ଛାତ୍ରୀଙ୍କୁ ସଂସ୍କୃତ ଶିକ୍ଷକଙ୍କ ମାଡ଼, ଅସଦାଚରଣ ଅଭିଯୋଗ, ଥାନାରେ ପହଞ୍ଚିଲା ମାମଲା

ଦେବଗଡ଼,୨୩ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ତଥା ବାରକୋଟ ବ୍ଲକ ଅନ୍ତର୍ଗତ ଏକ ନିର୍ଦ୍ଦିଷ୍ଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ଛାତ୍ରୀଙ୍କୁ ସମ୍ପୃକ୍ତ ବିଦ୍ୟାଳୟର ସଂସ୍କୃତ ଶିକ୍ଷକ ମାଡ଼ ମାରିବା ସହ ଅସଦାଚରଣ ପ୍ରଦର୍ଶନ କରିଥିବା ଅଭିଯୋଗ ହୋଇଛି । ଏନେଇ ଗୁରୁବାର ସନ୍ଧ୍ୟାରେ ପୀଡ଼ିତା ଛାତ୍ରୀଙ୍କ ପିତା ଦେବଗଡ଼ ଆଦର୍ଶ ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ଅଭିଯୁକ୍ତ ସଂସ୍କୃତ ଶିକ୍ଷକ ଗିରିଧାରୀ ଦ୍ୱିବେଦୀଙ୍କ ବିରୋଧରେ ବିଭିନ୍ନ ଦଫାରେ ଏକ ମାମଲା ରୁଜୁ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି। ସେହିପରି ବିଦ୍ୟାଳୟର ପ୍ରଧାନଶିକ୍ଷକ ଏନେଇ ଜିଲାପାଳ ଓ ଜିଲା ଶିକ୍ଷା ଅଧିକାରୀଙ୍କୁ ଲିଖିତ ଭାବେ ସୂଚନା ଦେଇଥିବା ଜଣାପଡିଛି ।
ମିଳିଥିବା ସୂଚନାନୁଯାୟୀ, ସଂସ୍କୃତ ଶିକ୍ଷକ ଶ୍ରୀ ଦ୍ୱିବେଦୀ ଗତ ୨୦ ତାରିଖରେ ସମ୍ପୃକ୍ତ ଛାତ୍ରୀଙ୍କୁ ଶ୍ରେଣୀ କୋଠରି ମଧ୍ୟରେ ସାଥୀ ବିଦ୍ୟାର୍ଥୀମାନଙ୍କ ସମ୍ମୁଖରେ ମାଡ଼ ମାରିବା ସହ ଉଦ୍ଦେଶ୍ୟମୂଳକ ଭାବେ ତାଙ୍କୁ ଚିମୁଟି ଅସଦାଚରଣ କରିଥିଲେ। ଏନେଇ ଛାତ୍ରୀ ଜଣକ ନିଜର ପରିବାର ଲୋକଙ୍କୁ ଜଣାଇବା ପରେ ପରିବାର ଲୋକେ ଏନେଇ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ। ଏକଥା ପ୍ରଘଟ ହେବା ପରେ ସମ୍ପୃକ୍ତ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ଉତ୍ତେଜନା ପ୍ରକାଶ ପ୍ରକାଶ ପାଇଥିଲା ଓ ସେମାନେ ବିଦ୍ୟାଳୟକୁ ଆସି ସମ୍ପୃକ୍ତ ସଂସ୍କୃତ ଶିକ୍ଷକଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ କରିଥିଲେ। ଏହାପରେ ବିଦ୍ୟାଳୟ ପରିଚାଳନା ସମିତି ସଦସ୍ୟା/ସଦସ୍ୟ, ଅଭିଭାବକ ଓ ଗ୍ରାମବାସୀଙ୍କୁ ନେଇ ପ୍ରଧାନଶିକ୍ଷକଙ୍କ ସଭାପତିତ୍ୱରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଶିକ୍ଷକ ଦ୍ୱିବେଦୀ ଉପସ୍ଥିତ ରହି କ୍ଷମା ପ୍ରାର୍ଥନା କରବା ସହ କଥାକୁ ଆଗକୁ ନ ବଢ଼ାଇବା ପାଇଁ ନିବେଦନ କରିଥିଲେ। ମାତ୍ର ଶ୍ରୀ ଦ୍ୱିବେଦୀଙ୍କ ବିରୋଧରେ ପୂର୍ବରୁ ମଧ୍ୟ ଏଭଳି ଅଭିଯୋଗ ରହିଥିବାରୁ ଥିଲେ ହେଁ ଏନେଇ ଦେବଗଡ଼ ଜିଲାପାଳ, ଜିଲା ଶିକ୍ଷା ଅଧିକାରୀଙ୍କୁ ଲିଖିତ ସୂଚନା ପ୍ରଦାନ ସହ ଦେବଗଡ଼ ଥାନାରେ ଲିଖିତ ଅଭିଯୋଗ ପାଇଁ ସର୍ବସମ୍ମତି କ୍ରମେ ନିଷ୍ପତ୍ତି ନିଆଯାଇଥିଲା।
ଏହି ନିଷ୍ପତ୍ତି ଅନୁଯାୟୀ, ପ୍ରଧାନଶିକ୍ଷକ ଏନେଇ ଜିଲାପାଳ, ଜିଲା ଶିକ୍ଷା ଅଧିକାରୀଙ୍କୁ ଲିଖିତ ସୂଚନା ପ୍ରଦାନ କରିଥିଲେ। ସେହିପରି ପୀଡ଼ିତା ଛାତ୍ରୀଙ୍କ ପିତା ଓ ପ୍ରଧାନଶିକ୍ଷକଙ୍କ ସହିତ ଦେବଗଡ଼ ଆଦର୍ଶ ଥାନାକୁ ଆସି ସମ୍ପୃକ୍ତ ଶିକ୍ଷକ ଶ୍ରୀ ଦ୍ୱିବେଦୀଙ୍କ ବିରୋଧରେ ଲିଖିତ ଅଭିଯୋଗ କରିଥିଲେ।

ସୂଚନାଯୋଗ୍ୟ,ସଂସ୍କୃତ ଶିକ୍ଷକ ଦ୍ୱିବେଦୀ ପ୍ରାୟ ୨ ବର୍ଷ ପୂର୍ବେ ବିଦ୍ୟାଳୟର ଅନ୍ୟ ଜଣେ ଛାତ୍ରୀଙ୍କୁ ଅନୁରୂପ ଅସଦାଚରଣ ପ୍ରଦର୍ଶନ କରିଥିଲେ। ଏନେଇ ଛାତ୍ରୀ ଜଣକ ପରିବାର ଲୋକଙ୍କୁ ଜଣାଇବା ପରେ ଗ୍ରାମବାସୀଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇବା ସହ ବିଦ୍ୟାଳୟ ପରିଚାଳନା ସମିତି ସଦସ୍ୟା ସଦସ୍ୟ, ଅଭିଭାବକ ଓ ଗ୍ରାମବାସୀଙ୍କୁ ନେଇ ୨୦୨୨ ମେ’ ୩୧ ତାରିଖରେ ବିଦ୍ୟାଳୟରେ ଉକ୍ତ ଘଟଣା ସମ୍ବନ୍ଧିତ ଏକ ବୈଠକ ବସିଥିଲା। ଉକ୍ତ ବୈଠକରେ ଶ୍ରୀ ଦ୍ୱିବେଦୀ ସର୍ବ ସମ୍ମୁଖରେ ଦୋଷ ସ୍ବୀକାର କରିବାସହ ଭବିଷ୍ୟତରେ ଏହାର ପୁନରାବୃତ୍ତି ହେବ ନାହିଁ ବୋଲି ପ୍ରତିଜ୍ଞାପତ୍ର ସ୍ବାକ୍ଷର କରିଥିଲେ। ଯାହାର ନକଲ ଆଜି ଥାନାରେ ଦିଆଯାଇଥିବା ଏତଲା ସହିତ ମଧ୍ୟ ସଂଲଗ୍ନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri