ଛାତ୍ରୀଙ୍କୁ ସଂସ୍କୃତ ଶିକ୍ଷକଙ୍କ ମାଡ଼, ଅସଦାଚରଣ ଅଭିଯୋଗ, ଥାନାରେ ପହଞ୍ଚିଲା ମାମଲା

ଦେବଗଡ଼,୨୩ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ତଥା ବାରକୋଟ ବ୍ଲକ ଅନ୍ତର୍ଗତ ଏକ ନିର୍ଦ୍ଦିଷ୍ଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ଛାତ୍ରୀଙ୍କୁ ସମ୍ପୃକ୍ତ ବିଦ୍ୟାଳୟର ସଂସ୍କୃତ ଶିକ୍ଷକ ମାଡ଼ ମାରିବା ସହ ଅସଦାଚରଣ ପ୍ରଦର୍ଶନ କରିଥିବା ଅଭିଯୋଗ ହୋଇଛି । ଏନେଇ ଗୁରୁବାର ସନ୍ଧ୍ୟାରେ ପୀଡ଼ିତା ଛାତ୍ରୀଙ୍କ ପିତା ଦେବଗଡ଼ ଆଦର୍ଶ ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ଅଭିଯୁକ୍ତ ସଂସ୍କୃତ ଶିକ୍ଷକ ଗିରିଧାରୀ ଦ୍ୱିବେଦୀଙ୍କ ବିରୋଧରେ ବିଭିନ୍ନ ଦଫାରେ ଏକ ମାମଲା ରୁଜୁ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି। ସେହିପରି ବିଦ୍ୟାଳୟର ପ୍ରଧାନଶିକ୍ଷକ ଏନେଇ ଜିଲାପାଳ ଓ ଜିଲା ଶିକ୍ଷା ଅଧିକାରୀଙ୍କୁ ଲିଖିତ ଭାବେ ସୂଚନା ଦେଇଥିବା ଜଣାପଡିଛି ।
ମିଳିଥିବା ସୂଚନାନୁଯାୟୀ, ସଂସ୍କୃତ ଶିକ୍ଷକ ଶ୍ରୀ ଦ୍ୱିବେଦୀ ଗତ ୨୦ ତାରିଖରେ ସମ୍ପୃକ୍ତ ଛାତ୍ରୀଙ୍କୁ ଶ୍ରେଣୀ କୋଠରି ମଧ୍ୟରେ ସାଥୀ ବିଦ୍ୟାର୍ଥୀମାନଙ୍କ ସମ୍ମୁଖରେ ମାଡ଼ ମାରିବା ସହ ଉଦ୍ଦେଶ୍ୟମୂଳକ ଭାବେ ତାଙ୍କୁ ଚିମୁଟି ଅସଦାଚରଣ କରିଥିଲେ। ଏନେଇ ଛାତ୍ରୀ ଜଣକ ନିଜର ପରିବାର ଲୋକଙ୍କୁ ଜଣାଇବା ପରେ ପରିବାର ଲୋକେ ଏନେଇ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ। ଏକଥା ପ୍ରଘଟ ହେବା ପରେ ସମ୍ପୃକ୍ତ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ଉତ୍ତେଜନା ପ୍ରକାଶ ପ୍ରକାଶ ପାଇଥିଲା ଓ ସେମାନେ ବିଦ୍ୟାଳୟକୁ ଆସି ସମ୍ପୃକ୍ତ ସଂସ୍କୃତ ଶିକ୍ଷକଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ କରିଥିଲେ। ଏହାପରେ ବିଦ୍ୟାଳୟ ପରିଚାଳନା ସମିତି ସଦସ୍ୟା/ସଦସ୍ୟ, ଅଭିଭାବକ ଓ ଗ୍ରାମବାସୀଙ୍କୁ ନେଇ ପ୍ରଧାନଶିକ୍ଷକଙ୍କ ସଭାପତିତ୍ୱରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଶିକ୍ଷକ ଦ୍ୱିବେଦୀ ଉପସ୍ଥିତ ରହି କ୍ଷମା ପ୍ରାର୍ଥନା କରବା ସହ କଥାକୁ ଆଗକୁ ନ ବଢ଼ାଇବା ପାଇଁ ନିବେଦନ କରିଥିଲେ। ମାତ୍ର ଶ୍ରୀ ଦ୍ୱିବେଦୀଙ୍କ ବିରୋଧରେ ପୂର୍ବରୁ ମଧ୍ୟ ଏଭଳି ଅଭିଯୋଗ ରହିଥିବାରୁ ଥିଲେ ହେଁ ଏନେଇ ଦେବଗଡ଼ ଜିଲାପାଳ, ଜିଲା ଶିକ୍ଷା ଅଧିକାରୀଙ୍କୁ ଲିଖିତ ସୂଚନା ପ୍ରଦାନ ସହ ଦେବଗଡ଼ ଥାନାରେ ଲିଖିତ ଅଭିଯୋଗ ପାଇଁ ସର୍ବସମ୍ମତି କ୍ରମେ ନିଷ୍ପତ୍ତି ନିଆଯାଇଥିଲା।
ଏହି ନିଷ୍ପତ୍ତି ଅନୁଯାୟୀ, ପ୍ରଧାନଶିକ୍ଷକ ଏନେଇ ଜିଲାପାଳ, ଜିଲା ଶିକ୍ଷା ଅଧିକାରୀଙ୍କୁ ଲିଖିତ ସୂଚନା ପ୍ରଦାନ କରିଥିଲେ। ସେହିପରି ପୀଡ଼ିତା ଛାତ୍ରୀଙ୍କ ପିତା ଓ ପ୍ରଧାନଶିକ୍ଷକଙ୍କ ସହିତ ଦେବଗଡ଼ ଆଦର୍ଶ ଥାନାକୁ ଆସି ସମ୍ପୃକ୍ତ ଶିକ୍ଷକ ଶ୍ରୀ ଦ୍ୱିବେଦୀଙ୍କ ବିରୋଧରେ ଲିଖିତ ଅଭିଯୋଗ କରିଥିଲେ।

ସୂଚନାଯୋଗ୍ୟ,ସଂସ୍କୃତ ଶିକ୍ଷକ ଦ୍ୱିବେଦୀ ପ୍ରାୟ ୨ ବର୍ଷ ପୂର୍ବେ ବିଦ୍ୟାଳୟର ଅନ୍ୟ ଜଣେ ଛାତ୍ରୀଙ୍କୁ ଅନୁରୂପ ଅସଦାଚରଣ ପ୍ରଦର୍ଶନ କରିଥିଲେ। ଏନେଇ ଛାତ୍ରୀ ଜଣକ ପରିବାର ଲୋକଙ୍କୁ ଜଣାଇବା ପରେ ଗ୍ରାମବାସୀଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇବା ସହ ବିଦ୍ୟାଳୟ ପରିଚାଳନା ସମିତି ସଦସ୍ୟା ସଦସ୍ୟ, ଅଭିଭାବକ ଓ ଗ୍ରାମବାସୀଙ୍କୁ ନେଇ ୨୦୨୨ ମେ’ ୩୧ ତାରିଖରେ ବିଦ୍ୟାଳୟରେ ଉକ୍ତ ଘଟଣା ସମ୍ବନ୍ଧିତ ଏକ ବୈଠକ ବସିଥିଲା। ଉକ୍ତ ବୈଠକରେ ଶ୍ରୀ ଦ୍ୱିବେଦୀ ସର୍ବ ସମ୍ମୁଖରେ ଦୋଷ ସ୍ବୀକାର କରିବାସହ ଭବିଷ୍ୟତରେ ଏହାର ପୁନରାବୃତ୍ତି ହେବ ନାହିଁ ବୋଲି ପ୍ରତିଜ୍ଞାପତ୍ର ସ୍ବାକ୍ଷର କରିଥିଲେ। ଯାହାର ନକଲ ଆଜି ଥାନାରେ ଦିଆଯାଇଥିବା ଏତଲା ସହିତ ମଧ୍ୟ ସଂଲଗ୍ନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri