ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଉଦ୍‌ଯାପିତ: ଏବେଠୁ ଲଢ଼େଇ ଆରମ୍ଭ

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭିଷ୍ମଗିରୀ ଗ୍ରାମସ୍ଥିତ ରାମଜୀ ଡିଗ୍ରୀ କଲେଜରେ ଯୁକ୍ତ ୩ ଛାତ୍ରୀ ଆତ୍ମସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ନିହାର ରଞ୍ଜନ କରଙ୍କ ସଭାପତିତ୍ୱରେ ଆୟୋଜିତ ଉଦ୍‌ଯାପନୀ କାର୍ଯ୍ୟକ୍ରମରେ କଲେଜ ଆଇକ୍ସୁଏସି ସଂଯୋଜକ ଅଧ୍ୟାପକ କାହ୍ନୁଚରଣ ପାଢୀ, ଯୁବ ରେଡକ୍ରସ ଉପଦେଷ୍ଟା ଅଧ୍ୟାପକ ରଞ୍ଜନ କୁମାର ଗୌଡ, ଏନଏସଏସ କାର୍ଯ୍ୟକ୍ରମ ଅଧିକାରୀ ଅଧ୍ୟାପିକା ଇତିପ୍ରଭା, ଭାରତ ସ୍କାଉଟ ଓ ଗାଇଡର ପ୍ରଶିକ୍ଷିକା ଅଧ୍ୟାପିକା କୁମାରୀ ପ୍ରିୟଦର୍ଶିନୀ ପ୍ରଧାନ, ଅଧ୍ୟାପକ ଦେବଦତ୍ତ ପଣ୍ଡା, ଲିଙ୍ଗରାଜ ପାଣିଗ୍ରାହୀ, ଟୁନା ବେହେରା ପ୍ରମୁଖ ମଞ୍ଚାସିନଥିଲେ । ଶିକ୍ଷାଗ୍ରହଣ ସହିତ ଛାତ୍ରୀମାନେ ନିଜକୁ ସୁରକ୍ଷିତ ରଖିବା ନିମନ୍ତେ ଆତ୍ମସୁରକ୍ଷା କୌଶଳ ଶିକ୍ଷା କରିବା ନିତାନ୍ତ ଆବଶ୍ୟକ ବୋଲି ଅତିଥି ବୃନ୍ଦ ନିଜ ବକ୍ତବ୍ୟରେ ପ୍ରକାଶ କରିଥିଲେ । ପ୍ରଶିକ୍ଷାର୍ଥୀ ମାନଙ୍କୁ ପ୍ରମାଣପତ୍ର ବଣ୍ଟନ କରାଯାଇଥିଲା। କାର୍ଯ୍ୟକ୍ରମରେ ସମସ୍ତ ଛାତ୍ରୀ ଉପସ୍ଥିତଥିଲେ । ଶେଷରେ କାର୍ଯ୍ୟକ୍ରମ ସଂଯୋଜିକା ଅଧ୍ୟାପିକା ରଶ୍ମିତା କୁମାରୀ ମେକାପ ଧନ୍ୟବାଦ ଅର୍ପଣ କରିଥିଲେ ।

 


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ପରୀକ୍ଷାଫଳ ପ୍ରକାଶିତ: କିଏ କେଉଁ ତାଲିକାରେ ରହିଲେ ଦେଖନ୍ତୁ ପୂରା ଲିଷ୍ଟ…

ପାଟଣା,୬।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ଓ ଅର୍ଥନୈତିକ ଅନଗ୍ରସର ବୃତ୍ତି ପରୀକ୍ଷାଫଳ ୨୦୨୫ ଶୁକ୍ରବାର ପ୍ରକାଶ ପାଇଛି।…

ଜମୁଛି ସ୍କାଉଟ, ଗାଇଡ କ୍ୟାମ୍ପ: ଦ୍ୱିତୀୟ ଦିନରେ ଛାତ୍ରୀଛାତ୍ରଙ୍କୁ ଆକର୍ଷଣ କଲା…

ଦାରିଙ୍ଗବାଡି, ୬ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ୩ ଦିନିଆ ୨୨ତମ ଜିଲାସ୍ତରୀୟ…

ସ୍ତ୍ରୀଙ୍କ ସହ ଟପ ମାଓବାଦୀ ନେତା ନିଖିଲକଲେ ଆତ୍ମସମର୍ପଣ

ରାୟଗଡ଼ା,୬।୨(ଆଶିଷ ରଞ୍ଜନ ପଣ୍ଡା): ମାଓବାଦୀ ନେତା ନିଖିଲ୍‌ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri