ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ପ୍ରବେଶ ଉପରେ ନଜର

ବ୍ରହ୍ମପୁର,୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଛାତ୍ର ସଂସଦ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଘୋଷଣା କରାଯିବା ପରେ ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟଗୁଡ଼ିକରେ ରାଜନୈତିକ ମାହୋଲ ସରଗରମ ହୋଇଉଠିଛି । ୯ ବର୍ଷ ପରେ କ୍ୟାମ୍ପସରେ ନିର୍ବାଚନ ହେବାକୁ ଯାଉଥିବାରୁ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ନାଲକୋ ଗେଟ ସମ୍ମୁଖରେ ଛାତ୍ର ସଙ୍ଗଠନ ମୁଖ୍ୟମନ୍ତ୍ରୀ, ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ସାଧୁବାଦ ଜଣାଇବା ସହ ବାଣ ଫୁଟାଇ, ମିଠା ବଣ୍ଟନ କରିଥିଲେ।

ଏ ନେଇ ପିଜି କାଉନସିଲ ଅଧ୍ୟକ୍ଷ ପ୍ରଫେସର ସୁକାନ୍ତ କୁମାର ତ୍ରିପାଠୀଙ୍କ ସହ ଯୋଗାଯୋଗ ବେଳେ ସେ କହିଛନ୍ତି, ବୁଧବାର ନିର୍ବାଚନ ବିଜ୍ଞପ୍ତି ପ୍ରକାଶ ପାଇବ । ଆସନ୍ତା ୯ ତାରିଖରେ ନାମାଙ୍କନ ଦାଖଲ, ନଥିପତ୍ର ଯାଞ୍ଚ ଓ ଯୋଗ୍ୟ ତାଲିକା ପ୍ରକାଶ ପାଇବ । ୧୦ରେ ନାମାଙ୍କନ ପ୍ରତ୍ୟାହାର ଓ ଯୋଗ୍ୟ ତାଲିକା ପ୍ରସ୍ତୁତି ହେବ । ୧୪ରେ ହ୍ବାଏ ଆଇ ଷ୍ଟାଣ୍ଡ ଫର ମିଟିଙ୍ଗ ହେବ l ୧୫ ତାରିଖ ସକାଳ ୮ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଭୋଟଦାନ ଓ ପରେ ଭୋଟ ଗଣତି ହେବ। ୧୬ରେ ବିଜେତା ପ୍ରାର୍ଥୀମାନଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମ ରହିଛି ।

ଛାତ୍ରୀଛାତ୍ରଙ୍କ ସୁରକ୍ଷା ନିମନ୍ତେ କଡ଼ାକଡ଼ି ପାଟ୍ରୋଲିଂ କରାଯିବ । କ୍ୟାମ୍ପସ ଓ ହଷ୍ଟେଲକୁ ଅଣ ଛାତ୍ର ପ୍ରବେଶ ଉପରେ ଦୃଷ୍ଟି ଦିଆଯିବ । କମିଟି ଗଠନ କରାଯାଇ କିଭଳି ଶାନ୍ତିଶୃଙ୍ଖଳା ସହିତ ନିର୍ବାଚନ ପରିଚାଳନା କରାଯିବ ସେଥିପ୍ରତି ଦୃଷ୍ଟି ଦିଆଯିବ । ନାମଲେଖା ଚାଲୁ ରହିଛି । ଭୋଟ ଦାନ ପର୍ଯ୍ୟନ୍ତ ଯେଉଁମାନେ ନାମ ଲେଖାଇଛନ୍ତି, ସେମାନେ ଭୋଟ ଦେଇପାରିବେ । ଏଥିସହ ପ୍ରତ୍ୟେକ ଛାତ୍ରୀଛାତ୍ରଙ୍କୁ ଟେମ୍ପରାରୀ ଆଇ କାର୍ଡ ପ୍ରଦାନ କରାଯିବ। ଏ ନେଇ ଅନଲାଇନ ମାଧ୍ୟମରେ କୁଳସଚିବ ଚିନ୍ମୟୀ କହଁର, ୱାଡେନ ପ୍ରଫେସର ଗଣେଶ ସେଠୀ, ସମସ୍ତ ବିଭାଗର ଶିକ୍ଷକ,ଅଣ ଶିକ୍ଷକଙ୍କୁ ନେଇ ଆଲୋଚନା କରାଯାଇଥିବା ପିଜି କାଉନସିଲ ଅଧ୍ୟକ୍ଷ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…

ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

୩ ରାଶି ଉପରେ ରହିବ ରାହୁ-କେତୁଙ୍କ କୃପା: ଘର, ଗାଡ଼ିଠାରୁ ଚାକିରି ଯାଏ ସବୁ ସ୍ୱପ୍ନ ହେବ ପୂରଣ!

ଜ୍ୟୋତିଷ ଶାସ୍ତ୍ରରେ ରାହୁ ଏବଂ କେତୁଙ୍କୁ ଛାୟା ଗ୍ରହ ସହିତ ଅତ୍ୟନ୍ତ ପ୍ରଭାବଶାଳୀ ଗ୍ରହ ଭାବେ ବିବେଚନା କରାଯାଏ। ଏହି ଦୁଇ ଗ୍ରହଙ୍କ ପ୍ରଭାବ ବ୍ୟକ୍ତିଙ୍କ ଜୀବନରେ…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?