Posted inଜାତୀୟ

ଛାତ୍ରବାସରେ ପ୍ରେମିକାଙ୍କୁ ପାଖରେ ରଖିବା ପାଇଁ ସୁଟ୍‌କେସ୍‌ରେ ପୁରାଇଲେ

ସୋନିପଥ, ୧୩।୪: ହରିୟାଣା ସୋନିପଥସ୍ଥିତ ଓପି ଜିନ୍ଦଲ ଗ୍ଲୋବାଲ ୟୁନିଭର୍ସିଟିରୁ ଏକ ଆଶ୍ଚର୍ଯ୍ୟକର ଘଟଣା ସାମ୍‌ନାକୁ ଆସିଛି। ଜଣେ ଛାତ୍ର ନିଜ ପ୍ରେମିକାଙ୍କୁ ପାଖରେ ରଖିବା ପାଇଁ ତାଙ୍କୁ ସୁଟ୍‌କେସ୍‌ରେ ବନ୍ଦ କରି ଛାତ୍ରାବାସକୁ ନେବାକୁ ଚେଷ୍ଟା କରିଥିଲେ। ତେବେ ଛାତ୍ରାବାସରେ ନିୟୋଜିତ ସୁରକ୍ଷା କର୍ମୀ ସୁଟ୍‌କେସ୍‌ ଯାଞ୍ଚ କରି ଏହା ମଧ୍ୟରେ ଜଣେ ଝିଅ ଥିବାର ଦେଖିବାକୁ ପାଇଥିଲେ।

ଛାତ୍ରାବାସରେ ନିୟୋଜିତ ଜଣେ ସୁରକ୍ଷା କର୍ମୀ କହିଛନ୍ତି, ବିଶ୍ୱବିଦ୍ୟାଳୟର ଜଣେ ଛାତ୍ର ନିଜ ସୁଟ୍‌କେସ୍‌ରେ ଜଣେ ଝିଅଙ୍କୁ ରଖି ଛାତ୍ରାବାସ ନେଇ ଯାଉଥିଲେ। ଏହି ସମୟରେ ହଷ୍ଟେଲ ଗେଟ୍‌ ନିକଟରେ ସୁଟ୍‌କେସ୍‌ଟି କୌଣସି ଜିନିଷରେ ମାଡ଼ ହୋଇଯାଇଥିଲା, ଫଳରେ ସୁଟ୍‌କେସ୍‌ ଭିତରେ ଥିବା ଝିଅ ଜଣକ ଚିତ୍କାର କରିଥିଲେ। ଚିତ୍କାର ଶୁଣି ଛାତ୍ରାବାସରେ ନିୟୋଜିତ ସୁରକ୍ଷା କର୍ମୀଙ୍କୁ ସନ୍ଦେହ ହୋଇଥିଲା। ଫଳରେ ସେଠାରେ ଉକ୍ତ ସୁଟ୍‌କେସ୍‌ର ଯାଞ୍ଚ କରାଯାଇଥିଲା। ସୁଟ୍‌କେସ୍‌ ଖୋଲିବା ପରେ ଏହା ମଧ୍ୟରେ ଜଣେ ଛାତ୍ରୀ ବସିରହିଥିବାର ଦେଖିବାକୁ
ମିଳିଥିଲା। ଏହା ସେଠାରେ ଉପସ୍ଥିତ ସୁରକ୍ଷା କର୍ମୀ ଓ ଅନ୍ୟ ଛାତ୍ରମାନଙ୍କୁ ଆଶ୍ଚର୍ଯ୍ୟ କରିଥିଲା। ଘଟଣାସ୍ଥଳରେ ଉପସ୍ଥିତ ଛାତ୍ର ଏବଂ ସୁରକ୍ଷା କର୍ମୀମାନେ ଏହି ଦୃଶ୍ୟର ଭିଡିଓ ରେକର୍ଡ କରିଥିଲେ, ଯାହା ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସୁଟ୍‌କେସ୍‌ରୁ ବାହାରିଥିବା ଝିଅ ଜଣକ ସୁଟ୍‌କେସ୍‌ ନେଇ ଯାଉଥିବା ଛାତ୍ରଙ୍କ ଗର୍ଲଫ୍ରେଣ୍ଡ ବୋଲି ବିଭିନ୍ନ ରିପୋର୍ଟ ପ୍ରକାଶ ପାଇଛି। ତେବେ ଉକ୍ତ ଝିଅ ଜଣକ ଓପି ଜିନ୍ଦଲ ଗ୍ଲୋବାଲ ୟୁନିଭର୍ସିଟିର ଛାତ୍ରୀ କି ନୁହଁନ୍ତି, ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନାହିଁ।

ଘଟଣାକୁ ନେଇ ଓପି ଜିନ୍ଦଲ ଗ୍ଲୋବାଲ ୟୁନିଭର୍ସିଟିର ପିଆର୍‌ଓ କହିଛନ୍ତି, ବିଶ୍ୱବିଦ୍ୟାଳୟର କେତେଜଣ ଛାତ୍ର ଦୁଷ୍ଟାମି ଓ ମଜାମସ୍ତିରେ ଲିପ୍ତ ରହୁଥିବାରୁ, କିଛିଦିନ ତଳେ ବିଶ୍ୱବିଦ୍ୟାଳୟ ପ୍ରଶାସନ ପକ୍ଷରୁ ଛାତ୍ରାବାସର ସୁରକ୍ଷାକୁ କଡ଼ାକଡ଼ି କରାଯାଇଥିଲା। ତେଣୁ ଏବେ ଏହି ଘଟଣା ସାମ୍‌ନାକୁ ଆସିଛି। କଲେଜ ଜୀବନରେ ଏପରି ଅନେକ ଘଟଣା ଘଟିଥାଏ, ତେଣୁ ଏହା କୌଣସି ବଡ଼ ଘଟଣା ନୁହେଁ ବୋଲି ସେ କହିଛନ୍ତି। ବର୍ତ୍ତମାନ ସୁଦ୍ଧା ଏହି ଘଟଣାକୁ ନେଇ କୌଣସି ଅଭିଯୋଗ ଦାଖଲ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

WPL: ଫାଇନାଲରେ ପହଞ୍ଚିଲା ଆର୍‌ସିବି

ଭଦୋଦରା,୨୯ା୧- ଚଳିତ ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)ରେ ଗୁରୁବାର ଖେଳାଯାଇଥିବା ଲିଗ୍‌ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ଅତି ସହଜରେ ୮ ଉଇକେଟରେ ୟୁପି ଓ୍ବାରିଅର୍ସକୁ…

ବିବାହର ପ୍ରଲୋଭନ ଦେଖାଇ ସମ୍ପର୍କ: ଯୁବତୀ ଏବେ ୪ ମାସର ଗର୍ଭବତୀ

ଜୟପୁର, ୨୯।୧(ପବନ ପାଣିଗ୍ରାହୀ): ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ତାଙ୍କୁ ଗର୍ଭବତୀ ଓ ପରେ ପ୍ରତାରଣା କରିବା ଅଭିଯୋଗରେ ଜୟପୁର ମହିଳା ପୋଲିସ ଜଣେ ଯୁବକଙ୍କୁ ଗିରଫ…

ଅସଲି ଟ୍ରେଡିଂ କମ୍ପାନୀର ଫେକ୍‌ ଆପ୍‌, ହ୍ବାଟ୍ସଆପ୍‌ ଗ୍ରୁପ କରି ଲୁଟିଥିଲେ ୯୪.୬୨ ଲକ୍ଷ ଟଙ୍କା; ୩ ଯୁବକଙ୍କୁ ବାନ୍ଧିଲା…

ଦେବଗଡ, ୨୯ା୧ (ଶଶାଙ୍କ ଶେଖର ଝାଙ୍କର): ଅବସର ପ୍ରାପ୍ତ ଜଣେ ସରକାରୀ କର୍ମଚାରୀଙ୍କ ଠାରୁ ୯୪ ଲକ୍ଷ ୬୨ ହଜାର ୪୬୧ ଟଙ୍କା ସାଇବର ଠକେଇ ଅଭିଯୋଗରେ…

ମୋରମ ପାଇଁ ପାହାଡ଼ କାଟିଦେଲା ପୂର୍ତ୍ତ ବିଭାଗ, ବାରିଝୋଲା ଗ୍ରାମବାସୀ…

ରାୟଗଡ଼ା,୨୯।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ପଞ୍ଚାୟତ ଅନ୍ତର୍ଗତ ବାରିଝୋଲା ଗ୍ରାମସ୍ଥିତ ପଦ୍ମାବତୀ ହରିକୁପା ପାହାଡ଼ରୁ ଚାଲିଛି ମୋରମ ଖନନ। ତେବେ ମୋରମ ଖନନ ଯୋଗୁ…

ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଟଳିପଡ଼ିଲେ ଭକ୍ତ: ମହାପ୍ରଭୁଙ୍କ ଦର୍ଶନ ହେଲା…

ପୁରୀ,୨୯ା୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସିଥିବା ଜଣେ ଭକ୍ତଙ୍କର ଉତ୍ତରଦ୍ୱାର ନିକଟ ପରିକ୍ରମା…

ଲାଞ୍ଚ ନେବା ପଡ଼ିଲା ମହଙ୍ଗା: ପୂର୍ବତନ ବହୁମୁଖୀ ସ୍ବାସ୍ଥ୍ୟ ପରିଦର୍ଶକଙ୍କୁ ୨ବର୍ଷ ଜେଲ

ସୁନ୍ଦରଗଡ,୨୯ା୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ର ଭିଜିଲାନ୍ସ କୋର୍ଟ ଗୁରୁବାର ଏକ ଲାଞ୍ଚ ମାମଲାର ରାୟ ପ୍ରକାଶ କରିଛି। ଭିଜିଲାନ୍ସ କୋର୍ଟର ସ୍ବତନ୍ତ୍ର ଜଜ୍‌ ଲାଞ୍ଚ ମାମଲାର ଶୁଣାଣି…

ଜିଲାସ୍ତରୀୟ କବାଡ଼ି: ଅନାମିକା କ୍ଲବ ଚାମ୍ପିୟନ

ସମ୍ବଲପୁର,୨୯ା୧(ବି.ଶଙ୍କର): ପ୍ରଗତୀ ସାମାଜିକ ଅନୁଷ୍ଠାନ ଆୟୋଜିତ ଜିଲାସ୍ତରୀୟ କବାଡି ପ୍ରତିଯୋଗିତା ଚେରୁଆପଡା ଫାର୍ମରୋଡଠାରେ ଉଦ୍‌ଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌ ଅନାମିକା କ୍ଲବ ଏବଂ ପାଟଣେଶ୍ୱରୀ(କ) ଦଳ ମଧ୍ୟରେ…

ବନ ବିଭାଗ ଜାଲରେ ଚୋର: ଚୋରି କରୁଥିବା ବେଳେ ୪ ଜଣଙ୍କୁ କାବୁ କଲେ…

ଥୁଆମୂଳ ରାମପୁର, ୨୯।୧ (ଦୁର୍ଗା କୀର୍ତ୍ତି): ସରକାରୀ ପ୍ରକଳ୍ପରୁ ସାମଗ୍ରୀ ଚୋରି କରିବା ଚୋରଙ୍କୁ ମହଙ୍ଗା ପଡ଼ିଛି। ଗୋପାଳପୁର ପଞ୍ଚାୟତ ସ୍ଥିତ ପାଟଜୋର ଡଙ୍ଗର ବନୀକରଣ ପ୍ରକଳ୍ପରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri