ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟରେ ଛାତ୍ର ଅଶାନ୍ତି

କୁଆଁରମୁଣ୍ଡା,୨୬।୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡାସ୍ଥିତ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟରେ ଛାତ୍ର ଅଶାନ୍ତି ଜୋର ଧରିଛି । ମଙ୍ଗଳବାର ସକାଳୁ ଛାତ୍ରୀଛାତ୍ରମାନେ ଶ୍ରେଣୀ ଗୃହ ବର୍ଜନ କରି ବିଦ୍ୟାଳୟ ସମ୍ମୁଖରେ ପ୍ରିନ୍ସିପାଲଙ୍କ ମନୋମୁଖୀ କାର୍ଯ୍ୟକଳାପକୁ ବିରୋଧ କରିଛନ୍ତି। ଏପରିକି ଛାତ୍ରୀଛାତ୍ରଙ୍କୁ ଦୁବ୍ୟବହାର କରାଯାଉଥିବା ଅଭିଯୋଗ କରି ଛାତ୍ରୀଛାତ୍ରମାନେ ସ୍କୁଲ ପଡିଆରେ ଧାରଣାରେ ବସିଛନ୍ତି। ଏପରି କି ପ୍ରିନ୍ସିପାଲଙ୍କୁ ତୁରନ୍ତ ବହିଷ୍କାର କରିବାକୁ ଛାତ୍ରୀଛାତ୍ରମାନେ ଦାବି କରିଛନ୍ତି। ହେଲେ ଦୀର୍ଘ ସମୟ ଧରି ଖରାରେ ପିଲାମାନେ ଧାରଣାରେ ବସିଥିବା ବେଳେ ଡିଡବ୍ଲ୍ୟୁଓ ଘଟଣାସ୍ଥଳରେ ପହଞ୍ଚି ନ ଥିବା ବେଳେ କୁଆଁରମୁଣ୍ଡା ବ୍ଲକ ଡବ୍ଲ୍ୟୁଇଓ ଅଭିଜିତ୍‌ ପ୍ରଧାନ ଏବଂ କୁଆଁରମୁଣ୍ଡା ତହସିଲଦାର ଘଟଣାସ୍ଥଳରେ ପହଞ୍ଚି ଛାତ୍ରୀଛାତ୍ରଙ୍କୁ ବୁଝାଶୁଝା କରିଥିଲେ। ହେଲେ ଛାତ୍ରୀଛାତ୍ରମାନେ ନିଜ ଜିଦ୍‌ରେ ଅଟଳ ରହିଛନ୍ତି । କିଛି କାରଣ ନ ଥାଇ ପ୍ରିନ୍ସିପାଲ ଛାତ୍ରୀଛାତ୍ରମାନଙ୍କୁ ଗାଳିଗୁଲଜ କରୁଥିବା ନେଇ ଯୁକ୍ତ ୨ର କେତେକ ଛାତ୍ରୀଛାତ୍ର ଅଭିଯୋଗ କରିଛନ୍ତି । ଏପରିକି ପ୍ରିନ୍ସିପାଲ କେତେକ ଛାତ୍ରଙ୍କୁ ଗୋଇଠାରେ ମାଡ଼ ମାରୁଥିବା ଏକ ଭିଡିଓ ମଧ୍ୟ ଭାଇରାଲ ହେବାରେ ଲାଗିଛି । ଏନେଇ ଭାରପ୍ରାପ୍ତ ପ୍ରିନ୍ସିପାଲ ଜ୍ଞାନରଞ୍ଜନ ତ୍ରିପାଠୀଙ୍କୁ ପଚାରିବାରୁ ଘଟଣାକୁ ସେ ଖଣ୍ଡନ କରିଛନ୍ତି । ଅନ୍ୟପକ୍ଷେ ୩ଦିନ ହେଲା ପ୍ରିନ୍ସିପାଲ ପୁରୀ ଯାଇଥିବା ବେଳେ ମଙ୍ଗଳବାର ବିଦ୍ୟାଳୟକୁ ଫେରିବା ବାଟରେ ଦୁର୍ଘଟଣାର ଶିକାର ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଅନ୍ୟପକ୍ଷେ ପାନପୋଷ ଉପଜିଲାପାଳ ଦୌଲତଚନ୍ଦ୍ର ଚନ୍ଦ୍ରକାର ଏବଂ କୁଆଁରମୁଣ୍ଡା ଜିଲା ପରିଷଦ ସଭ୍ୟ ରାଜେନ୍ଦ୍ର କୁଜୁରୁ , ସରପଞ୍ଚ ରାଜେଶ ହାଁସଦା ପ୍ରମୁଖ ପହଞ୍ଚି ପିଲାଙ୍କୁ ବୁଝାଶୁଝା କରି କ୍ଲାସ ରୁମ୍‌କୁ ନେଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ମହିଳାଙ୍କୁ ବାନ୍ଧି ଘରୁ ସୁନାଗହଣା ଲୁଟ

ଚାନ୍ଦବାଲି,୧୫/୮(ମାନସ ବିଶ୍ୱାଳ/ରତିକାନ୍ତ ବାରିକ): ଚାନ୍ଦବାଲି ଥାନା ପାଞ୍ଚପଡା ଗ୍ରାମରେ ଶନିବାର ସକାଳୁ ଲୁଟ ହୋଇଥିବା ଥାନାରେ ଅଭିଯୋଗ ହୋଇଛି |କାଳୀମନ୍ଦିର ନିକଟସ୍ଥ ପ୍ରମୋଦ ତ୍ରିପାଠୀଙ୍କ ଘରେ ସକାଳେ…

ପରିତ୍ୟକ୍ତ ଖାଦାନରେ ବୁଡ଼ି ଯୁବକ ନିଖୋଜ

ରାଉରକେଲା, ୧୫/୮ (ସଙ୍ଗୀତା ଜେନା): ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ପରିତ୍ୟକ୍ତ ଖାଦାନରେ ବୁଡ଼ି ଜଣେ ଯୁବକ ଶନିବାର ସକାଳେ ନିଖୋଜ ହୋଇଯାଇଥିବା…

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ: ଆତ୍ମନିର୍ଭର, ସଶକ୍ତ ଓ ବିକଶିତ ଭାରତ ଗଢ଼ିବା ଆହ୍ବାନ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଶନିବାର ଜିଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଜାତୀୟ ପତାକା…

କଳାହାଣ୍ଡିରେ ବିଦେଶୀ ଖବରଦାତା ଲୁଇସ୍ ଲାଫ୍ରାନ୍ସ

ଭବାନୀପାଟଣା, ୧୫।୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ସ୍ପେନର ବରିଷ୍ଠ ଖବରଦାତା, ଗବେଷକ ତଥା ବ୍ଲଗର ଲୁଇସ୍ ଲାଫ୍ରାନ୍ସ ପରିଦର୍ଶନରେ ଆସିଛନ୍ତି। ଏହି ଗସ୍ତ ସମୟରେ…

ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ କଲେ ପତାକା ଉତ୍ତୋଳନ

ଭବାନୀପାଟଣା, ୧୫/୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ରେ ୮୦ତମ ସ୍ୱାଧୀନତା ଦିବସ ଉତ୍ସାହ ଓ ଗରିମାର ସହ ପାଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri