ଅନ୍‌ଲାଇନ ପାଠପଢ଼ା ପାଇଁ ଛାତ୍ରୀ ଛାହୁଁଥିଲେ ସ୍ମାର୍ଟଫୋନ: ଏହି ଅଭିନେତ୍ରୀ ପଠାଇଲେ iPhone

ବେଙ୍ଗାଲୁରୁ,୩୧।୭: ବଲିଉଡ୍‌ ଅଭିନେତ୍ରୀ ତାପସୀ ପନ୍ନୁଙ୍କୁ କିଏ ବା ନ ଜାଣେ। ତାଙ୍କର ସୌନ୍ଦର୍ଯ୍ୟ ଓ ଚତ୍ମକାରି ଅଭିନୟ ସବୁ ପ୍ରଶଂସକଙ୍କୁ ଏକ ସୂତ୍ରରେ ବାନ୍ଧି ରଖିଛି। ସୋସିଆଲ ମିଡ଼ିଆରେ ସବୁବେଳେ ଆକ୍ଟିଭ ରହୁଥିବା ତାପସୀ ବିଭିନ୍ନ କାରଣ ପାଇଁ ଚର୍ଚ୍ଚାରେ ରହିଥାନ୍ତି। ହେଲେ ଏବେ ନିଜର ବାଦ୍ୟନତା ଯୋଗୁ ସେ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ଜଣେ ପ୍ରତିଭାବାନ ଛାତ୍ରୀଙ୍କୁ ସ୍ମାର୍ଟଫୋନର ଆବଶ୍ୟକତା ଥିବା ବେଳେ ତାପସୀ ତାଙ୍କୁ ଏକ iPhone ଉପହାର ଦେଇଥିବା ଜଣାପଡ଼ିଛି। ତାପସୀଙ୍କ ଏହି କାର୍ଯ୍ୟକୁ ସବୁ ମହଲରେ ବେଶ୍‌ ପ୍ରଶଂସା କରାଯାଉଛି। ସୂଚନାଯୋଗ୍ୟ, କରୋନା ମହାମାରୀ ଯୋଗୁ ସମସ୍ତ ସ୍କୁଲ, କଲେଜ ଓ ଶିକ୍ଷାନୁଷ୍ଠାନ ବନ୍ଦ ରହିଥିବାରୁ ଅନ୍‌ଲାଇନରେ ପାଠପଢ଼ା ଚାଲିଛି। ଇତିମଧ୍ୟରେ ଉତ୍ତର କର୍ନାଟକର ଗଡ଼ଗରେ ରହୁଥିବା ଜଣେ ଗରିବ ବାପାଙ୍କ ପ୍ରତିଭାବାନ ଝିଅଙ୍କୁ ଅନ୍‌ଲାଇନ ପାଠପଢ଼ା ପାଇଁ ଏକ ସ୍ମାର୍ଟଫୋନର ଆବଶ୍ୟକତା ରହିଥିଲା। ଆର୍ଥିକ ଅବସ୍ଥା ସ୍ବଚ୍ଛଳ ନ ଥିବାରୁ ଫୋନ କିଣିବା ତାଙ୍କ ପାଇଁ ଅସମ୍ଭବ ଥିଲା। ତେଣୁ ଏଥିପାଇଁ ସେ ସମସ୍ତଙ୍କୁ ଗୁହାରୀ ମଧ୍ୟ କରିଥିଲେ। ଏହି ଘଟଣା ସର୍ବସମ୍ମୁଖକୁ ଆସିବା ପରେ କେତେକ ଲୋକ ତାଙ୍କୁ ସାହାଯ୍ୟ କରିବାକୁ ଆଗେଇ ଆସିଥିଲେ। କିନ୍ତୁ ଅଭିନେତ୍ରୀ ତାପସୀ ଏନେଇ ଜାଣିବା ପରେ ଉକ୍ତ ଛାତ୍ରୀଙ୍କୁ ଶୁକ୍ରବାର ଏକ iPhone ଉପହାର ଦେଇଛନ୍ତି। ଯାହାକୁ ଦେଖି ଉକ୍ତ ଛାତ୍ରୀ ଜଣଙ୍କ ବେଶ୍‌ ଖୁସି ହୋଇଯାଇଛନ୍ତି। ଫୋନ ପାଇଁ ସେ ତାପସୀଙ୍କୁ ଧନ୍ୟବାଦ ଜଣାଇବା ସହ କହିଛନ୍ତି, କଠିନ ପରିଶ୍ରମ କରି ମେଡିକାଲ ପ୍ରବେଶ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବି ଏବଂ ଆପଣଙ୍କୁ ଗୌରାବିନିତ୍ୱ କରିବି।


Enter your email to get our daily news in your inbox.

All Right Reserved By Dharitri.Com

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

ହାସ୍ୟ ଅଭିନେତା ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି, ଜାମିନ ପାଇଁ ଦେବାକୁ ପଡ଼ିଲା ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୧୬।୨: ଚେକ-ବାଉନ୍ସ ମାମଲାରେ ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କୁ ସୋମବାର ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ଜାମିନ ଆବେଦନର ଶୁଣାଣି…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

କାଲି CBSE ଦଶମ-ଦ୍ବାଦଶ ପରୀକ୍ଷା, ସକାଳ ୧୦ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSEର ନିର୍ଦ୍ଦେଶ

ଭୁବନେଶ୍ବର,୧୬ା୨: ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ, ଦ୍ବାଦଶ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ଏଥର ଦେବେ ଦଶମ ଓ ଦ୍ବାଦଶ…

ଲୋ ବ୍ଲଡପ୍ରେସର ସମସ୍ୟା ଅଛି କି ? ଏଥିରୁ ମୁକୁଳିବା ପାଇଁ ପିଅନ୍ତୁ…

ମିଶ୍ରିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଏବଂ ଆମିନୋ ଏସିଡ ରହିଛି। ଯଦି ଆପଣଙ୍କର ଲଗାତର କାଶ ହେଉଛି…

Video: ହ୍ୟାଣ୍ଡସେକ୍‌ ବିବାଦ ମଧ୍ୟରେ, ୱାସିମ ଆକ୍ରମଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୬।୨: ରବିବାର T20 World Cup 2026 ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ହାଇ-ଭୋଲଟେଜ ମ୍ୟାଚ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏକତରଫା ଭାବରେ ୬୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri