ପ୍ରଥମେ କାଟିଲେ, ପରେ ଯୋଡ଼ିଲେ

ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା।

ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି), ବିଜୁ ଛାତ୍ର ଜନତା ଦଳ (ବିସିଜେଡି) ଓ ଭାରତୀୟ ଜାତୀୟ ଛାତ୍ର ସଂଘ (ଏନ୍‌ଏସ୍‌ୟୁଆଇ) ସମେତ ସ୍ବାଧୀନ ପ୍ରାର୍ଥୀମାନେ ନାମାଙ୍କନ ଭରିଥିଲେ। ଏହା ପରେ ଦିନ ୨ଟାରୁ ୪ଟା ଯାଏ ପ୍ରାର୍ଥତ୍ପତ୍ର ଯାଞ୍ଚ ହୋଇଥିଲା। ସନ୍ଧ୍ୟା ୫ଟାରେ ବୈଧ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଥିଲା। ତେବେ କଂଗ୍ରେସ ସମର୍ଥିତ (ଏନ୍‌ଏସ୍‌ୟୁଆଇ)ର ସଭାନେତ୍ରୀ ପ୍ରାର୍ଥିନୀ ଅଭିପ୍ସା ଦାଶ, ଉପସଭାପତି ଅଭିଜିତ ଚୌଧୁରୀ ସମେତ ସ୍ବାଧୀନ ସଭାନେତ୍ରୀ ପ୍ରାର୍ଥିନୀ ଇନ୍ଦିରା ଶବରଙ୍କ ପ୍ରାର୍ଥତ୍ପତ୍ର ନାକଚ ହୋଇଥିବା ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତିରୁ ଜଣାପଡିଥିଲା। ଏହାକୁ ନେଇ ଛାତ୍ର ରାଜନୀତିରେ ଏକ ଭିନ୍ନ ବାତାବରଣ ସୃଷ୍ଟି ହୋଇଥିଲା।

ଉପସ୍ଥାନ କମ ଦର୍ଶାଇ ବିଶ୍ୱବିଦ୍ୟାଳୟର ସ୍କୁଟିନି କମିଟି ପକ୍ଷରୁ ଏନ୍‌ଏସ୍‌ୟୁଆଇର ପାର୍ଥିପତ୍ରଙ୍କ ନାକଚ କରାଯାଇଥିବାବେଳେ ଖୋଦ ପାର୍ଥିନୀ ଅଭିପ୍ସା ଦାଶ ଏଭଳି ନିଷ୍ପତ୍ତିକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଥିଲେ। ଏହି ଅନିୟମିତତାକୁ ଚ୍ୟାଲେଞ୍ଜ କରି ସେ ସାରେ ବିଶ୍ୱ ବିଦ୍ୟାଳୟର କୁଳସଚିବଙ୍କ ପାଖରେ ଅଭିଯୋଗ କରିଥିଲେ। ତେବେ ଦିନକ ପରେ ଶନିବାର ବିଶ୍ୱବିଦ୍ୟାଳୟ ପକ୍ଷରୁ ଚୂଡାନ୍ତ ପ୍ରାର୍ଥୀ ତାଲିକାରେ ଉପରୋକ୍ତ ସମସ୍ତଙ୍କ ନାମ ପୁଣି ଥରେ ଯୋଡି ହୋଇଛି। ଏହି ଘଟଣାକୁ ନେଇ ବିଶ୍ୱବିଦ୍ୟାଳୟର ସ୍କୁଟିନି କମିଟି ଚର୍ଚ୍ଚାକୁ ଆସିଛି।

ଏ ନେଇ ବିଶ୍ୱବିଦ୍ୟାଳୟର କୁଳପତି ଡ଼. ପବନ ଅଗ୍ରୱାଲଙ୍କୁ ପଚାରିବାରୁ ନିର୍ବାଚନର ଏହା ଗୋଟିଏ ପ୍ରକ୍ରିୟା। ସ୍କୁଟିନି କମିଟି ଶୁକ୍ରବାର ସେମାନଙ୍କର ତାଲିକା ବାହାର କରିଥିଲା। ଏଥିରେ ଯେଉଁ ପ୍ରାର୍ଥୀଙ୍କର ନାମ ନ ଥିଲା ସେମାନେ ବିଶ୍ୱବିଦ୍ୟାଳୟର ଗ୍ରୀଭାନ୍ସ ସେଲରେ ଅଭିଯୋଗ କରିଥିଲେ। ପରେ ସେମାନଙ୍କ ଅଭିଯୋଗକୁ ଶୁଣି ବିଚାର କରି ଲଢ଼ିବାର ସୁଯୋଗ ଦିଆଯାଇଛି ବୋଲି କହିଥିଲେ। ପ୍ରକାଶ ଯେ, ଚଳିତବର୍ଷ ମା’ ମା’ମାଣିକେଶ୍ୱରୀ ବିଶ୍ୱ ବିଦ୍ୟାଳୟରେ ପ୍ରଥମଥର ପାଇଁ ଛାତ୍ରସଂସଦ ନିର୍ବାଚନ ହେଉଥିବାରୁ କାହା ସପକ୍ଷରେ ଛାତ୍ରୀଛାତ୍ରଙ୍କ ମତ ଯିବ ତାହା ଉପରେ ସମସ୍ତଙ୍କ ନଜର ରହିଛି। ତିନି ପ୍ରମୁଖ ଛାତ୍ର ସଂଗଠନ ଓ ସ୍ବାଧୀନ ପ୍ରାର୍ଥୀଙ୍କ ମଧ୍ୟରେ କଡ଼ା ଟକ୍କର ହେବା ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମପାଟଣା ଅଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ସରଗରମ: ସଭାପତି ପଦ ପାଇଁ ଚତୁର୍ମୁଖୀ ଲଢ଼େଇ, ୨୧ ପ୍ରାର୍ଥିପତ୍ର କାଏମ

ପାଟଣା,୧୦।୧୦ (ବୀର କିଶୋର ଦାଶ): ସ୍ୱାମପାଟଣା ସ୍ଥିତ ଅଞ୍ଚଳିକ ମହାବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷର ଛାତ୍ର ସଂସଦ ନିର୍ବାଚନ ପାଇଁ ପାରଦ ବଢ଼ିବାରେ ଲାଗିଛି। ଯାଞ୍ଚ ପରେ ମୋଟ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ମାନସିକ ଅନଗ୍ରସରଙ୍କ ଅଧିକାର: ସେମାନଙ୍କ ପାଇଁ ମୁକ୍ତ ଆଇନ ସହାୟତା

ଦିଗପହଣ୍ଡି, ୧୦|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଶନିବାର ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ଦିଗପହଣ୍ଡି…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ବିଜେଡି ସମର୍ଥିତ ଛାତ୍ରନେତାଙ୍କ ନାମାଙ୍କନ ନାକଚକୁ ନେଇ ଥାନାର ଦ୍ୱାରସ୍ଥ ହେଲା ବିଜେଡି

କେସିଙ୍ଗା, ୧୦/୧୦ (ତୁମେଶ୍ୱର ସାହୁ): ରାଜ୍ୟର ସମସ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଗତକାଲି ନାମାଙ୍କନ ପ୍ରକ୍ରିୟା ଶେଷ ହୋଇଛି। ଏହି କ୍ରମରେ କଳାହାଣ୍ଡି ଜିଲାର…

ପାଇଲଟ ସ୍ମିତ୍‌ ମଚ୍ଛର ଆକ୍ରମଣର ତଦନ୍ତ କରିବ ଏନ୍‌ଆଇଏ

ନୂଆଦିଲ୍ଲୀ, ୧୦ା୧୦ : ସେପ୍ଟେମ୍ବର ୩୦ରେ ଫ୍ଲାଇଦୁବାଇ ବିମାନର କକ୍‌ପିଟ ଭିତରେ ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛରଙ୍କୁ ହୋଇଥିବା ଆକ୍ରମଣର ତଦନ୍ତ ପାଇଁ ଜାତୀୟ ତଦନ୍ତକାରୀ…

ମୁମ୍ବାଇରେ ବଲିଉଡ ଅଭିନେତା ଇମ୍ରାନ ଖାନ୍‌ ଅଟକ

ମୁମ୍ବାଇ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ମୁମ୍ବାଇରେ ଆନ୍ଦୋଳନ ବେଳେ ଶନିବାର ବଲିଉଡ ଅଭିନେତା ଇମ୍ରାନ ଖାନ୍‌ଙ୍କୁ ପୋଲିସ ଅଟକ ରଖିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?