ପ୍ରେମ ସମ୍ପର୍କକୁ ନେଇ ଦେହରେ ନିଆଁ ଲଗାଇ ଛାତ୍ରୀଙ୍କ ଆତ୍ମହତ୍ୟା

ଗଞ୍ଜାମ, ୨୮।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ଅଞ୍ଚଳରେ ଶୁକ୍ରବାର ଜଣେ ନାବାଳିକା କଲେଜ ଛାତ୍ରୀ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ l ମୁମୂର୍ଷ ଅବସ୍ଥାରେ ପରିବାର ଲୋକେ ତାଙ୍କୁ ଉଦ୍ଧାରକରି ପ୍ରଥମେ ବ୍ରହ୍ମପୁର ଓ ପରେ କଟକ ବଡ଼ ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ବିଳମ୍ବିତ ରାତିରେ ମୃତ୍ୟ ଘଟିଥିବା ନାବାଳିକା ଛାତ୍ରୀଙ୍କ ସମ୍ପର୍କୀୟ ସୂଚନା ଦେଇଛନ୍ତି l ଏ ନେଇ ଛାତ୍ରୀଙ୍କ ଅଜା ରମ୍ଭା ଥାନାରେ ଏତଲା ଦେଇଥିଲେ l ଏତଲାକୁ ଭିତ୍ତିକରି ପୋଲିସ ପକ୍ଷରୁ (କେସ ନଂ. ୪୧୫/୨୦) ଏକ ମାମଲା ରୁଜୁ କରିବା ସହ ଏହି ଘଟଣାରେ ସମ୍ପୃକ୍ତ ଜଣେ ବ୍ୟକ୍ତିଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରୁଛି l ପ୍ରେମ ବ୍ୟାପାରକୁ ନେଇ ଏହି ଘଟଣା ଘଟିଥିବା ରମ୍ଭା ଆଇଆଇସି କୃଷ୍ଣ ଚନ୍ଦ୍ର ସେଠୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି l ମୃତଦେହ ବ୍ୟବଚ୍ଛେଦ ପରେ ପରିବାରଙ୍କୁ ହସ୍ତାନ୍ତର କରାଯିବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି l


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri