ଛାତ୍ର ସଂସଦ ନିର୍ବାଚନ ପାଇଁ ପ୍ରସ୍ତୁତ ରହିବାକୁ ଆହ୍ବାନ

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ): ୨୦୨୪ ନିର୍ବାଚନ ପରେ ପ୍ରଥମଥର ପାଇଁ କଳାହାଣ୍ଡି ଜିଲା ବିଜୁ ଯୁବ ଓ ଛାତ୍ର ଜନତା ଦଳ ପକ୍ଷରୁ ଭବାନୀପାଟଣା ବିଜୁ କଲ୍ୟାଣ ମଣ୍ଡପଠାରେ ସୋମବାର ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ଛାତ୍ର ବିଜେଡି କାର୍ଯ୍ୟକାରୀ ସଭାପତି ଅବିନାଶ ଠାକୁରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ରାଜ୍ୟ ଯୁବ ବିଜେଡି ସଭାପତି ତଥା ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ ଓ ରାଜ୍ୟ ଛାତ୍ର ବିଜେଡି ସଭାପତି ତଥା ବାଙ୍କୀ ବିଧାୟକ ଦେବୀରଞ୍ଜନ ତ୍ରିପାଠୀ ଯୋଗଦେଇ ଆଗାମୀ ଦିନରେ ହେବାକୁ ଥିବା ଛାତ୍ରସଂସଦ ନିର୍ବାଚନ ନିମନ୍ତେ ପ୍ରସ୍ତୁତ ରହିବାକୁ ଆହ୍ବାନ ଦେଇଥିଲେ। ସମସ୍ତ କଲେଜରେ ଛାତ୍ର ବିଜେଡି କିଭଳି ଭଲ ପ୍ରଦର୍ଶନ କରିବ ସେଥିପାଇଁ ଯୁବଛାତ୍ର ବିଜେଡି କର୍ମକର୍ତ୍ତା ପରିଶ୍ରମ କରିବା ଆବଶ୍ୟକ ବୋଲି କହିଥିଲେ। ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସରକାର ଥିବା ସମୟରେ ତାଙ୍କର ଜନହିତକର ଯୋଜନା ଓ ସରକାର ପରିଚାଳନାକୁ ରାଜ୍ୟବାସୀ ଭୁଲିପାରିନାହାନ୍ତି। ଏଣୁ ଲୋକଙ୍କ ସେବାରେ ନିଜକୁ ନିୟୋଜିତ କରିବା ସହ ଏକ ଉନ୍ନତ ଓଡ଼ିଶା ଗଠନ ପାଇଁ ଛାତ୍ରମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ବିଧାୟକ ତ୍ରିପାଠୀ କହିଥିଲେ।
ଗତ ନିର୍ବାଚନରେ ଭାଜପାର ଭୋଟ ହାର ୪୦.୦୭% ଥିବା ବେଳେ ବିଜେଡିର ୪୦.୨୨% ରହିଥିବା ନେଇ ଚାନ୍ଦବାଲି ବିଧାୟକ ରାୟ ଆଲୋକପାତ କରିଥିଲେ। କାର୍ଯ୍ୟକ୍ରମରେ ନର୍ଲା ବିଧାୟକ ମନୋରମା ମହାନ୍ତି, ଯୁବ ବିଜେଡି ସଭାପତି ଆଦିତ୍ୟ ନନ୍ଦ, ପୂର୍ବତନ ବିଧାୟକ ଗୋବର୍ଦ୍ଧନ ଦାଶ, ରାଜ୍ୟ ଯୁବ ଉପସଭାପତି ମଣ୍ଟୁ ନାଏକ, ରାଜ୍ୟ ଯୁବ ବିଜେଡି ଉପସଭାପତି ରାକେଶ ରାମ, ରାଜ୍ୟ ଛାତ୍ର ବିଜେଡିର ଅନ୍ୟତମ କାର୍ଯ୍ୟକାରୀ ସଭାପତି ମିକୁ ପ୍ରଧାନ, ଜିଲା ଛାତ୍ର ବିଜେଡି ସଭାପତି ଅଜିତ ସାହୁ, ନର୍ଲା ବ୍ଲକ୍‌ ଉପାଧ୍ୟକ୍ଷ ଦୁର୍ଗାପ୍ରସାଦ ମହାନ୍ତି, କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ନୃପରାଜ ଯାଦବ, ଜିଲା ମହିଳା ସଭାନେତ୍ରୀ ଲଳିତା ନାଏକ, ଏସ୍‌ସି ସେଲ୍‌ ସଭାପତି ପ୍ରଶାନ୍ତ ନାଏକ, ରାଜ୍ୟ ଛାତ୍ର ବିଜେଡି ନେତା ପ୍ରଦୋଷ ପରିଡ଼ା ପ୍ରମୁଖ ମଞ୍ଚାସୀନ ଥିଲେ। କଲମପୁର ବ୍ଲକ୍‌ ଯୁବ ବିଜେଡି ସଭାପତି ମନୋଜ ନାଏକ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri