ଛାତ୍ରୀଛାତ୍ରଙ୍କ ସଫଳତା ଓଡ଼ିଶାର ସଫଳତା: ନବୀନ

ଭୁବନେଶ୍ବର, ୨୬।୪(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ୫-ଟି ସ୍କୁଲ ରୂପାନ୍ତରଣ ଅଭିଯାନର ୩ୟ ପର୍ଯ୍ୟାୟର ଶୁଭାରମ୍ଭ କରିଛନ୍ତି। ପ୍ରଥମ ଦିନରେ ୪ ଜିଲାର ୩୫୭ଟି ରୂପାନ୍ତରିତ ସ୍କୁଲକୁ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଛନ୍ତି। ଏଥିରେ ଗଞ୍ଜାମ ଜିଲାର ୧୦୬ଟି ହାଇସ୍କୁଲ, ଅନୁଗୋଳର ୮୭, କେନ୍ଦୁଝରର ୫୭ ଓ ଜଗତ୍‌ସିଂହପୁରର ୧୦୭ ହାଇସ୍କୁଲ ଅନ୍ତର୍ଭୁକ୍ତ ଅଛି। ୩ୟ ପର୍ଯ୍ୟାୟରେ ସମୁଦାୟ ୨,୧୫୧ ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେବ। ସୂଚନାଯୋଗ୍ୟ, ଗତ ୨ଟି ପର୍ଯ୍ୟାୟରେ ରାଜ୍ୟରେ ୩,୯୮୧ ସ୍କୁଲ ରୂପାନ୍ତରିତ ହୋଇଛି। ୩ଟି ପର୍ଯ୍ୟାୟ ସମ୍ପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୬,୧୩୨ ସ୍କୁଲ ରୂପାନ୍ତରିତ ହେବ।
ଏହି ଅବସରରେ ଭିଡିଓ କନ୍‌ଫରେନ୍ସରେ ଯୋଡ଼ିହୋଇଥିବା ଛାତ୍ରୀଛାତ୍ରଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଛାତ୍ରୀଛାତ୍ରଙ୍କ ସଫଳତା ହେଉଛି ଓଡ଼ିଶାର ସଫଳତା। ୫-ଟି ସ୍କୁଲଗୁଡ଼ିକରେ ପିଲାଙ୍କୁ ସବୁ ପ୍ରକାର ଆଧୁନିକ ସୁବିଧା ଦେବା ପାଇଁ ପ୍ରଚେଷ୍ଟା କରାଯାଇଛି। ପିଲାମାନେ ଏହାର ସୁଯୋଗ ନେଇ ନିଜ ପ୍ରତିଭାର ପରିଚୟ ପ୍ରଦାନ କରିପାରିଲେ ସେମାନଙ୍କ ନିଜର ଓ ପରିବାରର ଗୌରବ ବୃଦ୍ଧି ପାଇବ। ଏହା ସହ ଓଡ଼ିଶାର ଗୌରବ ବଢ଼ିବ। ପିଲାମାନେ ଯଦି ନିଜ ଜୀବନରେ ୫-ଟିର ଉପଯୋଗ କରିବେ, ତେବେ ସେମାନେ ଜୀବନର ସବୁ କ୍ଷେତ୍ରରେ ସଫଳ ହେବେ। ବର୍ତ୍ତମାନ ଟେକ୍ନୋଲୋଜିର ଯୁଗ। ତେଣୁ ପିଲାମାନେ ନୂଆ ନୂଆ ଟେକ୍ନୋଲୋଜି ବିଷୟରେ ଜାଣିବାକୁ ଚେଷ୍ଟା କରିବା ଆବଶ୍ୟକ। କ୍ରୀଡ଼ା କ୍ଷେତ୍ରରେ ଟିମ୍‌ୱାର୍କ ଅତି ଜରୁରୀ। ଜୀବନରେ ସାଧୁତା ନିତାନ୍ତ ଆବଶ୍ୟକ। ସାଧୁତା ଦ୍ବାରା ମଣିଷର ବିଶ୍ବସନୀୟତା ବୃଦ୍ଧି ପାଇଥାଏ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
କାର୍ଯ୍ୟକ୍ରମରେ ଉପସ୍ଥିତ ବିଧାୟକଗଣ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟିର ସଦସ୍ୟ, ଶିକ୍ଷକ ଶିକ୍ଷୟିତ୍ରୀ ଓ ଅଭିଭାବକମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଟେକ୍ନୋଲୋଜି ପ୍ରୟୋଗରେ ସ୍କୁଲରେ ସ୍ମାର୍ଟ କ୍ଲାସ୍‌ ରୁମ୍‌, କମ୍ପ୍ୟୁଟର ଓ ଆଧୁନିକ ଲାବୋରେଟୋରିର ବିକାଶ କରାଯାଇଛି। ସେହିପରି ଏହି ରୂପାନ୍ତର କାମକୁ ସମସ୍ତଙ୍କ ମିଳିତ ଉଦ୍ୟମରେ କରାଯାଇଛି, ଯାହା ଟିମ୍‌ୱାର୍କର ପ୍ରତୀକ। ଏସବୁ କାମରେ ପ୍ରତି ସ୍ତରରେ ସ୍ବଚ୍ଛତା ବା ଟ୍ରାନ୍ସପରେନ୍ସି ରକ୍ଷା କରାଯାଇଛି। ସ୍ଥାନୀୟ ଅଞ୍ଚଳର ଲୋକମାନଙ୍କ ସହିତ ଆଲୋଚନା କରାଯାଇ କାମ ହେଉଛି। ସ୍ବଚ୍ଛତା ୫-ଟିର ସବୁଠାରୁ ବଡ଼ ଶକ୍ତି। ଏହି ଅବସରରେ ବିଭିନ୍ନ ସ୍କୁଲର ଛାତ୍ରୀଛାତ୍ର ୫-ଟି ରୂପାନ୍ତର ସମ୍ପର୍କରେ ସେମାନଙ୍କର ଅଭିଜ୍ଞତା ସମ୍ପର୍କରେ ବର୍ଣ୍ଣନା କରିଛନ୍ତି। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ପିଲାମାନଙ୍କ ସହ ମତ ବିନିମୟକରି ସେମାନେ ଭବିଷ୍ୟତରେ କ’ଣ ହେବାକୁ ଚାହାନ୍ତି ବୋଲି ପଚାରିବାରୁ, ସେମାନେ ପ୍ରଶାସନିକ ଅଧିକାରୀ, ଡାକ୍ତର ଓ ଇଞ୍ଜିନିୟର ହେବେ ବୋଲି କହିଥିଲେ।
କାର୍ଯ୍ୟକ୍ରମରେ ଉପବାଚସ୍ପତି ରଜନୀକାନ୍ତ ସିଂ, ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ, ଜଗତ୍‌ସିଂହପୁର ବିଧାୟକ ପ୍ରଶାନ୍ତ କୁମାର ମୁଦୁଲି ଏବଂ ପାଟଣା ବିଧାୟକ ଜଗନ୍ନାଥ ନାୟକ ପ୍ରମୁଖ ନିଜର ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀଙ୍କ
ଦୂରଦୃଷ୍ଟିର ଉଚ୍ଚ ପ୍ରଶଂସା କରିଥିଲେ। ପିଲାଙ୍କ ସହିତ ଆଲୋଚନାରେ ଭାଗ ନେଇ ୫-ଟି ସଚିବ ଭି.କେ. ପାଣ୍ଡିଆନ କହିଥିଲେ, ମୁଖ୍ୟମନ୍ତ୍ରୀ ସରକାରୀ ସ୍କୁଲର ପିଲାଙ୍କ ପାଇଁ କେବଳ ଉନ୍ନତ ଶିକ୍ଷା ବ୍ୟବସ୍ଥା କରିନାହାନ୍ତି, ଏହାସହ ସେମାନଙ୍କ ପାଇଁ ମେଡିକାଲ ଓ ଇଞ୍ଜିନିୟରିଂ କଲେଜରେ ୧୫ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ମଧ୍ୟ କରିଛନ୍ତି। ଆସନ୍ତା ୬ ମାସରେ ରାଜ୍ୟର ସବୁ ସ୍କୁଲକୁ ରୂପାନ୍ତରିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ବୋଲି ସେ କହିଥିଲେ। ୩ଟି ପର୍ଯ୍ୟାୟରେ ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମର ସଫଳତା ପାଇଁ ସେ ଜିଲାସ୍ତରରେ କାମ କରୁଥିବା ଟିମ୍‌ଗୁଡ଼ିକୁ ଧନ୍ୟବାଦ ଦେଇଛନ୍ତି। କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ଅନୁ ଗର୍ଗ ସ୍ବାଗତ ଭାଷଣ ଦେଇଥିବା ବେଳେ ଓସେପାର ସ୍ବତନ୍ତ୍ର ପ୍ରୋଜେକ୍ଟ ଡାଇରେକ୍ଟର ଧନ୍ୟବାଦ ଅର୍ପଣ କରିଛନ୍ତି। ବିଭିନ୍ନ ବିଭାଗର ପ୍ରମୁଖ ସଚିବ, ସଚିବ ଓ ଅନ୍ୟ ପଦାଧିକାରୀମାନେ ମଧ୍ୟ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri