ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍ କରେଣ୍ଟ ଲାଗି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବିସ୍ମୟ ନାହାକ(୧୪)।
ମିଳିଥିବା ସୂଚନା ମୁତାବକ, ବିସ୍ମୟ ଘରେ ବସି ସୋଲଡିଂ ମେଶିନରେ ସ୍କୁଲ ପ୍ରୋଜେକ୍ଟ କାମ କରୁଥିଲେ। ହେଲେ ଅସାବଧାନତା ଯୋଗୁ ସେ ବିଦ୍ୟୁତ୍ ତାର ସଂସ୍ପର୍ଷରେ ଆସିଯାଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ତୁରନ୍ତ ଖଲ୍ଲିକୋଟ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ପୋଲିସ
ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।