ତ୍ରିକୋଣୀୟ ପ୍ରେମକୁ ନେଇ ଛାତ୍ରଙ୍କୁ ଛୁରାମାଡ଼

ଭୁବନେଶ୍ୱର,୨୯।୧(ବ୍ୟୁରୋ): ତ୍ରିକୋଣୀୟ ପ୍ରେମକୁ ନେଇ ରାଜଧାନୀରେ ଜଣେ ଛାତ୍ରୀଙ୍କୁ ଆକ୍ରମଣ ହେବା ସହ ଛାତ୍ରଙ୍କୁ ଛୁରାମାଡ଼ ହୋଇଛି। ପ୍ରଥମ ପ୍ରେମିକଙ୍କ ଛୁରାମାଡ଼ରେ ଦ୍ୱିତୀୟ ପ୍ରେମିକ ଆହତ ହୋଇଛନ୍ତି। ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଶୈଳଶ୍ରୀବିହାର ଅଞ୍ଚଳରେ ଶୁକ୍ରବାର ଏହି ଘଟଣା ଘଟିଛି। ଛୁରା ମାଡ଼ରେ ଗୁରୁତର ଆହତ ଛାତ୍ରଙ୍କୁ ସ୍ଥାନୀୟ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପୋଲିସ ଛୁରା ମାଡ଼ କରିଥିବା ଅନ୍ୟଜଣେ ଛାତ୍ରଙ୍କୁ ଅଟକ ରଖି ପଚରାଉଚରା କରୁଛି। ତେବେ ରିପୋର୍ଟ ଲେଖାହେବା ପର୍ଯ୍ୟନ୍ତ ଏନେଇ ଥାନାରେ ମାମଲା ରୁଜୁ ହୋଇ ନ ଥିବାବେଳେ ଦୁଇପକ୍ଷ ଆପୋସ ସାମାଧାନ ପାଇଁ ଚେଷ୍ଟା କରୁଥିବା ସୂଚନା ମିଳିଛି।
ସୂଚନା ଅନୁଯାୟୀ, ପୁରୀ ଜିଲାର ଜଣେ ଯୁବତୀ ସ୍ଥାନୀୟ ଥାନା ଅଞ୍ଚଳର ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ ବି.ଟେକ୍‌ ଶେଷବର୍ଷରେ ପଢୁଛନ୍ତି। ସେହି କଲେଜରେ ପଢୁଥିବା ଜଗତ୍‌ସିଂପୁର ଜିଲାର ଜଣେ ଛାତ୍ର ଦୁଇବର୍ଷ ହେବ ତାଙ୍କୁ ପ୍ରେମ କରୁଥିଲେ। ଇତିମଧ୍ୟରେ ଅନ୍ୟଏକ ଇଞ୍ଜିନିୟରିଂ କଲେଜରେ ପଢ଼ୁଥିବା ପୁରୀ ଜିଲାର ଜଣେ ଛାତ୍ର ସମ୍ପୃକ୍ତ ଯୁବତୀଙ୍କୁ ମଧ୍ୟ ଭଲପାଇ ବସିଥିଲେ। ଶୁକ୍ରବାର ସାରେ ଶୈଳଶ୍ରୀବିହାର ଛକ ରାସ୍ତାରେ ଦ୍ୱିତୀୟ ପ୍ରେମିକ ଉକ୍ତ ଯୁବତୀଙ୍କ ସହ ବୁଲାବୁଲି କରୁଥିଲେ। ଏନେଇ ପ୍ରଥମ ପ୍ରେମିକ ଖବରପାଇ ତାଙ୍କ ସାଙ୍ଗ ସହ ସେଠାକୁ ଆସି ଯୁବତୀଙ୍କୁ ମାଡ଼ ମାରିଥିଲେ। ଘଟଣାକୁ ନେଇ ସେମାନଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ତେବେ ଯୁବତୀଙ୍କ ସହ ବୁଲିଥିବା ଦ୍ୱିତୀୟ ପ୍ରେମିକ ପ୍ରତିବାଦ କରିବାରୁ ସେମାନଙ୍କ ମଧ୍ୟରେ ବଚସା ହୋଇଥିଲା। ଏହି ସମୟରେ ପ୍ରଥମ ପ୍ରେମିକ ସାଙ୍ଗରେ ଆଣିଥିବା ଏକ ଛୁରିରେ ଦ୍ୱିତୀୟ ପ୍ରେମିକଙ୍କୁ ବାରମ୍ବାର ଆକ୍ରମଣ କରିଥିଲେ। ଚିତ୍କାର ଶୁଣି ସ୍ଥାନୀୟ ଲୋକେ ଲୁଟ୍‌ ଘଟଣା ଭାବି ସମସ୍ତଙ୍କୁ କାବୁ କରି ପୋଲିସକୁ ଖବର ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri