ଫ୍ୟାନ୍‌ ରେ ଝୁଲି ଛାତ୍ରୀଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ

ସୁନାବେଡା,କୋରାପୁଟ,୧୦/୦୨(କୃତ୍ତିବାସ ପ୍ରଧାନ/ଅମିତାଭ ବେହେରା) ସୁନାବେଡା କେନ୍ଦ୍ରୀୟ ବିଶ୍ୱ ବିଦ୍ୟାଳୟରେ ପଢୁଥିବା ଜଣେ ଛାତ୍ରୀ ଫାଶି ଲଗାଇ ଆତ୍ମହତ୍ୟା କରିଛି। ଖବର ମୁତାବକ ମହିଳା ଛାତ୍ରୀନିବାସ ’ବି’ ବ୍ଲକ୍‌ ର ୪୧୩ ନମ୍ବର ରୁମ୍‌ ରେ ରହୁଥିବା ସନ୍ଧ୍ୟାରାଣୀ ଦାସ(୧୮) ନିଜ ଓଢଣୀ ସାହାଯ୍ୟରେ ଫ୍ୟାନରେ ଝୁଲି ଆତ୍ମହତ୍ୟା କରିଛନ୍ତି।

ମୃତ ଛାତ୍ରୀ ବିଶ୍ୱ ବିଦ୍ୟାଳୟର ଇଣ୍ଟିଗ୍ରେଟେଡ଼ ଗଣିତ ବିଭାଗର ପ୍ରଥମ ବର୍ଷ ଛାତ୍ରୀ ବୋଲି ଜଣାପଡିଛି। କେନ୍ଦ୍ରାପଡା ଜିଲା ଦଧିବାମନପୁର ,ହିଞ୍ଜଳ ଗାଁ ତପନ ଦାସଙ୍କ ଝିଅ ବୋଲି ଜଣାପଡିଛି। କେଉଁ ପରିସ୍ଥିତିରେ ଛାତ୍ରୀ ଜଣକ ହଷ୍ଟେଲ ଭିତରେ ଆତ୍ମହତ୍ୟା କଲେ ତାହାର କାରଣ ଜଣାପଡିନାହିଁ। ହଷ୍ଟେଲର ରୁମ୍‌ ରେ ଅନ୍ୟ ଜଣେ ସହ ପାଠୀନିଙ୍କ ସହ ରହୁଥିଲେ ସନ୍ଧ୍ୟା ହେଲେ ପରୀକ୍ଷା ସରି ଯାଇଥିବା ହେତୁ ସେ ଚଳିତ ମାସ ୨ ତାରିଖରୁ ନିଜ ଗାଁ କୁ ଚାଲି ଯାଇଥିଲେ। ଫଳରେ ମୃତ ଛାତ୍ରୀ ଜଣକ ରୁମରେ ଏକାକୀ ରହୁଥିଲେ।

ଖବର ପାଇ ସୁନାବେଡା ଥାନାର ଏସ ଆଇ ଚରଣ ସିଂ ମାଝୀ ସହକର୍ମୀଙ୍କ ସହ ଘଟଣା ସ୍ଥଳରେ ପହଞ୍ଚି ମୃତ ଦେହ ଜବତ କରି ପରିବାରକୁ ଖବର ଦେଇଥିଲେ। ତେବେ ପରିବାର ପକ୍ଷରୁ ଅନୁରୋଧ କ୍ରମେ ପୋଲିସ ତାଙ୍କ ଆସିବା ବାଟକୁ ଅପେକ୍ଷା କରିଥିବା ତଦନ୍ତକାରୀ ପୋଲିସ୍‌ ସୂଚନା ଦେଇଛନ୍ତି। ବିଡମ୍ବନାର ବିଷୟ ବିଶ୍ବ ବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସ ମଧ୍ୟକୁ ଗଣ ମାଧ୍ୟମ ପ୍ରତିନିଧିଙ୍କୁ ବାରଣ କରାଯାଇଥିବା ଗଣମାଧ୍ୟମ ପ୍ରତିନିଧି ମାନେ ଅଭିଯୋଗ କରିଛନ୍ତି। ଯେଉଁଥି ପାଇଁ ଗଣମାଧ୍ୟମ ପ୍ରତିନିଧି ମହଲରେ ଅସନ୍ତୋଷ ଦେଖା ଦେଇଛି। ଖବର ଛାପିବା ପର୍ଯ୍ୟନ୍ତ ଏନେଇ ଥାନାରେ କୌଣସି ମାମଲା ରୁଜୁ କରାଯାଇ ନଥିବା ଏବଂ ପରିବାର ଲୋକେ ପହଞ୍ଚିବା ପରେ ଯାହା କିଛି ପଦକ୍ଷେପ ନିଆଯିବ ବୋଲି ସୁନାବେଡା ଥାନା ଦାୟିତ୍ୱରେ ରହିଥିବା ସେମିଳିଗୁଡା ଥାନା ଅଧିକାରୀ ସଚ୍ଚିନ୍ଦ୍ର ପ୍ରଦାନ ସୂଚନା ଦେଇଛନ୍ତି।

 

 


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦନକାନନ କାର୍ଯ୍ୟାଳୟରେ ଅଧିକାରୀଙ୍କୁ ମାରଣାସ୍ତ୍ରରେ ଆକ୍ରମଣ

ବାରଙ୍ଗ,୨୯।୪(ଲିଙ୍ଗରାଜ ରାଉତ): ନନ୍ଦନକାନନ ଉପ-ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ସୋମବାର ଅପରାହ୍ନରେ ଜଣେ ଯୁବକ ଉତ୍ପାତ କରି କମ୍ପ୍ୟୁଟର, ଝରକାକାଚ, ଟେବୁଲ ଓ ଅନ୍ୟାନ୍ୟ ସାମଗ୍ରୀ ଭାଙ୍ଗିବା ସହ...

ପହଞ୍ଚିଲେ ନିର୍ବାଚନୀ ଖର୍ଚ୍ଚ ପର୍ଯ୍ୟବେକ୍ଷକ

କଟକ,୨୯ା୪(କାର୍ତ୍ତିକ ସାହୁ): ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ କଟକ ଜିଲାରେ ୩ଜଣ ଖର୍ଚ୍ଚ ପର୍ଯ୍ୟବେକ୍ଷକ ସୋମବାର ପହଞ୍ଚିଛନ୍ତି। ଭାରତୀୟ ରାଜସ୍ବ ସେବାର ବରିଷ୍ଠ ଅଧିକାରୀ  ସୁରେଶ...

ପଞ୍ଜୀକରଣର ୧୦୦ ମିନିଟ୍‌ ମଧ୍ୟରେ ହେବ କାର୍ଯ୍ୟାନୁଷ୍ଠାନ

କଟକ,୨୯ା୪(କାର୍ତ୍ତିକ ସାହୁ): ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ସମ୍ବନ୍ଧିତ ଅଭିଯୋଗ ଦାଖଲ ପାଇଁ କଟକ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ୨୪ ଘଣ୍ଟିଆ ସମନ୍ବିତ କଣ୍ଟ୍ରୋଲ ରୁମ୍‌...

ଭାଜପା ଛାଡିବା ଖବରକୁ ଖଣ୍ଡନ କଲେ ନୀତେଶ, କହିଲେ ମୋ ଆକାଉଣ୍ଟ…

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ତେବେ ଏଭଳି ଏକ ଖବରକୁ ଖଣ୍ଡନ କରିଛନ୍ତି ନୀତେଶ। ସେ କହିଛନ୍ତି, ତାଙ୍କ ଫେସବୁକ୍‌ ଆକାଉଣ୍ଟ...

ଆତ୍ମସମର୍ପଣ କଲେ ୨୩ ମାଓବାଦୀ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତେୱାଡାରେ ସୋମବାର ୨୩ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଲୋନ୍‌ ଭାରାଟୁ ଅଭିଯାନରେ ପ୍ରଭାବିତ ହୋଇ ଆତ୍ମସମର୍ପଣ କରିଥିବା...

ଆସନ୍ତା ୨ରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ନବୀନ

ଭୁବନେଶ୍ୱର,୨୯।୪: ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨ ତାରିଖରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନିଜର ନାମାଙ୍କନ ପତ୍ର ଦାଖଲ କରିବେ। ଏଥିସହ...

ଭାଜପାରୁ ଇସ୍ତଫା ଦେଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ସୋମବାର ନୀତେଶ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସୋସିଆଲ ମିଡିଆରେ ପୋଷ୍ଟ କରି ଏମ୍‌ପି...

ଯବାନଙ୍କ ସହ ଗୁଳି ବିନିମୟ, ଜଣେ ମାଓବାଦୀ ମୃତ, ଅନେକ ଆହତ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନପାତ୍ର): ମାଲକାନଗିରି ଜିଲା ସୀମାନ୍ତ ସୁକ୍‌ମା ଜିଲାରେ ସୋମବାର ଡିଆର୍‌ଜି ଯବାନଙ୍କ ସହ ଗୁଳି ବିନିମୟରେ ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଛି। ଏଥିରେ ଅନେକେ ଆହତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri