Posted inଭଦ୍ରକ

ନାମଲେଖା ବାତିଲ ପ୍ରତିବାଦରେ ଛାତ୍ର ଅଶାନ୍ତି

ଭଦ୍ରକ ଅଫିସ,୨୪।୨: ନକଲି ଦିବ୍ୟାଙ୍ଗ ସାର୍ଟିଫିକେଟ ଦାଖଲ କରି ଭଦ୍ରକ ସ୍ବୟଂଶାସିତ ମହାବିଦ୍ୟାଳୟରେ ନାମ ଲେଖାଇଥିବା ୨୮ଜଣ ଛାତ୍ରୀଛାତ୍ର ଚିହ୍ନଟ ହୋଇଛନ୍ତି। ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏହା ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ୨୮ ଛାତ୍ରୀଛାତ୍ରଙ୍କ ନାମଲେଖା ବାତିଲ କରାଯାଇଛି। ଏହାର ପ୍ରତିବାଦରେ ବୁଧବାର କଲେଜରେ ଛାତ୍ର ଅଶାନ୍ତି ଦେଖାଦେଇଛି। ଟାୟାର ଜାଳି ମୁଖ୍ୟ ଫାଟକରେ ତାଲା ପକାଇ ଉତ୍ତ୍ୟକ୍ତ ଛାତ୍ରୀଛାତ୍ର ହୋହଲ୍ଲା କରିଥିଲେ। ଭଦ୍ରକ ଟାଉନ ଥାନା ପୋଲିସ ପହଞ୍ଚି ଉତ୍ତ୍ୟକ୍ତ ଛାତ୍ରୀଛାତ୍ରଙ୍କ ସହ ଆଲୋଚନା କରିବା ପରେ ଆନ୍ଦୋଳନ ପ୍ରଶମିତ ହୋଇଥିଲା। କଲେଜ କ୍ୟାମ୍ପସ ପରିସର ଷ୍ଟ୍ରଙ୍ଗରୁମ୍‌ରେ ଭଦ୍ରକ ବ୍ଲକର ଭୋଟବାକ୍ସଗୁଡ଼ିକ ରହିଥିବାରୁ ପୋଲିସ ଘଟଣାକୁ ଗୁରୁତ୍ୱ ଦେଇ ଛାତ୍ରୀଛାତ୍ରଙ୍କ ସହ ଆଲୋଚନା ମାଧ୍ୟମରେ ସ୍ଥିତିକୁ ନିୟନ୍ତ୍ରଣ କରିଥିଲା।
ସୂଚନାଯୋଗ୍ୟ, ଆର୍‌ଟିଆଇ ସୂଚନା ଆଧାର ମାଧ୍ୟମରେ କେତେଜଣ ଛାତ୍ରୀଛାତ୍ର ନକଲି ଦିବ୍ୟାଙ୍ଗ ପ୍ରମାଣପତ୍ର ଦେଇ ଏହି କଲେଜରେ ନାମ ଲେଖାଇ ପାଠ ପଢ଼ୁଥିବା ଘଟଣା ପଦାକୁ ଆସିଥିଲା। ଏହି ଘଟଣାକୁ ନେଇ କଲେଜର ଅନ୍ୟ ଛାତ୍ରୀଛାତ୍ର ଏବଂ ଛାତ୍ର କଂଗ୍ରେସ ପକ୍ଷରୁ ଆନ୍ଦୋଳନ ସହ ନିରପେକ୍ଷ ତଦନ୍ତ ଦାବି କରାଯାଇଥିଲା। ଏନେଇ ଅଭିଯୋଗ ପରେ ବିଭାଗ ପକ୍ଷରୁ ଏକ ସ୍ବତନ୍ତ୍ର ଟିମ୍‌ ଘଟଣାର ତଦନ୍ତ କରିଥିଲା। ୨୦୧୯-୨୦ ଶିକ୍ଷାବର୍ଷରେ ନାମ ଲେଖାଇଥିବା କଳା ବିଭାଗର ୨ ଛାତ୍ର, ୨୦୨୦-୨୧ରେ କଳା ଓ ବିଜ୍ଞାନ ବିଭାଗର ୯ ଏବଂ ଚଳିତ ଶିକ୍ଷାବର୍ଷରେ କଳା, ବିଜ୍ଞାନ ଓ ବାଣିଜ୍ୟ ବିଭାଗର ୧୭ ଛାତ୍ରୀଛାତ୍ରଙ୍କ ନାମଲେଖା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବାତିଲ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପୁନରୁଦ୍ଧାର ଅପେକ୍ଷାରେ କୁଣ୍ଡିନଈ

ତିହିଡ଼ି,୨୧।୪(ସଞ୍ଜିତ ବଳ)ଦିନ ଥିଲା କୁଣ୍ଡିନଈ ପାଇଁ ୯ ପଞ୍ଚାୟତ ଶସ୍ୟଶ୍ୟାମଳା ହେଉଥିଲା। ପାର୍ଶ୍ୱବର୍ତ୍ତୀ ଗଁାର ଲୋକଙ୍କ ଜୀବନ ଜୀବିକା ସହ ଯୋଡ଼ି ହୋଇଥିଲା ଏହି ନଦୀ।...

ଭଣ୍ଡାରିପୋଖରୀରେ ନୂଆ-ପୁରୁଣା

ବନ୍ତ,୧୭।୪ (ହରିନାରାୟଣ ମହାନ୍ତି):ସାଧାରଣ ନିର୍ବାଚନରେ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରରେ ଏଥର ହେବ ନୂଆ-ପୁରୁଣା ଲଢ଼େଇ। ବିଜେଡି ପକ୍ଷରୁ ଭଦ୍ରକ ବିଧାୟକ ସଞ୍ଜୀବ କୁମାର...

ଭଦ୍ରକ ଲୋକ ସଭା କ୍ଷେତ୍ର: ରଣାଙ୍ଗନରେ ଅନନ୍ତ, ଅଭିମନ୍ୟୁ, ମଞ୍ଜୁଲତା

ଭଦ୍ରକ,୧୫ା୪(ସନାତନ ରାଉତ): ଭଦ୍ରକ ଲୋକ ସଭା ଆସନରେ ଭାଜପା ଓ ବିଜେଡି ପୁରୁଣା ପ୍ରାର୍ଥୀଙ୍କୁ ଦୋହରାଇଥିବା ବେଳେ କଂଗ୍ରେସ ଶନିବାର ପୂର୍ବତନ ଏମ୍‌ପି ଅନନ୍ତ ପ୍ରସାଦ...

ଡିଭାଇଡର୍‌ ଉପରେ ଚଢ଼ିଗଲା କାର୍‌, ଚାଲିଗଲା ବାପ-ଝିଅଙ୍କ ଜୀବନ, ୩ ଗୁରୁତର

ଭଦ୍ରକ,୧୪ା୪(ସନାତନ ରାଉତ): ପୁରୀରୁ ଖଡ଼ଗପୁର ଆସୁଥିବା ଏକ କାର୍‌ ରବିବାର ଭାରସାମ୍ୟ ହରାଇ ଡିଭାଇଡର ଉପରେ ଚଢ଼ି ଯିବାରୁ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ...

ବ୍ରିଜ୍‌ରୁ ଖସିଲା କଦଳୀ ବୋଝେଇ ଟ୍ରକ୍‌

ଭଦ୍ରକ,୧୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ଗେଲପୁର ଓଭର ବ୍ରିଜରୁ ତଳକୁ ଶୁକ୍ରବାର ଖସି ପଡ଼ିଛି କଦଳୀ ବୋଝେଇ ଟ୍ରକ୍‌। ଟ୍ରକର ଆଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri