ପରୀକ୍ଷା ଦେବାକୁ ଯିବା ପୂର୍ବରୁ ଖାଉଥିଲେ ଛାତ୍ରୀ: ଭୁଶୁଡ଼ିଲା ମାଟିକାନ୍ଥ, ଚାଲିଗଲା ଜୀବନ

ହାଟଡିହୀ,୧୮l୩(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି l ଖାଉଥିବା ସମୟରେ ମାଟିକାନ୍ଥ ଭୁଶୁଡି ପଡିବାରୁ ଗ୍ରାମର ବିଷ୍ଣୁ ପ୍ରସାଦ ସାହୁଙ୍କ ପୁଅ ଆନନ୍ଦ ଗୁରୁତର ଆହତ ହୋଇଥିବା ବେଳେ ୮ବର୍ଷୀୟା ଭାଣିଜୀ ସ୍ନେହଲତାଙ୍କର ମୃତ୍ୟୁ ଘଟିଛି l

ସୂଚନା ଅନୁସାରେ, ବାପାଙ୍କ ମୃତ୍ୟୁ ପରେ ମାଙ୍କ ସହ ସ୍ନେହଲତା ମାମୁ ଘରେ ରହୁଥିଲେ। ମଙ୍ଗଳବାର ସକାଳୁ ପରୀକ୍ଷା ଦେବା ପାଇଁ ସ୍କୁଲ ଯିବାର ଥିଲା l ଘରେ ଖାଉଥିବାବେଳେ ମାଟି କାନ୍ଥ ଭୁଶୁଡି ପଡିଥିଲା l ଉପସ୍ଥିତ ପରିବାର ଏବଂ ଗ୍ରାମର ଅନ୍ୟ ଲୋକ ସ୍ନେହଲତା ଏବଂ ଆନନ୍ଦଙ୍କୁ ଉଦ୍ଧାର କରି ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାକୁ ନେଇଥିଲେ l ସେଠାରେ ଡାକ୍ତର ସ୍ନେହଲତାକୁ ମୃତ ଘୋଷଣା କରିଥିଲେ l ସ୍ନେହଲତା ସ୍ଥାନୀୟ ସ୍କୁଲର ତୃତୀୟ ଶ୍ରେଣୀର ଛାତ୍ରୀ ଅଟନ୍ତି l ନନ୍ଦିପଦା ପୋଲିସ ଡାକ୍ତରଖାନାରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଛେଦ କରାଇଛି। ଥାନାରେ କେସ ନଂ ୨/୨୦୨୫ ରେ ଏକ ମାମଲା ରୁଜୁ ହୋଇଥିବା ଇନସ୍ପେକ୍ଟର ରବୀନ୍ଦ୍ର ପାତ୍ର କହିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?