ଫ୍ୟାନ୍‌ ରେ ଝୁଲି ଛାତ୍ରୀଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ

ସୁନାବେଡା,କୋରାପୁଟ,୧୦/୦୨(କୃତ୍ତିବାସ ପ୍ରଧାନ/ଅମିତାଭ ବେହେରା) ସୁନାବେଡା କେନ୍ଦ୍ରୀୟ ବିଶ୍ୱ ବିଦ୍ୟାଳୟରେ ପଢୁଥିବା ଜଣେ ଛାତ୍ରୀ ଫାଶି ଲଗାଇ ଆତ୍ମହତ୍ୟା କରିଛି। ଖବର ମୁତାବକ ମହିଳା ଛାତ୍ରୀନିବାସ ’ବି’ ବ୍ଲକ୍‌ ର ୪୧୩ ନମ୍ବର ରୁମ୍‌ ରେ ରହୁଥିବା ସନ୍ଧ୍ୟାରାଣୀ ଦାସ(୧୮) ନିଜ ଓଢଣୀ ସାହାଯ୍ୟରେ ଫ୍ୟାନରେ ଝୁଲି ଆତ୍ମହତ୍ୟା କରିଛନ୍ତି।

ମୃତ ଛାତ୍ରୀ ବିଶ୍ୱ ବିଦ୍ୟାଳୟର ଇଣ୍ଟିଗ୍ରେଟେଡ଼ ଗଣିତ ବିଭାଗର ପ୍ରଥମ ବର୍ଷ ଛାତ୍ରୀ ବୋଲି ଜଣାପଡିଛି। କେନ୍ଦ୍ରାପଡା ଜିଲା ଦଧିବାମନପୁର ,ହିଞ୍ଜଳ ଗାଁ ତପନ ଦାସଙ୍କ ଝିଅ ବୋଲି ଜଣାପଡିଛି। କେଉଁ ପରିସ୍ଥିତିରେ ଛାତ୍ରୀ ଜଣକ ହଷ୍ଟେଲ ଭିତରେ ଆତ୍ମହତ୍ୟା କଲେ ତାହାର କାରଣ ଜଣାପଡିନାହିଁ। ହଷ୍ଟେଲର ରୁମ୍‌ ରେ ଅନ୍ୟ ଜଣେ ସହ ପାଠୀନିଙ୍କ ସହ ରହୁଥିଲେ ସନ୍ଧ୍ୟା ହେଲେ ପରୀକ୍ଷା ସରି ଯାଇଥିବା ହେତୁ ସେ ଚଳିତ ମାସ ୨ ତାରିଖରୁ ନିଜ ଗାଁ କୁ ଚାଲି ଯାଇଥିଲେ। ଫଳରେ ମୃତ ଛାତ୍ରୀ ଜଣକ ରୁମରେ ଏକାକୀ ରହୁଥିଲେ।

ଖବର ପାଇ ସୁନାବେଡା ଥାନାର ଏସ ଆଇ ଚରଣ ସିଂ ମାଝୀ ସହକର୍ମୀଙ୍କ ସହ ଘଟଣା ସ୍ଥଳରେ ପହଞ୍ଚି ମୃତ ଦେହ ଜବତ କରି ପରିବାରକୁ ଖବର ଦେଇଥିଲେ। ତେବେ ପରିବାର ପକ୍ଷରୁ ଅନୁରୋଧ କ୍ରମେ ପୋଲିସ ତାଙ୍କ ଆସିବା ବାଟକୁ ଅପେକ୍ଷା କରିଥିବା ତଦନ୍ତକାରୀ ପୋଲିସ୍‌ ସୂଚନା ଦେଇଛନ୍ତି। ବିଡମ୍ବନାର ବିଷୟ ବିଶ୍ବ ବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସ ମଧ୍ୟକୁ ଗଣ ମାଧ୍ୟମ ପ୍ରତିନିଧିଙ୍କୁ ବାରଣ କରାଯାଇଥିବା ଗଣମାଧ୍ୟମ ପ୍ରତିନିଧି ମାନେ ଅଭିଯୋଗ କରିଛନ୍ତି। ଯେଉଁଥି ପାଇଁ ଗଣମାଧ୍ୟମ ପ୍ରତିନିଧି ମହଲରେ ଅସନ୍ତୋଷ ଦେଖା ଦେଇଛି। ଖବର ଛାପିବା ପର୍ଯ୍ୟନ୍ତ ଏନେଇ ଥାନାରେ କୌଣସି ମାମଲା ରୁଜୁ କରାଯାଇ ନଥିବା ଏବଂ ପରିବାର ଲୋକେ ପହଞ୍ଚିବା ପରେ ଯାହା କିଛି ପଦକ୍ଷେପ ନିଆଯିବ ବୋଲି ସୁନାବେଡା ଥାନା ଦାୟିତ୍ୱରେ ରହିଥିବା ସେମିଳିଗୁଡା ଥାନା ଅଧିକାରୀ ସଚ୍ଚିନ୍ଦ୍ର ପ୍ରଦାନ ସୂଚନା ଦେଇଛନ୍ତି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri