ଫି’ ବୃଦ୍ଧିକୁ ନେଇ ଛାତ୍ର ଅଶାନ୍ତି

ଉଦଳା,୪ ।୨(ଡି.ଏନ.ଏ.) ବର୍ଦ୍ଧିତ ଫି’କୁ ନେଇ ମୟୂରଭଞ୍ଜ ଜିଲା ଉଦଳା କଲେଜରେ ଛାତ୍ର ଅଶାନ୍ତି ଦେଖାଦେଇଛି। ଏନେଇ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀଛାତ୍ରମାନେ କଲେଜ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ଉପଜିଲାପାଳଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି। ଅନୁଯାୟୀ, ଯୁକ୍ତ ତିନି ଶେଷ ବର୍ଷ ଛାତ୍ରୀଛାତ୍ରମାନଙ୍କ ପଞ୍ଚମ ସେମିଷ୍ଟର ନିମନ୍ତେ ଫର୍ମ ଫିଲ୍‌ଅପ୍‌ ହେବାରେ ଥିଲା। ମହାବିଦ୍ୟାଳୟ ପକ୍ଷରୁ ଏନେଇ ନିର୍ଦ୍ଦିଷ୍ଟ ଅର୍ଥରାଶି ଧାର୍ଯ୍ୟ କରାଯାଇଥିଲା। ଏଥିରେ କଲେଜ ଡେଭଲପ୍‌୍‌ମେଣ୍ଟ ଫି’ ସାମିଲ କରାଯାଇଥିତ୍ବାରୁ ଛାତ୍ରୀଛାତ୍ର ଏହାକୁ ବିରୋଧ କରିଥିଲେ। ଚତୁର୍ଥ ସେମିଷ୍ଟରରେ କମ୍‌ ଟଙ୍କା ଧାର୍ଯ୍ୟ ହୋଇଥିବା ବେଳେ ପଞ୍ଚମ ସେମିଷ୍ଟରରେ ଅଧିକ ଫି’ ଦେବାକୁ ପଡ଼ୁ ଥିବାରୁ ଛାତ୍ରୀଛାତ୍ର ଅଧ୍ୟକ୍ଷଙ୍କୁ ଜଣାଇଥିଲେ ସୁଦ୍ଧା କୌଣସି ସୁଫଳ ମିଳି ପାରି ନ ଥିଲା। ଯାହାକୁ ନେଇ ଛାତ୍ରୀଛାତ୍ରମାନେ ସୋମବାର କଲେଜ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ଧାରଣା ଦେଇଥିଲେ। ପରେ ସେମାନେ କଲେଜ ପାଖରୁ ଚାଲି ଚାଲି ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ଦାବିପତ୍ର ପ୍ରଦାନ କରିଥିଲେ। ତୁରନ୍ତ ପଦକ୍ଷେପ ଗ୍ରହଣ କରା ନ ଗଲେ ଆନ୍ଦୋଳନ ତୀବ୍ର ହେବ ବୋଲି ଛାତ୍ର ହୃଷିକେଶ ନାଏକ, ବିଶ୍ୱଜିତ୍‌ ଦାସମହାପାତ୍ର, ରଶ୍ମୀରଞ୍ଜନ ମହାନ୍ତି, ସ୍ବାଧୀନ ନାଏକ, ସନ୍ଧ୍ୟା ମହାପାତ୍ରଙ୍କ ସମେତ ସମସ୍ତ ଛାତ୍ରଛାତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

OSRTC ବସ୍‌ ଦୁର୍ଘଟଣା: ୨୯ ଯାତ୍ରୀଙ୍କ ମଧ୍ୟରୁ…

କୋରାପୁଟ/ପଟ୍ଟାଙ୍ଗି,୧୫ା୨(ଅମିତାଭ ବେହେରା/ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ସାଲୁର୍‌ ବାଇପାସ ରାସ୍ତାରେ ଶନିବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଓଡ଼ିଶା…

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri