ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟରେ ଛାତ୍ର ଅଶାନ୍ତି

କୁଆଁରମୁଣ୍ଡା,୨୬।୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡାସ୍ଥିତ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟରେ ଛାତ୍ର ଅଶାନ୍ତି ଜୋର ଧରିଛି । ମଙ୍ଗଳବାର ସକାଳୁ ଛାତ୍ରୀଛାତ୍ରମାନେ ଶ୍ରେଣୀ ଗୃହ ବର୍ଜନ କରି ବିଦ୍ୟାଳୟ ସମ୍ମୁଖରେ ପ୍ରିନ୍ସିପାଲଙ୍କ ମନୋମୁଖୀ କାର୍ଯ୍ୟକଳାପକୁ ବିରୋଧ କରିଛନ୍ତି। ଏପରିକି ଛାତ୍ରୀଛାତ୍ରଙ୍କୁ ଦୁବ୍ୟବହାର କରାଯାଉଥିବା ଅଭିଯୋଗ କରି ଛାତ୍ରୀଛାତ୍ରମାନେ ସ୍କୁଲ ପଡିଆରେ ଧାରଣାରେ ବସିଛନ୍ତି। ଏପରି କି ପ୍ରିନ୍ସିପାଲଙ୍କୁ ତୁରନ୍ତ ବହିଷ୍କାର କରିବାକୁ ଛାତ୍ରୀଛାତ୍ରମାନେ ଦାବି କରିଛନ୍ତି। ହେଲେ ଦୀର୍ଘ ସମୟ ଧରି ଖରାରେ ପିଲାମାନେ ଧାରଣାରେ ବସିଥିବା ବେଳେ ଡିଡବ୍ଲ୍ୟୁଓ ଘଟଣାସ୍ଥଳରେ ପହଞ୍ଚି ନ ଥିବା ବେଳେ କୁଆଁରମୁଣ୍ଡା ବ୍ଲକ ଡବ୍ଲ୍ୟୁଇଓ ଅଭିଜିତ୍‌ ପ୍ରଧାନ ଏବଂ କୁଆଁରମୁଣ୍ଡା ତହସିଲଦାର ଘଟଣାସ୍ଥଳରେ ପହଞ୍ଚି ଛାତ୍ରୀଛାତ୍ରଙ୍କୁ ବୁଝାଶୁଝା କରିଥିଲେ। ହେଲେ ଛାତ୍ରୀଛାତ୍ରମାନେ ନିଜ ଜିଦ୍‌ରେ ଅଟଳ ରହିଛନ୍ତି । କିଛି କାରଣ ନ ଥାଇ ପ୍ରିନ୍ସିପାଲ ଛାତ୍ରୀଛାତ୍ରମାନଙ୍କୁ ଗାଳିଗୁଲଜ କରୁଥିବା ନେଇ ଯୁକ୍ତ ୨ର କେତେକ ଛାତ୍ରୀଛାତ୍ର ଅଭିଯୋଗ କରିଛନ୍ତି । ଏପରିକି ପ୍ରିନ୍ସିପାଲ କେତେକ ଛାତ୍ରଙ୍କୁ ଗୋଇଠାରେ ମାଡ଼ ମାରୁଥିବା ଏକ ଭିଡିଓ ମଧ୍ୟ ଭାଇରାଲ ହେବାରେ ଲାଗିଛି । ଏନେଇ ଭାରପ୍ରାପ୍ତ ପ୍ରିନ୍ସିପାଲ ଜ୍ଞାନରଞ୍ଜନ ତ୍ରିପାଠୀଙ୍କୁ ପଚାରିବାରୁ ଘଟଣାକୁ ସେ ଖଣ୍ଡନ କରିଛନ୍ତି । ଅନ୍ୟପକ୍ଷେ ୩ଦିନ ହେଲା ପ୍ରିନ୍ସିପାଲ ପୁରୀ ଯାଇଥିବା ବେଳେ ମଙ୍ଗଳବାର ବିଦ୍ୟାଳୟକୁ ଫେରିବା ବାଟରେ ଦୁର୍ଘଟଣାର ଶିକାର ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଅନ୍ୟପକ୍ଷେ ପାନପୋଷ ଉପଜିଲାପାଳ ଦୌଲତଚନ୍ଦ୍ର ଚନ୍ଦ୍ରକାର ଏବଂ କୁଆଁରମୁଣ୍ଡା ଜିଲା ପରିଷଦ ସଭ୍ୟ ରାଜେନ୍ଦ୍ର କୁଜୁରୁ , ସରପଞ୍ଚ ରାଜେଶ ହାଁସଦା ପ୍ରମୁଖ ପହଞ୍ଚି ପିଲାଙ୍କୁ ବୁଝାଶୁଝା କରି କ୍ଲାସ ରୁମ୍‌କୁ ନେଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁଶୁଡିଯିବ ବୈତରଣୀ ସେତୁ

ରାମଚନ୍ଦ୍ରପୁର,୨୦।୪(ଗଣେଶ୍ୱର ସା)କେନ୍ଦୁଝର ଜିଲା ଘସିପୁରା ବ୍ଲକ୍‌ ଅନ୍ତର୍ଗତ ବାତୋଠା ଆମ୍ବୋକୁ ସଂଯୋଗୀକରଣ ହେଉଥିବା ବୈତରଣୀ ନଦୀର ସେତୁ ନିକଟରୁ ବେଧଡ଼କ ବାଲି ଚୋରାଚାଲାଣ ହେଉଛି। ସେହିପରି...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

ଖରାରେ ଖଟୁଛନ୍ତି ଶ୍ରମିକ

ବାରିପଦା,୨୦ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ପ୍ରଚଣ୍ଡ ରୌଦ୍ରତାପକୁ ନେଇ ନିଦ୍ଦିଷ୍ଟ ସମୟ ମଧ୍ୟରେ ଶ୍ରମିକମାନେ କାର୍ଯ୍ୟ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଥିବା ବେଳେ ମୟୂରଭଞ୍ଜ ଜିଲାରରେ...

ଗଞ୍ଜାମ ଜିଲାରେ ମହିଳାଙ୍କୁ ପ୍ରାର୍ଥୀ କରିନି ଭାଜପା

ବ୍ରହ୍ମପୁର,୨୦ା୪(ନରସିଂହ ସାହୁ)ମହିଳା ଭୋଟରଙ୍କୁ ନଜରରେ ରଖି ଭାଜପାର ନିର୍ବାଚନୀ ଇସ୍ତାହାରରେ ନାରୀ ଶକ୍ତି ବନ୍ଧନକୁ ଗୁରୁତ୍ୱ ଦିଆଯାଇଛି। ତେବେ ଗଞ୍ଜାମ ଜିଲାର ୧୩ ବିଧାନସଭା ନିର୍ବାଚନ...

ବଢ଼ୁଛି ଖରା, ପିଇବାକୁ ପାଣି ନାହିଁ

କେନ୍ଦ୍ରାପଡ଼ା, ୨୦ା୪ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାରେ ଉତ୍ତାପ ୪୨ ଡିଗ୍ରୀ ଉପରେ ଅଛି। ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମ୍‌ରେ ଥିବା ୭ ନଦୀ ଶୁଖିଲା...

ଖଣି ବିଭାଗର ଡ୍ରୋନ୍‌ କ୍ୟାମେରାରେ ମାପଚୁପ

ଯାଜପୁର,୨୦।୪ (ହର୍ଷବର୍ଦ୍ଧନ ବେହେରା)ଦ୍ରୁତ ଶିଳ୍ପାୟନ ରାଜ୍ୟର ଆର୍ଥିକ ଅଭିବୃଦ୍ଧି ସହ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ରାଜ୍ୟ ସରକାର ଦାବି କରୁଛନ୍ତି।...

ଛାତ୍ରୀଛାତ୍ରଙ୍କ ଦୁର୍ଦ୍ଦଶାର ହେଉନି ଅନ୍ତ

ଡେରାବିଶ, ୨୦ା୪ (ବେବର୍ତ୍ତା ଅଜୟ ଦାସ)କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ କୁରୁଜଙ୍ଗାଠାରେ ୨୦୨୨ରେ ଖୋଲାଯାଇଥିବା ଆଦର୍ଶ ବିଦ୍ୟାଳୟ ଏବେ ବି ସମସ୍ୟା ଘେରରେ। ଏହି...

୬ ମାସ ହେବ ପାନୀୟ ଜଳ ପ୍ରକଳ୍ପ ଅଚଳ

ନାଉଗାଁ ,୨୦ା୪(ସୁଧା ବେହୁରା)ଗ୍ରୀଷ୍ମ ପ୍ରବାହ ଦିନକୁ ଦିନ ବୃଦ୍ଧି ପାଇ ଚାଲିଥିବାବେଳେ ସକାଳ ୯ଟା ପରେ ଘରୁ ବାହାରିବା କଷ୍ଟସାଧ୍ୟ ହୋଇପଡୁଛି। ଏନେଇ ପାନୀୟ ଜଳର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri