ସାଙ୍ଗମାନଙ୍କ ସହ ନିଆଁରେ ସେକି ହେଉଥିଲେ ୨ୟ ଶ୍ରେଣୀ ଛାତ୍ରୀ, ସାର୍ଟରେ ଲାଗିଲା ନିଆଁ, ତା’ପରେ…

ପାଟଣା,୧୧।୧୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ସ୍ଥିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଆବାସିକ ଛାତ୍ରାବାସର ଜଣେ ୨ୟ ଶ୍ରେଣୀ ଛାତ୍ରୀ ସୋମବାର ରାତିରେ ନିଆଁ ପୁଇଁ ହେଉଥିବା ବେଳେ ପୋଡ଼ି ହୋଇ ଗୁରୁତର ହୋଇଛନ୍ତି। ଗୁରୁତର ଛାତ୍ରୀ ଜଣଙ୍କ ହେଉଛନ୍ତି ତୁରୁମୁଙ୍ଗା ଥାନା ସାନ ଗମ୍ଭାରୀଆ ଗ୍ରାମର ଜୟନ୍ତି ମୁଣ୍ଡା। ତାଙ୍କୁ କେନ୍ଦୁଝର ଜିଲା ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଶୀତ ଦାଉରୁ ରକ୍ଷା ପାଇବା ପାଇଁ ସାଙ୍ଗମାନଙ୍କ ସହ ନିଆଁରେ ସେକି ହେଉଥିବା ବେଳେ ସାର୍ଟରେ ନିଆଁ ଲାଗି ଅଣ୍ଟା ଠାରୁ ତଳକୁ ପୋଡ଼ି ଯାଇଛି। ଏନେଇ ବିଦ୍ୟାଳୟର ପ୍ରଧାନଶିକ୍ଷକ ଅନନ୍ତ ଚରଣ ମୁର୍ମୁଙ୍କୁ ଫୋନ କରିଥିଲେ ହେଁ ସେ ଫୋନ ଉଠାଇନଥିଲେ। ଆବାସିକ ହଷ୍ଟେଲ କର୍ତ୍ତୃପକ୍ଷ ବ୍ଲକ ମଙ୍ଗଳ ଅଧିକାରୀ ସିପ୍ରା ରାଣୀ ମହାନ୍ତଙ୍କୁ ଏନେଇ ପଚାରିବାରୁ ଆମେ ଛାତ୍ରୀଙ୍କର ଉଚ୍ଚ ଚିକିତ୍ସା ପାଇଁ ସମସ୍ତ ପ୍ରକାର ସୁବିଧା ଯୋଗାଇ ଦେବୁ । ତାଙ୍କୁ ଉଚ୍ଚ ଚିକିତ୍ସା ପାଇଁ ସମ୍‌ ହସ୍ପିଟାଲ ସ୍ଥାନାନ୍ତରପାଇଁ ଅଧିକାରୀଙ୍କ ସହ ବିଚାର ବିମର୍ଶ କରୁଛୁ ବୋଲି କହିଛନ୍ତି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୋଟ୍‌ରୁ କାଢ଼ୁଥିଲେ ମାଛ ହଠାତ୍‌ ଟଳିପଡ଼ିଲେ…

ବାଲେଶ୍ୱର,୨୩।୩(ବାଞ୍ଛାନିଧି ଦେ): ବିଷାକ୍ତ ଗ୍ୟାସ ଯୋଗୁ ଦୁଇ ଜଣ ବୋଟ କର୍ମଚାରୀଙ୍କ ମତ୍ୟୁ ଅଭିଯୋଗ ହୋଇଛି। ବାଲେଶ୍ୱର ଜିଲା ବଳରାମଗଡ଼ି ମେରାଇନ ଥାନା ନାଉପାଳଗଡ଼ିରେ ଏଭଳି ଘଟଣା…

ମା’ ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରତିଷ୍ଟା ଉତ୍ସବରେ ଯୋଗଦେଲେ ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା

ଗଞ୍ଜାମ,୨୩।୩(ବିଦ୍ୟାଧର ସାହୁ): ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା ବବିତା ପାତ୍ର ଗଞ୍ଜାମ ଜଲାର ଗ୍ରସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ନିମନ୍ତ୍ରଣକ୍ରମେ ଗଞ୍ଜାମ ବ୍ଲକ ଅନ୍ତର୍ଗତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri