ଛାତ୍ରୀଛାତ୍ରଙ୍କ ସଫଳତା ଓଡ଼ିଶାର ସଫଳତା: ନବୀନ

ଭୁବନେଶ୍ବର, ୨୬।୪(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ୫-ଟି ସ୍କୁଲ ରୂପାନ୍ତରଣ ଅଭିଯାନର ୩ୟ ପର୍ଯ୍ୟାୟର ଶୁଭାରମ୍ଭ କରିଛନ୍ତି। ପ୍ରଥମ ଦିନରେ ୪ ଜିଲାର ୩୫୭ଟି ରୂପାନ୍ତରିତ ସ୍କୁଲକୁ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଛନ୍ତି। ଏଥିରେ ଗଞ୍ଜାମ ଜିଲାର ୧୦୬ଟି ହାଇସ୍କୁଲ, ଅନୁଗୋଳର ୮୭, କେନ୍ଦୁଝରର ୫୭ ଓ ଜଗତ୍‌ସିଂହପୁରର ୧୦୭ ହାଇସ୍କୁଲ ଅନ୍ତର୍ଭୁକ୍ତ ଅଛି। ୩ୟ ପର୍ଯ୍ୟାୟରେ ସମୁଦାୟ ୨,୧୫୧ ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେବ। ସୂଚନାଯୋଗ୍ୟ, ଗତ ୨ଟି ପର୍ଯ୍ୟାୟରେ ରାଜ୍ୟରେ ୩,୯୮୧ ସ୍କୁଲ ରୂପାନ୍ତରିତ ହୋଇଛି। ୩ଟି ପର୍ଯ୍ୟାୟ ସମ୍ପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୬,୧୩୨ ସ୍କୁଲ ରୂପାନ୍ତରିତ ହେବ।
ଏହି ଅବସରରେ ଭିଡିଓ କନ୍‌ଫରେନ୍ସରେ ଯୋଡ଼ିହୋଇଥିବା ଛାତ୍ରୀଛାତ୍ରଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଛାତ୍ରୀଛାତ୍ରଙ୍କ ସଫଳତା ହେଉଛି ଓଡ଼ିଶାର ସଫଳତା। ୫-ଟି ସ୍କୁଲଗୁଡ଼ିକରେ ପିଲାଙ୍କୁ ସବୁ ପ୍ରକାର ଆଧୁନିକ ସୁବିଧା ଦେବା ପାଇଁ ପ୍ରଚେଷ୍ଟା କରାଯାଇଛି। ପିଲାମାନେ ଏହାର ସୁଯୋଗ ନେଇ ନିଜ ପ୍ରତିଭାର ପରିଚୟ ପ୍ରଦାନ କରିପାରିଲେ ସେମାନଙ୍କ ନିଜର ଓ ପରିବାରର ଗୌରବ ବୃଦ୍ଧି ପାଇବ। ଏହା ସହ ଓଡ଼ିଶାର ଗୌରବ ବଢ଼ିବ। ପିଲାମାନେ ଯଦି ନିଜ ଜୀବନରେ ୫-ଟିର ଉପଯୋଗ କରିବେ, ତେବେ ସେମାନେ ଜୀବନର ସବୁ କ୍ଷେତ୍ରରେ ସଫଳ ହେବେ। ବର୍ତ୍ତମାନ ଟେକ୍ନୋଲୋଜିର ଯୁଗ। ତେଣୁ ପିଲାମାନେ ନୂଆ ନୂଆ ଟେକ୍ନୋଲୋଜି ବିଷୟରେ ଜାଣିବାକୁ ଚେଷ୍ଟା କରିବା ଆବଶ୍ୟକ। କ୍ରୀଡ଼ା କ୍ଷେତ୍ରରେ ଟିମ୍‌ୱାର୍କ ଅତି ଜରୁରୀ। ଜୀବନରେ ସାଧୁତା ନିତାନ୍ତ ଆବଶ୍ୟକ। ସାଧୁତା ଦ୍ବାରା ମଣିଷର ବିଶ୍ବସନୀୟତା ବୃଦ୍ଧି ପାଇଥାଏ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
କାର୍ଯ୍ୟକ୍ରମରେ ଉପସ୍ଥିତ ବିଧାୟକଗଣ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟିର ସଦସ୍ୟ, ଶିକ୍ଷକ ଶିକ୍ଷୟିତ୍ରୀ ଓ ଅଭିଭାବକମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଟେକ୍ନୋଲୋଜି ପ୍ରୟୋଗରେ ସ୍କୁଲରେ ସ୍ମାର୍ଟ କ୍ଲାସ୍‌ ରୁମ୍‌, କମ୍ପ୍ୟୁଟର ଓ ଆଧୁନିକ ଲାବୋରେଟୋରିର ବିକାଶ କରାଯାଇଛି। ସେହିପରି ଏହି ରୂପାନ୍ତର କାମକୁ ସମସ୍ତଙ୍କ ମିଳିତ ଉଦ୍ୟମରେ କରାଯାଇଛି, ଯାହା ଟିମ୍‌ୱାର୍କର ପ୍ରତୀକ। ଏସବୁ କାମରେ ପ୍ରତି ସ୍ତରରେ ସ୍ବଚ୍ଛତା ବା ଟ୍ରାନ୍ସପରେନ୍ସି ରକ୍ଷା କରାଯାଇଛି। ସ୍ଥାନୀୟ ଅଞ୍ଚଳର ଲୋକମାନଙ୍କ ସହିତ ଆଲୋଚନା କରାଯାଇ କାମ ହେଉଛି। ସ୍ବଚ୍ଛତା ୫-ଟିର ସବୁଠାରୁ ବଡ଼ ଶକ୍ତି। ଏହି ଅବସରରେ ବିଭିନ୍ନ ସ୍କୁଲର ଛାତ୍ରୀଛାତ୍ର ୫-ଟି ରୂପାନ୍ତର ସମ୍ପର୍କରେ ସେମାନଙ୍କର ଅଭିଜ୍ଞତା ସମ୍ପର୍କରେ ବର୍ଣ୍ଣନା କରିଛନ୍ତି। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ପିଲାମାନଙ୍କ ସହ ମତ ବିନିମୟକରି ସେମାନେ ଭବିଷ୍ୟତରେ କ’ଣ ହେବାକୁ ଚାହାନ୍ତି ବୋଲି ପଚାରିବାରୁ, ସେମାନେ ପ୍ରଶାସନିକ ଅଧିକାରୀ, ଡାକ୍ତର ଓ ଇଞ୍ଜିନିୟର ହେବେ ବୋଲି କହିଥିଲେ।
କାର୍ଯ୍ୟକ୍ରମରେ ଉପବାଚସ୍ପତି ରଜନୀକାନ୍ତ ସିଂ, ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ, ଜଗତ୍‌ସିଂହପୁର ବିଧାୟକ ପ୍ରଶାନ୍ତ କୁମାର ମୁଦୁଲି ଏବଂ ପାଟଣା ବିଧାୟକ ଜଗନ୍ନାଥ ନାୟକ ପ୍ରମୁଖ ନିଜର ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀଙ୍କ
ଦୂରଦୃଷ୍ଟିର ଉଚ୍ଚ ପ୍ରଶଂସା କରିଥିଲେ। ପିଲାଙ୍କ ସହିତ ଆଲୋଚନାରେ ଭାଗ ନେଇ ୫-ଟି ସଚିବ ଭି.କେ. ପାଣ୍ଡିଆନ କହିଥିଲେ, ମୁଖ୍ୟମନ୍ତ୍ରୀ ସରକାରୀ ସ୍କୁଲର ପିଲାଙ୍କ ପାଇଁ କେବଳ ଉନ୍ନତ ଶିକ୍ଷା ବ୍ୟବସ୍ଥା କରିନାହାନ୍ତି, ଏହାସହ ସେମାନଙ୍କ ପାଇଁ ମେଡିକାଲ ଓ ଇଞ୍ଜିନିୟରିଂ କଲେଜରେ ୧୫ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ମଧ୍ୟ କରିଛନ୍ତି। ଆସନ୍ତା ୬ ମାସରେ ରାଜ୍ୟର ସବୁ ସ୍କୁଲକୁ ରୂପାନ୍ତରିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ବୋଲି ସେ କହିଥିଲେ। ୩ଟି ପର୍ଯ୍ୟାୟରେ ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମର ସଫଳତା ପାଇଁ ସେ ଜିଲାସ୍ତରରେ କାମ କରୁଥିବା ଟିମ୍‌ଗୁଡ଼ିକୁ ଧନ୍ୟବାଦ ଦେଇଛନ୍ତି। କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ଅନୁ ଗର୍ଗ ସ୍ବାଗତ ଭାଷଣ ଦେଇଥିବା ବେଳେ ଓସେପାର ସ୍ବତନ୍ତ୍ର ପ୍ରୋଜେକ୍ଟ ଡାଇରେକ୍ଟର ଧନ୍ୟବାଦ ଅର୍ପଣ କରିଛନ୍ତି। ବିଭିନ୍ନ ବିଭାଗର ପ୍ରମୁଖ ସଚିବ, ସଚିବ ଓ ଅନ୍ୟ ପଦାଧିକାରୀମାନେ ମଧ୍ୟ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?