ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭିଷ୍ମଗିରୀ ଗ୍ରାମସ୍ଥିତ ରାମଜୀ ଡିଗ୍ରୀ କଲେଜରେ ଯୁକ୍ତ ୩ ଛାତ୍ରୀ ଆତ୍ମସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦ୍ଯାପିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ନିହାର ରଞ୍ଜନ କରଙ୍କ ସଭାପତିତ୍ୱରେ ଆୟୋଜିତ ଉଦ୍ଯାପନୀ କାର୍ଯ୍ୟକ୍ରମରେ କଲେଜ ଆଇକ୍ସୁଏସି ସଂଯୋଜକ ଅଧ୍ୟାପକ କାହ୍ନୁଚରଣ ପାଢୀ, ଯୁବ ରେଡକ୍ରସ ଉପଦେଷ୍ଟା ଅଧ୍ୟାପକ ରଞ୍ଜନ କୁମାର ଗୌଡ, ଏନଏସଏସ କାର୍ଯ୍ୟକ୍ରମ ଅଧିକାରୀ ଅଧ୍ୟାପିକା ଇତିପ୍ରଭା, ଭାରତ ସ୍କାଉଟ ଓ ଗାଇଡର ପ୍ରଶିକ୍ଷିକା ଅଧ୍ୟାପିକା କୁମାରୀ ପ୍ରିୟଦର୍ଶିନୀ ପ୍ରଧାନ, ଅଧ୍ୟାପକ ଦେବଦତ୍ତ ପଣ୍ଡା, ଲିଙ୍ଗରାଜ ପାଣିଗ୍ରାହୀ, ଟୁନା ବେହେରା ପ୍ରମୁଖ ମଞ୍ଚାସିନଥିଲେ । ଶିକ୍ଷାଗ୍ରହଣ ସହିତ ଛାତ୍ରୀମାନେ ନିଜକୁ ସୁରକ୍ଷିତ ରଖିବା ନିମନ୍ତେ ଆତ୍ମସୁରକ୍ଷା କୌଶଳ ଶିକ୍ଷା କରିବା ନିତାନ୍ତ ଆବଶ୍ୟକ ବୋଲି ଅତିଥି ବୃନ୍ଦ ନିଜ ବକ୍ତବ୍ୟରେ ପ୍ରକାଶ କରିଥିଲେ । ପ୍ରଶିକ୍ଷାର୍ଥୀ ମାନଙ୍କୁ ପ୍ରମାଣପତ୍ର ବଣ୍ଟନ କରାଯାଇଥିଲା। କାର୍ଯ୍ୟକ୍ରମରେ ସମସ୍ତ ଛାତ୍ରୀ ଉପସ୍ଥିତଥିଲେ । ଶେଷରେ କାର୍ଯ୍ୟକ୍ରମ ସଂଯୋଜିକା ଅଧ୍ୟାପିକା ରଶ୍ମିତା କୁମାରୀ ମେକାପ ଧନ୍ୟବାଦ ଅର୍ପଣ କରିଥିଲେ ।


