍ରୁତି ଦେବା ପରେ ଛାତ୍ରୀଛାତ୍ରମାନେ ଆନ୍ଦୋଳନକୁ ସାମୟିକ ଭାବରେ ପ୍ରତ୍ୟାହାର କରିଥିଲେ।
ସୂଚନାଯୋଗ୍ୟ, ଅଧ୍ୟୟନରତ ଛାତ୍ରୀଛାତ୍ରମାନେ ଗତ ୬ ତାରିଖ ଦିନ ସେମାନଙ୍କ ମାର୍କସିଟକୁ ନେଇ ୨୦୧୯ରୁ ଲାଗି ରହିଥିବା ସମସ୍ୟାର ସମାଧାନ ପାଇଁ ଏକ ଦାବିପତ୍ର ବିଶ୍ୱବିଦ୍ୟାଳୟର ପରୀକ୍ଷା ନିୟନ୍ତ୍ରକ ଡ.ଗିରିଙ୍କୁ ଦେବା ସହ ଆସନ୍ତା ୭ ଦିନ ମଧ୍ୟରେ ସମସ୍ୟାର ସମାଧାନ ନ ହେଲେ ଆନ୍ଦୋଳନର ଚେତାବନୀ ଦେଇଥିଲେ। ଛାତ୍ରୀଛାତ୍ରଙ୍କ ଦାବି ମୁତାବକ ସେମାନଙ୍କୁ ଏବେ ପ୍ରଚଳିତ ନିୟମ ଅନୁସାରେ ଗୋଟିଏ ମାର୍କସିଟରେ ଏକା ସହ ବିଇଡି ଏବଂ ଏମଇଡି ମାର୍କ ମିଳିବାର ବନ୍ଦୋବସ୍ତ ରହିଛି। ଯାହା ଫଳରେ ଛାତ୍ରୀଛାତ୍ରମାନେ ପରବର୍ତ୍ତୀ ସମୟରେ କୌଣସି ପ୍ରତିଯୋଗିତା ମୂଳକ ପରୀକ୍ଷାରେ ଏଥି ମଧ୍ୟରୁ କୌଣସି ଗୋଟିଏ ମାର୍କ ମଗାଗଲେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ତେବେ ଉକ୍ତ ପାଠ୍ୟକ୍ରମରୁ ଉତ୍ତୀର୍ଣ୍ଣ ହୋଇଥିବା ଓ ହେବାକୁ ଥିବା ଛାତ୍ରୀଛାତ୍ର ଦୀର୍ଘ ଦିନ ହେବ ଏହି ସମସ୍ୟାର ସମ୍ମୁଖୀନ ହୋଇ ଆସୁଥିବା ସତ୍ତ୍ୱେ ଏ ପର୍ଯ୍ୟନ୍ତ କୌଣସି ନିଷ୍କର୍ଷ ବାହାରି ପାରି ନ ଥିବାରୁ ଶେଷରେ ଛାତ୍ରୀଛାତ୍ରମାନେ ଆନ୍ଦୋଳନକୁ ଓହ୍ଲାଇ ଥିଲେ। ବିଭାଗୀୟ ଛାତ୍ର ଅଭିଷେକ ପଣ୍ଡା ଓ ଶୁଭଜିତ ପାଣିଙ୍କ ନେତୃତ୍ୱରେ ମାନସ କୁମାର ଗୋଚ୍ଛାୟତ, ଆକାଶ ମହାରଣା, ସ୍ନେହଲତା ଶଙ୍ଖୁଆ, ଅରୋଲିତା ସାହୁ, ସୁମନ ସଙ୍ଗୀତା ଜେନା, ସ୍ମାରକୀ ପଣ୍ଡା, କାବ୍ୟଶ୍ରୀ ନନ୍ଦ, ସତିସୂତା ମହାପାତ୍ର, ଆରତୀ ନାୟକ, ବର୍ଷା ସେଠୀ, ନବଜ୍ୟୋତି ଶାଶ୍ୱତ ମହାନ୍ତ, ଗୁରୁପ୍ରସାଦ ସାହୁ, ସବ୍ୟସାଚୀ ପାଣିଗ୍ରାହୀ ଓ ବିଶାଖା ରଥ ପ୍ରମୁଖଙ୍କ ସହ ବିଭାଗର ଶତାଧିକ ଛାତ୍ରଛାତ୍ରୀ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଚନ୍ଦ୍ରଗହଣରେ ହାନୀ ନୁହେଁ ଏହି ୩ରାଶିଙ୍କ ଫିଟିଯିବ ଭାଗ୍ୟ, ଧନବର୍ଷା ସାଙ୍ଗକୁ ମିଳିବ ବଡ଼ ଚାକିରିର ଅଫର୍‌…

କୌଣସି ବି ଗ୍ରହଣ, ତାହା ଚନ୍ଦ୍ରଗ୍ରହଣ ହେଉ କି ସୂର୍ଯ୍ୟଗ୍ରହଣ, ସବୁବେଳେ କ’ଣ ବର୍ବାଦୀ ନେଇ ଆସିଥାଏ? କାରଣ ପ୍ରାୟତଃ ଆମେ ଗ୍ରହଣ ନାମ ଶୁଣିବା ମାତ୍ରେ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଆଉ ୭ ଦିନ ପରେ ଘଟିବାକୁ ଯାଉଛି ଏମିତି: ୪ ରାଶିଙ୍କ ଜୀବନରେ ପୁଣି ଫେରିବ ପୁରୁଣା ପ୍ରେମ! ଶୁକ୍ର କରିବେ…

୨ ସେପ୍ଟେମ୍ବର ୨୦୨୬ରେ ଶୁକ୍ର ତୁଳା ରାଶିରେ ପ୍ରବେଶ କରିବେ। ପ୍ରେମ ଓ ସମ୍ପର୍କର କାରକ ଶୁକ୍ରଙ୍କ ନିଜ ରାଶିରେ ପ୍ରବେଶକୁ ଜ୍ୟୋତିଷ ଦୃଷ୍ଟିରୁ ବେଶ ବିଶେଷ…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ପୁଟିନଙ୍କ ବଡ଼ ପ୍ରତିଶ୍ରୁତି: ସଙ୍କଟ ସମୟରେ ଭାରତକୁ ଯୋଗାଇବ…ବିଶ୍ୱରେ ହଇଚଇ

ନୂଆଦିଲ୍ଲୀ,୨୫।୮: ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ମସ୍କୋରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ଜୟଶଙ୍କର ରାଷ୍ଟ୍ରପତି ପୁଟିନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri